Wednesday, July 8, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପ୍ରଭାବିତ ଅଞ୍ଚଳ ବୁଲି ଦେଖିଲେ ଯୋଗାଣ ମନ୍ତ୍ରୀ ଶ୍ରୀ ସ୍ୱାଇଁ

by ସଞ୍ଜୟ ସ୍ୱାଇଁ
May 27, 2021
in Feature News
ପ୍ରଭାବିତ ଅଞ୍ଚଳ ବୁଲି ଦେଖିଲେ ଯୋଗାଣ ମନ୍ତ୍ରୀ ଶ୍ରୀ ସ୍ୱାଇଁ
110
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା): ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ସମବାୟ ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଆଜି ବାତ୍ୟା ‘ୟାସ୍‌’ ଦ୍ୱାରା ପ୍ରଭାବିତ ବାଲେଶ୍ୱର ଜିଲ୍ଲାର ପ୍ରପୀଡ଼ିତଙ୍କୁ ରିଲିଫ୍‌ ପ୍ରଦାନ ଓ ବାତ୍ୟା ପରବର୍ତ୍ତୀ ଥଇଥାନ କାର୍ଯ୍ୟର ତଦାରଖ କରିଛନ୍ତି । ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ମନ୍ତ୍ରୀ ଶ୍ରୀ ସ୍ୱାଇଁ ବାଲେଶ୍ୱର ଯାଇ ଜିଲ୍ଲାର ବିଭିନ୍ନ ବାତ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କରିଛନ୍ତି । ଏହି ଅବସରରେ ମନ୍ତ୍ରୀ ଶ୍ରୀ ସ୍ୱାଇଁ ବାଲେଶ୍ୱର ସଦର ବିଧାୟକଙ୍କ ସହ ବାଲେଶ୍ୱର ପୌରପାଳିକା ଅନ୍ତର୍ଗତ ୱାର୍ଡ ୩୧ର ମସଜିଦ୍‌ ଗଳି ଓ ଅରୋଡ଼ ବଜାର ଏବଂ ୫ ନଂ ୱାର୍ଡକୁ ଯାଇ ବାତ୍ୟା ପରବର୍ତ୍ତୀ ରିଲିଫ୍‌ ବିଷୟରେ ଅଞ୍ଚଳବାସୀଙ୍କ ସହ ଆଲୋଚନା କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଅନୁଯାୟୀ ପ୍ରଭାବିତ ଅଞ୍ଚଳର ଲୋକମାନଙ୍କୁ ରିଲିଫ୍‌ ସାମଗ୍ରୀ ବଣ୍ଟନ ଦିଗରେ ଅଧିକାରୀଙ୍କ ସହ ସେ ଆଲୋଚନା କରିଥିଲେ । ଏଥି ସହିତ ମନ୍ତ୍ରୀ ଶ୍ରୀ ସ୍ୱାଇଁ ବାଲେଶ୍ୱର ସଦର ବ୍ଲକ୍‌ର ସାରଥା ଗ୍ରାମପଞ୍ଚାୟତର ସାରଥା, ଚକ୍ରସାରଥା, ଗଁନ୍ଦିଆ, ମୁହାଣ, ବାଙ୍ଗସିରି, ମେଘା, ହଳଦୀଗଡ଼ି, ଖୁଦକାଣ୍ଡିଆ, ମିରିଚି, ବୁଧିଆମାରିି, ଖଡ଼ଖଡ଼ି ଏବଂ ଆଲବେନ୍ଦା ଗ୍ରାମପଞ୍ଚାୟତରେ ବାତ୍ୟା ପରବର୍ତ୍ତୀ ଥଇଥାନ କାର୍ଯ୍ୟର ତଦାରଖ କରିଥିଲେ । ବାଲେଶ୍ୱର ସଦରର ବିଭିନ୍ନ ଗ୍ରାମ ବୁଲି ବାତ୍ୟା ପରବର୍ତ୍ତୀ ସ୍ଥିତି ଦେଖିବା ପରେ ଥଇଥାନ କାର୍ଯ୍ୟ ଯୁଦ୍ଧକାଳୀନ ଭିତ୍ତିରେ କିପରି ହୋଇପାରିବ ସେ ବିଷୟରେ ବାଲେଶ୍ୱର ଜିଲ୍ଲାପାଳଙ୍କ ସହ ଆଲୋଚନା କରିଥିଲେ । ଏହି ଅବସରରେ ମନ୍ତ୍ରୀ ଶ୍ରୀ ସ୍ୱାଇଁ ଏକ ବୈଠକରେ ଯୋଗଦେଇ ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ, ସମବାୟ ବିଭାଗ ଓ ଜିଲ୍ଲା ପ୍ରଶାସନର ଅଧିକାରୀଙ୍କ ସହ ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା କରିଥିଲେ । ଖୋଲାଯାଇଥିବା ଫ୍ରି କିଚେନ୍‌ରେ ଖାଦ୍ୟଯୋଗାଣ ବିଭାଗ ପକ୍ଷରୁ ପିଡିଏସ୍‌ ଚାଉଳ ଯୋଗାଇ ଦିଆଯାଇଥିବାବେଳେ ପର୍ଯ୍ୟାପ୍ତ ପରିମାଣର ଚୁଡ଼ା ଓ ଗୁଡ଼ ମହଜୁଦ ଅଛି ଏବଂ ରିଲିଫ୍‌ ଆକାରରେ ଯୋଗାଇ ଦିଆଯାଉଛି । ସାଧାରଣ ବଣ୍ଟନ ବ୍ୟବସ୍ଥାରେ ବିଭାଗ ପକ୍ଷରୁ ମଇ ଓ ଜୁନ୍‌ ମାସର ରାସନ ସାମଗ୍ରୀ ସଂପୂର୍ଣ୍ଣ ଉଠାଣ ହୋଇ ହିତାଧିକାରୀଙ୍କୁ ବଣ୍ଟନ କରାଯାଇଛି । ଯୁଦ୍ଧକାଳୀନ ଭିତ୍ତିରେ ପିଇବା ପାଣି ଯୋଗାଇଦେବା ସହିତ ରାସ୍ତାଘାଟର ମରାମତି କାର୍ଯ୍ୟ ଚାଲୁ ରହିଛି ବୋଲି ମନ୍ତ୍ରୀ ଶ୍ରୀ ସ୍ୱାଇଁ କହିଛନ୍ତି । ଜିଲ୍ଲାରେ ରାସ୍ତାଘାଟର ମରାମତି ପରେ ରବିଧାନ ସଂଗ୍ରହ କାର୍ଯ୍ୟ ଆରମ୍ଭ କରାଯିବ ଏବଂ ଚାଷୀମାନଙ୍କୁ ପୂର୍ବରୁ ଦିଆଯାଇଥିବା ଟୋକେନ୍‌ର ତାରିଖ ପରିବର୍ତ୍ତନ କରାଯିବ ବୋଲି ମନ୍ତ୍ରୀ ଶ୍ରୀ ସ୍ୱାଇଁ କହିଥିଲେ । ସମୀକ୍ଷା ବୈଠକରେ ବାଲେଶ୍ୱର ସଦର ବିଧାୟକ ଶ୍ରୀ ସ୍ୱରୂପ କୁମାର ଦାସ ଓ ଭୋଗରାଇ ବିଧାୟକ ଶ୍ରୀ ଅନନ୍ତ ଦାସ ମଧ୍ୟ ଉପସ୍ଥିତ ଥିଲେ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!