Tuesday, June 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପ୍ରଭାରୀ ମନ୍ତ୍ରୀଙ୍କ ଜିଲ୍ଲା ସମୀକ୍ଷା ବୈଠକ

by ସଞ୍ଜୟ ସ୍ୱାଇଁ
June 9, 2025
in Nayagarh
ପ୍ରଭାରୀ ମନ୍ତ୍ରୀଙ୍କ ଜିଲ୍ଲା ସମୀକ୍ଷା ବୈଠକ
282
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲାରେ ଜିଲ୍ଲା ସ୍ତରୀୟ ସମୀକ୍ଷା ବୈଠକ ଜିଲ୍ଲା ପରିଷଦ ସୃଜନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ନୟାଗଡ଼ ଜିଲ୍ଲାର ପ୍ରଭାରୀ ମନ୍ତ୍ରୀ ତଥା ସମବାୟ, ହସ୍ତତନ୍ତ ବୟନ ଶିଳ୍ପ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ, ବାଚସ୍ପତି ସୁରମା ପାଢୀ, ଖଣ୍ଡପଡ଼ା ବିଧାୟକ ଦୁଷ୍ମନ୍ତ କୁମାର ସ୍ବାଇଁ, ଜିଲ୍ଲା ପରିଷଦ ଅଧ୍ୟକ୍ଷ, ଇଂ ଦେବାଶିଷ ପଟ୍ଟନାୟକ, ଆରକ୍ଷୀ ଅଧିକ୍ଷକ ଏସ୍ ସୁଶ୍ରୀ, ଅତିରିକ୍ତ ଜିଲ୍ଲାପାଳ ରୋଜିନା ଦାସ, ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ଲଗ୍ନଜିତ ରାଉତ, ଉପ-ଜିଲ୍ଲାପାଳ କର୍ଣ୍ଣଦେଵ ସମାଦାର ପ୍ରମୁଖ ଯୋଗ ଦେଇଥିଲେ । ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲ ସ୍ୱ।ଗତ ଭାଷଣ ରଖିଥିଲେ ।, ଖଣ୍ଡପଡ଼ା ବିଧାୟକ ରାଜ୍ୟ ସରକାର ୨,୯୦,୦୦୦ କୋଟି ଟଙ୍କାର ବଜେଟ ବ୍ୟବସ୍ଥା କରିଛନ୍ତି । ନୟାଗଡ଼ ଜିଲ୍ଲାରେ ଅର୍ଥକୁ ସୁବିନିଯୋଗ କରିବା ପାଇଁ ପରାମର୍ଶ ଦେଇଥିଲେ। ପ୍ରଭାରୀ ମନ୍ତ୍ରୀ ତାଙ୍କ ବକ୍ତବ୍ୟରେ ଗଣତାନ୍ତ୍ରିକ ପ୍ରକ୍ରିୟାରେ ସମାଜ ଶେଷ ଧାଡ଼ିରେ ବସିଥିବା ଲୋକଙ୍କୁ ସହଯୋଗ ମିଳିଲେ ୨୦୨୭ ସୁଦ୍ଧା ରାଜ୍ୟ ବହୁତ ଉନ୍ନତ ହୋଇପାରିବ। ଜିଲ୍ଲାର ବିକାଶ ମାପକାଠିକୁ ସମୀକ୍ଷା ଦ୍ୱାରା ଜାଣିହେବ ବୋଲି ବାଚସ୍ପତି କହିଥିଲେ । ନୟାଗଡ଼ ଜିଲ୍ଲାରେ ଇଣ୍ଡଷ୍ଟ୍ରି ନାଜିଁ । ଜଳ ସମ୍ପଦ ପୁନରୁଦ୍ଧାର କରିବାକୁ ବାଚସ୍ପତି ଗୁରୁତ୍ୱାରୋପ କରିଥିଲେ । ଶିକ୍ଷା ଭିତ୍ତିଭୂମି ନିର୍ମାଣ କରିବା ଉପରେ ଆଲୋଚନା ହୋଇଥିଲା । ଏହି ବୈଠକରେ ସ୍ବାସ୍ଥ୍ୟ ବିଭାଗର କାୟାକଳ୍ପ ପୁରସ୍କାର, ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ କେନ୍ଦ୍ର ,ଵୟୋ ବନ୍ଦନା ଯୋଜନା ମାଧ୍ୟମରେ ଶତ ପ୍ରତିଶତ କାର୍ଡ ବାଣ୍ଟିବା ପାଇଁ ଆଲୋଚନା କରାଯାଇଥିଲା। ରାଜସ୍ୱ ବିଭାଗ ଦ୍ୱାରା ବସୁନ୍ଧରା ଯୋଜନା ରେ ୨୨୧ ଜଣଙ୍କୁ ପଟ୍ଟା ବଣ୍ଟନ କରାଯାଇଛି । ତହସିଲଦାରଙ୍କୁ କାର‌୍ୟ୍ୟକ୍ରମ ତ୍ୱରାନ୍ୱିତ କରିବାକୁ ପରାମର୍ଶ ଦିଆଯାଇଛି। ସେହିପରି କୃଷି, ଶିକ୍ଷା, ଯୋଗାଣ, ଆର୍.ଡି, ଟିପିସିଓଡିଏଲ, ସମାଜ କଲ୍ୟାଣ ବିଭାଗର ସମୀକ୍ଷା କରାଯାଇ ଅନେକ ପରାମର୍ଶ ଦିଆଯାଇଛି । ଏହି ବୈଠକରେ ଅବକାରୀ ଅଧିକ୍ଷକ, ଜିଲ୍ଲା ମଙ୍ଗଳ ଅଧିକାରୀ, ହସ୍ତତନ୍ତ ବୟନ ଶିଳ୍ପ ବିଭାଗର ସମୀକ୍ଷା କରାଯାଇଥିଲା। ଏହି ବୈଠକରେ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ, ବିଭିନ୍ନ ବିଭାଗୀୟ ଅଧିକାରୀ, ସମସ୍ତ ଯନ୍ତ୍ରୀ ପ୍ରମୁଖ ଯୋଗ ଦେଇଥିଲେ। ଶେଷରେ ଉପଜିଲ୍ଲାପାଳ ଧନ୍ୟବାଦ ଦେବା ପରେ ସଭା ସାଙ୍ଗ କରାଯାଇଥିବା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ପ୍ରେସବାର୍ତ୍ତା ମାଧ୍ୟମରେ ସୂଚନା ଦେଇଛନ୍ତି ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!