Friday, June 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜିିସିପିଇ କଲେଜ ନୂଆ କ୍ୟାମ୍ପସ ପରିଦର୍ଶନ ନିର୍ମାଣ କାର୍ଯ୍ୟ ଅଗ୍ରଗତି ନେଇ କଲେ ସମୀକ୍ଷା

by ସଞ୍ଜୟ ସ୍ୱାଇଁ
April 9, 2021
in Feature News
ଜିିସିପିଇ କଲେଜ ନୂଆ କ୍ୟାମ୍ପସ ପରିଦର୍ଶନ ନିର୍ମାଣ କାର୍ଯ୍ୟ ଅଗ୍ରଗତି ନେଇ କଲେ ସମୀକ୍ଷା
72
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା):ଇଲେକ୍‌ଟ୍ରୋନିକ୍ସ, ସୂଚନା ପ୍ରଯୁକ୍ତି, କ୍ରୀଡ଼ା ଓ ଯୁବସେବା ମନ୍ତ୍ରୀ ଶ୍ରୀ ତୁଷାରକାନ୍ତି ବେହେରା ଆଜି ସରକାରୀ ଶାରୀରିକ ଶିକ୍ଷା ମହାବିଦ୍ୟାଳୟ (ଜିସିପିିଇ)ର ନୂଆ କ୍ୟାମ୍ପସ୍‌ ପରିଦର୍ଶନ କରିବା ସହ ବିଭିନ୍ନ ନିର୍ମାଣ ଓ ଉନ୍ନୟନ କାର୍ଯ୍ୟର ସମୀକ୍ଷା କରିଛନ୍ତି । ଆଜି ମନ୍ତ୍ରୀ ଶ୍ରୀ ବେହେରା ତମାଣ୍ଡୋସ୍ଥିତ ଜିସିପିଇ ମହାବିଦ୍ୟାଳୟର ନୂଆ କ୍ୟାମ୍ପସ୍‌ ପରିଦର୍ଶନ କରିବା ସହ ଚାଲୁ ରହିଥିବା ବିଭିନ୍ନ ନିର୍ମାଣ କାର୍ଯ୍ୟର ଅଗ୍ରଗତି ଏବଂ ଶିକ୍ଷାରମ୍ଭ ନେଇ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଏବଂ ବରିଷ୍ଠ ଅଧିକାରୀମାନଙ୍କ ସହ ଆଲୋଚନା କରିଥିଲେ । ଏଥି ସହିତ ନିର୍ମାଣାଧୀନ ବାଳକ ଓ ବାଳିକା ହଷ୍ଟେଲ, ଏକାଡେମିକ୍‌ ବ୍ଲକ୍‌ ଆଦି ପରିଦର୍ଶନ କରିଥିଲେ । ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ କ୍ରୀଡ଼ା ଓ କ୍ରୀଡ଼ାବିତ୍‌ଙ୍କ ଉନ୍ନତିକୁ ସର୍ବଦା ଗୁରୁତ୍ୱ ଦେଉଥିବାବେଳେ ରାଜ୍ୟରେ ଏକ ସ୍ୱତନ୍ତ୍ର ମାନର ଶାରୀରିକ ଶିକ୍ଷା ମହାବିଦ୍ୟାଳୟ ପ୍ରତିଷ୍ଠା ନେଇ କ୍ରୀଡ଼ା ଓ ଯୁବସେବା ବିଭାଗ ଯେଉଁ ଲକ୍ଷ୍ୟ ରଖିଛି ତାହାକୁ ପୂରଣ କରିବା ଦିଗରେ ସମସ୍ତେ ତତ୍ପର ହୋଇ କାର୍ଯ୍ୟ କରିବାକୁ ମନ୍ତ୍ରୀ ଶ୍ରୀ ବେହେରା ଅଧିକାରୀମାନଙ୍କ ପରାମର୍ଶ ଦେଇଥିଲେ । ନବନିର୍ମିତ ଶାରୀରିକ ଶିକ୍ଷା ମହାବିଦ୍ୟାଳୟ ପ୍ରତିଷ୍ଠା ହେଲେ ଏହା ଶିକ୍ଷାର୍ଥୀମାନଙ୍କୁ ଏକ ବଡ଼ ପ୍ଲାଟଫର୍ମ ଯୋଗାଇବ । ଆଧୁନିକ ଶିକ୍ଷା ଭିତ୍ତିଭୂମି ସହ ଉନ୍ନତ ହଷ୍ଟେଲ, ଖାଦ୍ୟପେୟ ଏବଂ ଖେଳ ପଡ଼ିଆ ଓ ଆବଶ୍ୟକ ସମସ୍ତ କ୍ରୀଡ଼ା ସରଞ୍ଜାମ ଏଥିରେ ମହଜୁଦ ରହିବ । ଏହା ପରବର୍ତ୍ତୀ ସମୟରେ ପିଇଟି ଶିକ୍ଷକ, ଭଲ କୋଚ ସୃଷ୍ଟି ସହ ରାଜ୍ୟର କ୍ରୀଡ଼ା ଇକୋ ସିଷ୍ଟମ୍‌କୁ ସମୃଦ୍ଧ କରିବାରେ ସହାୟକ ହୋଇପାରିବ ବୋଲି ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!