Monday, August 31, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଟାମ୍ପରା ହ୍ରଦର ସମାଗ୍ରିକ ବିକାଶ ଉପରେ ଗୁରୁତ୍ୱ

by ସଞ୍ଜୟ ସ୍ୱାଇଁ
March 9, 2021
in Feature News
ଟାମ୍ପରା ହ୍ରଦର ସମାଗ୍ରିକ ବିକାଶ ଉପରେ ଗୁରୁତ୍ୱ
116
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା): ଇଲେକ୍‌ଟ୍ରୋନିକ୍ସ, ସୂଚନା ପ୍ରଯୁକ୍ତି, କ୍ରୀଡ଼ା ଓ ଯୁବସେବା ମନ୍ତ୍ରୀ ଶ୍ରୀ ତୁଷାରକାନ୍ତି ବେହେରା ଆଜି ଦିନିକିଆ ବ୍ରହ୍ମପୁର ଗସ୍ତ କରିବା ସହ ଜିଲ୍ଲାର କ୍ରୀଡ଼ା ଭିତ୍ତିଭୂମି, ଷ୍ଟାଡିୟମ୍‌ ନିର୍ମାଣ ଏବଂ ଅନ୍ୟାନ୍ୟ ପ୍ରକଳ୍ପର ସମୀକ୍ଷା କରିଛନ୍ତି । ଆଜି ଅପରାହରେ ମନ୍ତ୍ରୀ ଶ୍ରୀ ବେହେରା ବ୍ରହ୍ମପୁର ଗସ୍ତରେ ଯାଇ ପ୍ରଥମେ ଟାମ୍ପରା ହ୍ରଦ ଏବଂ ବ୍ରହ୍ମପୁର ଉନ୍ନୟନ କର୍ତ୍ତୃପକ୍ଷଙ୍କ ଦ୍ୱାରା ନିର୍ମିତ ପର୍ଯ୍ୟଟନ କେନ୍ଦ୍ର ବୁଲି ଦେଖିଥିଲେ । ଏଥିରେ ଜଳକ୍ରୀଡ଼ାର ସମ୍ଭାବନା ନେଇ ମନ୍ତ୍ରୀ ଶ୍ରୀ ବେହେରା ସ୍ଥାନୀୟ ବ୍ରହ୍ମପୁର ବିଧାୟକ ଶ୍ରୀ ସୁବାଶ ଚନ୍ଦ୍ର ବେହେରା ଏବଂ ଜିଲ୍ଲାପାଳ ଶ୍ରୀ ବିଜୟ ଅମୃତ କୁଲାଙ୍ଗେଙ୍କ ସହ ଆଲୋଚନା କରିଥିଲେ । ପରେ ବ୍ରହ୍ମପୁରଠାରେ ନିର୍ମିତ ଇଣ୍ଟିଗ୍ରେଟେଡ୍‌ ସ୍ପୋର୍ଟ୍ସ କମ୍ପ୍ଲେକ୍ସେ କାର୍ଯ୍ୟର ଅଗ୍ରଗତି ନେଇ ସମୀକ୍ଷା କରିଥିଲେ । ଏଥି ସହିତ ନିର୍ମାଣ କାର୍ଯ୍ୟର ବିଳମ୍ବ ନେଇ କ୍ରୀଡ଼ାବିତ୍‌ ଓ ସ୍ଥାନୀୟ ଜନସାଧାରଣଙ୍କ ଅଭିଯୋଗକୁ ଆଧାର କରି ନିର୍ମାଣ କାର୍ଯ୍ୟ ଶୀଘ୍ର ଶେଷ କରିବା ନେଇ ସ୍ଥାନୀୟ ବିଧାୟକ ଶ୍ରୀ ବିକ୍ରମ କୁମାର ପଣ୍ଡା, ଗଞ୍ଜାମ ଉପଜିଲ୍ଲାପାଳ, ବିଏମ୍‌ସି କମିଶନର, ଜିଲ୍ଲା କ୍ରୀଡ଼ା ଅଧିକାରୀଙ୍କ ସହ ଆଲୋଚନା କରି ନିର୍ମାଣ କାର୍ଯ୍ୟ ଶୀଘ୍ର ଶେଷ କରିବାକୁ କାର୍ଯ୍ୟଭାର ନେଇଥିବା ସଂସ୍ଥାକୁ ନିର୍ଦ୍ଦେଶ ଦେଇଥିଲେ । ଏହି ଅବସରରେ ମନ୍ତ୍ରୀ ଶ୍ରୀ ବେହେରା ବିଏମ୍‌ସି ଦ୍ୱାରା ନିର୍ମିତ ହେଉଥିବା ଇନ୍‌ଡୋର ହଲ୍‌ ବୁଲି ଦେଖିଥିଲେ । ପରେ ୟୁ. ସି ଇଂଜିନିୟରିଂ କଲେଜ ଏବଂ ବ୍ରହ୍ମପୁର ଆଇଟିଆଇରେ କ୍ରୀଡ଼ା ଭିତ୍ତିଭୂମିର ବିକାଶ ପାଇଁ ସ୍ଥାନୀୟ ବିଧାୟକ ଓ ପ୍ରଶାସନ ସହ ଆଲୋଚନା କରିଥିଲେ । ବ୍ରହ୍ମପୁର ଆଇଟିଆଇ ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇ ମନ୍ତ୍ରୀ ଛାତ୍ରଛାତ୍ରୀଙ୍କୁ ଉଦ୍‌ବୋଧନ ଦେଇଥିଲେ । ଶେଷରେ ମନ୍ତ୍ରୀ ଶ୍ରୀ ବେହେରା ବିଜୁ ପି୍ରମିୟମ୍‌ ଲିଗ୍‌ ଫୁଟବଲ୍‌ ଟୁର୍ଣ୍ଣମେଣ୍ଟର ଉଦ୍‌ଯାପନୀ ଉତ୍ସବରେ ଯୋଗଦେଇ କ୍ରୀଡ଼ାବିତ୍‌ମାନଙ୍କୁ ଉତ୍ସାହିତ କରିଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!