Sunday, July 12, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସ୍ୱତନ୍ତ୍ର ଭାବେ କାର୍ଯ୍ୟକ୍ଷମ ହେଲା ମିଶନ ଶକ୍ତି ବିଭାଗ

by ସଞ୍ଜୟ ସ୍ୱାଇଁ
June 1, 2021
in Feature News
ସ୍ୱତନ୍ତ୍ର ଭାବେ କାର୍ଯ୍ୟକ୍ଷମ ହେଲା ମିଶନ ଶକ୍ତି ବିଭାଗ
257
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା): ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ମହିଳା ଓ ଶିଶୁ ବିକାଶ ବିଭାଗରୁ ପୃଥକ ହୋଇ ଆଜିଠାରୁ ଏକ ସ୍ୱତନ୍ତ୍ର ବିଭାଗ ଭାବେ କାର୍ଯ୍ୟ କରିବ ‘ମିଶନ ଶକ୍ତି’ ବିଭାଗ । ରାଜ୍ୟ ସରକାରଙ୍କ ନିଷ୍ପତ୍ତି କ୍ରମେ ଏ ସଂପର୍କିତ ବିଜ୍ଞପ୍ତି ଆଜି ପ୍ରକାଶିତ ହୋଇଛି ଏବଂ ମହିଳା ଓ ଶିଶୁ ବିକାଶ ଏବଂ ମିଶନ ଶକ୍ତି ବିଭାଗକୁ ‘ମହିଳା ଓ ଶିଶୁ ବିକାଶ’ ବିଭାଗ ଭାବେ ନାମିତ କରାଯାଇଛି । ନୂତନ ଭାବେ ଗଠନ କରାଯାଇଥିବା ମିଶନ ଶକ୍ତି ବିଭାଗ ଲୋକସେବା ଭବନରେ କାର୍ଯ୍ୟ କରିବ ଏବଂ ଏହାର ଅନ୍ୟାନ୍ୟ ଆନୁଷଙ୍ଗିକ କାର୍ଯ୍ୟାଳୟଗୁଡ଼ିକ ପୂର୍ବପରି ମିଶନ ଶକ୍ତି ଭବନ, ପୋଖରୀପୁଟ ଓ ରାଜ୍ୟ ଗ୍ରାମ୍ୟ ଉନ୍ନୟନ ପ୍ରତିଷ୍ଠାନ ପରିସରରେ ଓଡ଼ିଶା ଜୀବିକା ମିଶନ କୋଠାରେ କାର୍ଯ୍ୟ କରିବ । ବିଜ୍ଞପ୍ତି ପ୍ରକାଶ ପାଇବା ଦିନଠାରୁ ମିଶନ ଶକ୍ତି ଭବନର ପ୍ରଶାସନିକ ନିୟନ୍ତ୍ରଣ ଓ ପରିଚାଳନା ଦାୟିତ୍ୱ ମିଶନ ଶକ୍ତି ବିଭାଗରେ ନ୍ୟସ୍ତ ରହିବ । ବିଜ୍ଞପ୍ତି ପ୍ରକାଶ ପାଇବାଠାରୁ ମିଶନ ଶକ୍ତି ନିର୍ଦ୍ଦେଶାଳୟ, ଓଡ଼ିଶା ଜୀବିକା ମିଶନ ଓ ଜାତୀୟ ସହରାଞ୍ଚଳ ଜୀବିକା ମିଶନ ଅନ୍ତର୍ଭୁକ୍ତ ରାଜ୍ୟ, ଜିଲ୍ଲା, ବ୍ଲକ୍‌, ଗ୍ରାମପଞ୍ଚାୟତ ଏବଂ ଗାଁ ସ୍ତରରେ ସ୍ୱୟଂ ସହାୟକ ଗୋଷ୍ଠୀଙ୍କର ସମସ୍ତ କାର୍ଯ୍ୟକ୍ରମ ଓ ଭିତ୍ତିଭୂମି, ଆସବାବପତ୍ର ଇତ୍ୟାଦି ନୂତନ ବିଭାଗର ପ୍ରଶାସନିକ ନିୟନ୍ତ୍ରଣ ଓ ପରିଚାଳନାରେ ରହିବ । ମିଶନ ଶକ୍ତି କାର୍ଯ୍ୟକ୍ରମ, ଦୀନଦୟାଲ ଅନ୍ତୋଦୟ ଯୋଜନା ଅନ୍ତର୍ଗତ ଓଡ଼ିଶା ଜୀବିକା ମିଶନର କାର୍ଯ୍ୟକ୍ରମ ଏବଂ ଜାତୀୟ ଗ୍ରାମୀଣ ଜୀବିକା ମିଶନ, ଜାତୀୟ ଗ୍ରାମୀଣ ଅର୍ଥନୈତିକ ପରିବର୍ତ୍ତନ ପ୍ରକଳ୍ପ ଏବଂ ଜାତୀୟ ସହରାଞ୍ଚଳ ଜୀବିକା ମିଶନରେ କାର୍ଯ୍ୟକାରୀ ହେଉଥିବା ସ୍ୱୟଂ ସହାୟକ ଗୋଷ୍ଠୀଙ୍କ କାର୍ଯ୍ୟକ୍ରମ ଏହି ବିଭାଗ ମାଧ୍ୟମରେ କାର୍ଯ୍ୟକାରୀ କରାଯିବ । ବିଜ୍ଞପ୍ତି ପ୍ରକାଶ ପାଇବା ଦିନଠାରୁ ମହିଳା ଓ ଶିଶୁ ବିକାଶ ବିଭାଗ ଏବଂ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ପରିବର୍ତ୍ତେ ମିଶନ ଶକ୍ତି ବିଭାଗ ଦ୍ୱାରା ଉପରୋକ୍ତ କାର୍ଯ୍ୟକ୍ରମଗୁଡ଼ିକ ସଂପାଦିତ ହେବ । ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ ଏହି ବିଭାଗର ମନ୍ତ୍ରୀ ଭାବେ ଦାୟିତ୍ୱରେ ରହିବେ ଏବଂ ସଂସଦୀୟ ବ୍ୟାପାର ବିଭାଗ ତରଫରୁ ଏ ସଂପର୍କିତ ବିଜ୍ଞପ୍ତି ପ୍ରକାଶ ପାଇଛି । କମିଶନର ତଥା ନିର୍ଦ୍ଦେଶକ, ମିଶନ ଶକ୍ତି ଶ୍ରୀମତୀ ସୁଜାତା ଆର୍‌. କାର୍ତ୍ତିକେୟନ୍‌ ଏହି ନୂତନ ବିଭାଗର କମିଶନର ତଥା ଶାସନ ସଚିବ ଭାବେ ଅବସ୍ଥାପିତ ହେବା ନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ତରଫରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଏହି ବିଭାଗ ପାଇଁ ଆବଶ୍ୟକ କର୍ମଚାରୀଙ୍କ ନିମନ୍ତେ ସରକାରଙ୍କ ତରଫରୁ ବିହିତ ପଦକ୍ଷେପ ନିଆଯାଇଛି । ବର୍ତ୍ତମାନ ମହିଳା ଓ ଶିଶୁ ବିକାଶ ଏବଂ ମିଶନ ଶକ୍ତି ବିଭାଗ ତଥା ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଅଧୀନରେ ସ୍ୱୟଂ ସହାୟକ ଗୋଷ୍ଠୀ ସଂପର୍କିତ କାର୍ଯ୍ୟକ୍ରମ ଦାୟିତ୍ୱରେ ଥିବା କର୍ମଚାରୀମାନେ ନୂତନ ବିଭାଗରେ ଅବସ୍ଥାପିତ ହୋଇ କାର୍ଯ୍ୟ କରିବେ । ୨୦୨୨-୨୩ ବର୍ଷରୁ ଏହି ବିଭାଗ ପାଇଁ ରାଜ୍ୟ ବଜେଟ୍‌ରେ ସ୍ୱତନ୍ତ୍ର ବ୍ୟୟବରାଦ କରାଯିବ, ଏବଂ ଚଳିତ ବର୍ଷ ପାଇଁ ମହିଳା ଓ ଶିଶୁ ବିକାଶ, ପଞ୍ଚାୟତିରାଜ ଓ ପାନୀୟ ଜଳ, ଗୃହ ଓ ନଗର ଉନ୍ନୟନ ବିଭାଗ ଅଧୀନରେ ମିଶନ ଶକ୍ତି ପାଇଁ ଅନୁମୋଦନ ହୋଇଥିବା ବଜେଟ୍‌ରୁ ଯୋଜନା ତଥା କର୍ମଚାରୀମାନଙ୍କ ଦରମା ଆଦି ପାଇଁ ଖର୍ଚ୍ଚ କରାଯିବ । ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ଆଜି ଏ ସଂପର୍କିତ ବିଜ୍ଞପ୍ତି ଜାରି କରାଯାଇଛି ଏବଂ ଓଡ଼ିଶା ଗେଜେଟ୍‌ରେ ପ୍ରକାଶ ପାଇଁ ଅନୁରୋଧ କରାଯାଇଛି । ପ୍ରକାଶ ଥାଉ କି, ରାଜ୍ୟର ଲକ୍ଷ ଲକ୍ଷ ମହିଳାଙ୍କ ସାମାଜିକ ଓ ଆର୍ଥିକ ସଶକ୍ତିକରଣ ପ୍ରକ୍ରିୟାକୁ ବ୍ୟାପକ କରିବା ନିମନ୍ତେ ରାଜ୍ୟରେ ଥିବା ସମସ୍ତ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ଗୋଟିଏ ବିଭାଗ ଅଧୀନକୁ ଆଣି ସ୍ୱତନ୍ତ୍ର ଭାବେ କାର୍ଯ୍ୟକ୍ଷମ କରିବା ନିମନ୍ତେ ମାନ୍ୟବର ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ଗ୍ରହଣ କରିଥିଲେ ଏବଂ ତଦନୁଯାୟୀ କ୍ୟାବିନେଟ୍‌ ଅନୁମୋଦନ କରାଯାଇଥିଲା । ରାଜ୍ୟ ସରକାରଙ୍କ ୫-‘ଟି’ କାର୍ଯ୍ୟକ୍ରମ ଅନୁଯାୟୀ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ସମସ୍ତ ପ୍ରଶାସନିକ ପ୍ରସ୍ତୁତି ଓ ତତ୍ପରତା ହେତୁ ଆଜି ଏହି ସ୍ୱପ୍ନ ସାକାର ରୂପ ନେଇଛି ଏବଂ ଏହା ଦ୍ୱାରା ରାଜ୍ୟ ସରକାରଙ୍କ ମହିଳା ସଶକ୍ତିକରଣ ଆଭିମୁଖ୍ୟ ଆହୁରି ତ୍ୱରାନ୍ୱିତ ହୋଇପାରିବ ବୋଲି ଆଶା କରାଯାଏ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!