ଭୁବନେଶ୍ବର, (ବାଘୁଆବାର୍ତ୍ତା): ଭୁବନେଶ୍ବର ଇସ୍କନ ମନ୍ଦିର ସମ୍ମୁଖରୁ ଯୁବତୀଙ୍କ ମୋବାଇଲ ଝାମ୍ପିନେଲେ ଲୁଟେରା । ଅଭିଯୋଗ ପରେ ନୟାପଲ୍ଲୀ ଥାନା ପୋଲିସ ଛାନଭିନ ଜାରି ରଖିଛି । ଘଟଣାର ସମସ୍ତ ଚିତ୍ର ସିସିଟିଭିରେ କଏଦ ହୋଇଛି । ସିସିଟିଭି ଫୁଟେଜ ଆଧାରରେ ଲୁଟେରାଙ୍କୁ ଖୋଜୁଛି ନୟାପଲ୍ଲୀ ଥାନା ପୋଲିସ । ସୂଚନାଯୋଗ୍ୟ ଯେ, ଦୁଇ ଜଣ ଯୁବତୀ ଭୁବନେଶ୍ବର ଇସ୍କନ ମନ୍ଦିର ସମ୍ମୁଖରେ ଚାଲି ଚାଲି ଯାଉଥିଲେ । ଏହି ସମୟରେ ଦୁଇ ଜଣ ଲୁଟେରା ଗୋଟିଏ ବାଇକ୍ରେ ଆସି ଜଣେ ଯୁବତୀଙ୍କ ହାତରୁ ମୋବାଇଲ ଫୋନ୍ ଛଡାଇ ନେଇଥିଲେ । ଦୁର୍ବୃତ୍ତ ଦୁଇ ଜଣ ମୋବାଇଲ ଛଡାଇ ନେଇ ଜୟଦେବବିହାର ଆଡ଼କୁ ପଳାଇ ଯାଇଥିଲେ । ଯାହାର ସମସ୍ତ ଦୃଶ୍ୟ ସିସିଟିଭିରେ କଏଦ ହୋଇଛି । ଏ ନେଇ ନୟାପଲ୍ଲୀ ଥାନାରେ ଅଭିଯୋଗ ପରେ ପୋଲିସ ତଦନ୍ତ ଆରମ୍ଭ କରିଛି । ସିସିଟିଭି ଫୁଟେଜ୍ ଆଧାରରେ ପୋଲିସ ଛାନଭିନ୍ ଜାରି ରଖିଛି । ଦୁର୍ବୃତ୍ତ ଦୁଇ ଜଣଙ୍କୁ ଧରିବାକୁ ପୋଲିସ ଉଦ୍ୟମ ଜାରି ରଖିଛି ।





