Wednesday, September 23, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାଜ୍ୟରେ ଖୁବଶୀଘ୍ର ସକାଳୁଆ ହୋଇପାରେ ସ୍କୁଲ

by ସଞ୍ଜୟ ସ୍ୱାଇଁ
March 16, 2025
in Education, State
ରାଜ୍ୟରେ ଖୁବଶୀଘ୍ର ସକାଳୁଆ ହୋଇପାରେ ସ୍କୁଲ
104
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ରାଜ୍ୟରେ ଖୁବଶୀଘ୍ର ସକାଳୁଆ ହୋଇପାରେ ସ୍କୁଲ । ବଢୁଥିବା ଖରାକୁ ଦୃଷ୍ଟିରେ ରଖି ନିଆଯାଇପାରେ ନିଷ୍ପତ୍ତି । ଏନେଇ ସୂଚନା ଦେଇଛନ୍ତି ଗଣଶିକ୍ଷାମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ସହ ଆଲୋଚନା କରାଯିବ । ସ୍ଥିତିକୁ ଦୃଷ୍ଟିରେ ରଖି ନିଷ୍ପତ୍ତି ନିଆଯିବ ବୋଲି ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି । ରାଜ୍ୟରେ ଉପର ମୁହାଁ ପାରଦ । ରେକର୍ଡ ଭାଙ୍ଗୁଛି ତାତି । ଦିନ ସାଢେ ୧୧ଟା ସୁଦ୍ଧା ୩୭ ଡିଗ୍ରୀ ଛୁଇଁଲା ପାରଦ । ଝାରସୁଗୁଡାର ସର୍ବୋଚ୍ଚ ତାପମାତ୍ରା ୩୭ ଡିଗ୍ରୀ ରେକର୍ଡ କରାଯାଇଛି। ସେହିପରି କେନ୍ଦୁଝର ୩୬.୪ ଏବଂ ସମ୍ବଲପୁର ୩୬.୨ ଡିଗ୍ରୀ ରେକର୍ଡ କରାଯାଇଛି। ରାଉରକେଲା ୩୫.୪, ହୀରାକୁଦ ଓ ଚାନ୍ଦବାଲି ୩୪.୨ ଡିଗ୍ରୀ ରେକର୍ଡ କରାଯାଇଛି । ମାର୍ଚ୍ଚ ଅଧାରୁ ସାରା ରାଜ୍ୟରେ ନିଆଁ ବର୍ଷା । ଆଗକୁ ତାପମାତ୍ରା ଆହୁରି ବୃଦ୍ଧି ପାଇବ ବୋଲି ଆକଳନ କରାଯାଇଛି । ଆଜି ପ୍ରବଳ ତାତି ଓ ଖରା ନେଇ ୩ ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି କରାଯାଇଛି । ଏହି ୩ ଜିଲ୍ଲାରେ ନିଆଁ ବର୍ଷିବ । ସମ୍ବଲପୁର, ଝାରସୁଗୁଡା ଓ କଳାହାଣ୍ଡି ଜିଲ୍ଲାକୁ ରେଡ୍‌ ଆଲର୍ଟ ଜାରି କରାଯାଇଛି । ଏହାସହ ସତର୍କତା ଅବଲମ୍ବନ କରିବାକୁ କୁହାଯାଇଛି । ଅନ୍ୟ ୪ଟି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି ହୋଛି । ଏହି ଜିଲ୍ଳାଗୁଡ଼ିକ ହେଲା ଅନୁଗୁଳ, ସୁନ୍ଦରଗଡ଼, ସୋନପୁର ଓ ବୌଦ୍ଧ । ସେହିପରି ମୟୂରଭଞ୍ଜ, ଭଦ୍ରକ, ଢେଙ୍କାନାଳ, ବଲାଙ୍ଗୀର, ଗଜପତି, କେନ୍ଦୁଝର, କଟକ, କେନ୍ଦ୍ରାପଡ଼ା, ପୁରୀ, ଗଞ୍ଜାମ ୧୫ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!