Wednesday, November 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆଜିଠୁ ସକାଳୁ ଖୋଲିଲା ସ୍କୁଲ, ଖରା ପାଇଁ ଆରମ୍ଭ ହେଲା ମର୍ଣ୍ଣିଂ କ୍ଲାସ୍

by ସଞ୍ଜୟ ସ୍ୱାଇଁ
April 2, 2022
in Education, State
ଆଜିଠୁ ସକାଳୁ ଖୋଲିଲା ସ୍କୁଲ, ଖରା ପାଇଁ ଆରମ୍ଭ ହେଲା ମର୍ଣ୍ଣିଂ କ୍ଲାସ୍
38
VIEWS
Share on FacebookShare on Twitter

ରଣପୁର, (ବାଘୁଆବାର୍ତ୍ତା): ସରକାରୀ ନିୟମ ଅନୁଯାୟୀ ରାଜ୍ୟରେ ଆଜିଠାରୁ ଆରମ୍ଭ ହେଲା ସକାଳୁଆ ପାଠପଢ଼ା । ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସକାଳୁ ସକାଳୁ ସ୍କୁଲରେ ପାଠପଢ଼ା ଆରମ୍ଭ ହୋଇଛି । ସାଢ଼େ ୬ଟାରୁ ଖୋଲିଛି କ୍ଲାସ ରୁମ୍ । ପାଠ ପଢୁଛନ୍ତି ପ୍ରଥମରୁ ଅଷ୍ଟମ ଶ୍ରେଣୀ ପିଲା । ଗଣଶିକ୍ଷା ବିଭାଗର ସୂଚୀ ଅନୁସାରେ ସକାଳ ସାଢ଼େ ୬ଟାରୁ ସାଢ଼େ ୧୦ଟା ପର୍ୟ୍ୟନ୍ତ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ୟ୍ୟନ୍ତ ପିଲାଙ୍କ ପାଠପଢ଼ା ହେବ । ସେହିପରି ସକାଳ ୭ଟାରୁ ୧୧ଟା ୩୦ ପର୍ୟ୍ୟନ୍ତ ନବମରୁ ଦ୍ୱାଦଶ ଶ୍ରେଣୀ ପିଲାଙ୍କୁ ପାଠ ପଢାଯିବ । ନୟାଗଡ ଜିଲ୍ଲା ରଣପୁର ବ୍ଲକ ଅଧିନସ୍ଥ ସମସ୍ତ ବିଦ୍ୟାଳୟଗୁଡିକ ଆଜି ଖୋଲା ଯିବା ସହିତ ଆଜି ଠାରୁ ମଧ୍ୟାହ୍ନ ଭୋଜନ ରୋଷେଇ କରି ଦିଆ ଯିବାର ବ୍ୟବସ୍ଥା ମଧ୍ୟ ରହିଛି । ରାଜ୍ୟରେ ଦିନକୁ ଦିନ ତାତି ବଢିବାରେ ଲାଗିଛି । ୮ଟି ସହରରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଛି । ଏହା ସହିତ ଅନେକ ସହରର ତାପମାତ୍ରା ୪୦ ଡିଗ୍ରୀ ପାଖାପାଖି ରହିଛି । ଏଣୁ ପିଲାଙ୍କୁ ଖରା ଦାଉରୁ ରକ୍ଷା କରିବାକୁ ସକାଳୁଆ ସ୍କୁଲ ଖୋଲାଯାଇଛି । ସମସ୍ତ ଶିକ୍ଷାନୁଷ୍ଠାନ କରୋନା କଟକଣା ମାନିବାକୁ ନିର୍ଦ୍ଦେଶ ଦିଆଯାଇଛି । ବିଦ୍ୟାଳୟ ଗୁଡ଼ିକରେ ପର୍ୟ୍ୟାପ୍ତ ପିଇବା ପାଣି ମହଜୁଦ ରଖିବାକୁ ପ୍ରଧାନ ଶିକ୍ଷକଙ୍କୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି । ଏହା ସହିତ ପିଲାମାନେ ଖରା ସମୟରେ ଛତା ବ୍ୟବହାର କରିବାକୁ ପରାମର୍ଶ ଦେଇଛି ଗଣଶିକ୍ଷା ବିଭାଗ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!