Wednesday, November 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସରକାରଙ୍କ ନିର୍ଦ୍ଦେଶ, ଏପ୍ରିଲ ୨ରୁ ହେବ ସକାଳୁଆ ସ୍କୁଲ

by ସଞ୍ଜୟ ସ୍ୱାଇଁ
March 30, 2024
in Education, State
ଖରା ଛୁଟିରେ ବି ପାଠ ପଢିବେ ପିଲା
78
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଏପ୍ରିଲ ୨ରୁ ସକାଳୁଆ ସ୍କୁଲ । ରାଜ୍ୟରେ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଏପରି ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର। ସକାଳୁଆ ସ୍କୁଲ କରିବା ପାଇଁ ଆଜି ସରକାରଙ୍କ ପକ୍ଷରୁ ରାଜ୍ୟର ସମସ୍ତ ସ୍କୁଲଗୁଡିକୁ ନିର୍ଦ୍ଦେଶ ଜାରି କରାଯାଇଛି। ତେବେ ଏପ୍ରିଲ ୨ରୁ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ଯାଏଁ ସକାଳୁଆ ପାଠ ପଠାଯିବ। ସକାଳ ୭ଟାରୁ ପୂର୍ବାହ୍ନ ୧୧.୩୦ ପର୍ୟ୍ୟନ୍ତ କ୍ଲାସ ହେବ ବୋଲି ନିର୍ଦ୍ଦେଶନାମାରେ କୁହାଯାଇଛି। ସୂଚନା ଥାଉକି, ଶନିବାର ଅର୍ଥାତ ଆଜି ୫ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଅତିକ୍ରମ କରିଛି। ଆଜି ସବୁଠୁ ଉତ୍ତପ୍ତ ସହର ପାଲଟିଛି ମାଲକାନଗିରି। ଏଠାରେ ତାପମାତ୍ରା ୪୧ ଡ଼ିଗ୍ରୀ ରେକର୍ଡ କରାଯାଇଛି। ଅପରପକ୍ଷେ ବୌଦ୍ଧ ଓ ଟିଟିଲାଗଡରେ ତାପମାତ୍ରା ୪୦.୫ ଡ଼ିଗ୍ରୀ ଛୁଇଁଛି। ସେହିପରି ବଲାଙ୍ଗିରରେ ୪୦.୨ ଡ଼ିଗ୍ରୀ ଓ ନୟାଗଡରେ ୪୦ ଡ଼ିଗ୍ରୀ ରେକର୍ଡ କରାଯାଇଛି। ତାତିରୁ ବର୍ତ୍ତି ପାରିନି ରାଜଧାନୀ ଭୁବନେଶ୍ୱର ଓ କଟକ। ଭୁବନେଶ୍ୱରରେ ୩୭ ଡ଼ିଗ୍ରୀ ଓ କଟକରେ ୩୭.୬ ତାପମାତ୍ରା ଡ଼ିଗ୍ରୀ ରେକର୍ଡ କରାଯାଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏନେଇ ସୂଚନା ଦିଆଯାଇଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!