Wednesday, November 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆସନ୍ତା କାଲି ସୁଦ୍ଧା ସମଗ୍ର ଓଡ଼ିଶାକୁ ଛୁଇଁବ ଦକ୍ଷିଣ-ପଶ୍ଚିମ ମୌସୁମୀ

by ସଞ୍ଜୟ ସ୍ୱାଇଁ
June 12, 2021
in Nayagarh
ଆସନ୍ତା କାଲି ସୁଦ୍ଧା ସମଗ୍ର ଓଡ଼ିଶାକୁ ଛୁଇଁବ ଦକ୍ଷିଣ-ପଶ୍ଚିମ ମୌସୁମୀ
133
VIEWS
Share on FacebookShare on Twitter

ଭୁବନେଶ୍ବର,(ବାଘୁଆବାର୍ତ୍ତା): ଦକ୍ଷିଣ-ପଶ୍ଚିମ ମୌସୁମୀ ଆଜି ଓଡ଼ିଶାର ଆଉ କିଛି ଅଞ୍ଚଳକୁ ଛୁଇଁଛି । ଏହା ସହିତ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ଲାଗି ରହିଛି । ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁସାରେ ମୌସୁମୀ ଆଜି ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ବର ଓ ମୟୁରଭଞ୍ଜକୁ ଛୁଇଁଛି । ଏହା ସହିତ ମୌସୁମୀ ପୁରୀ, ଖୋର୍ଦ୍ଧା, ନୟାଗଡ଼ର ଅଧିକାଂଶ ଅଂଚଳରେ ପହଞ୍ଚିଛି । ଆଗାମୀ ୨୪ ଘଣ୍ଟାରେ ମୌସୁମୀ ସମଗ୍ର ରାଜ୍ୟକୁ ଆବୃତ କରିବ ବୋଲି ବିଭାଗ ପକ୍ଷରୁ କୁହାଯ଼ାଇଛି । ସର୍ବଭାରତୀୟ ସ୍ତରରେ ମୌସୁମୀ ପଶ୍ଚିମବଙ୍ଗର ଅଧିକାଂଶ ଅଞ୍ଚଳ, ବିହାର ଓ ଝାଡ଼ଖଣ୍ଡର କିଛି ଅଞ୍ଚଳରେ ପହଞ୍ଚିଛି । ଆଗାମୀ ୨୪ ଘଣ୍ଟାରେ ଏହା ସମଗ୍ର ଝାରଖଣ୍ଡ, ବିହାରକୁ ଛୁଇଁବା ସହ ଉତ୍ତରପ୍ରଦେଶର କିଛି ଅଂଶକୁ ଛୁଇଁବ । ଅନ୍ୟପକ୍ଷରେ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଏବେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ନିକଟବର୍ତ୍ତୀ ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳ ନିକଟରେ ରହିଛି । ଆସନ୍ତା ୨ରୁ ୩ ଦିନ ମଧ୍ୟରେ ଏହା ଆହୁରି ଚିହ୍ନିତ ହୋଇ ଓଡ଼ିଶା, ଝାରଖଣ୍ଡ ଓ ଉତ୍ତର ଛତିଶଗଡ଼ ଆଡ଼କୁ ଗତି କରିବାର ସମ୍ଭାବନା ରହିଛି ।ଏହାର ପ୍ରଭାବରେ ଆସନ୍ତା ୧୬ ତାରିଖ ପର୍ୟ୍ୟନ୍ତ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ବର୍ଷା ଓ କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!