Wednesday, June 24, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୨୦୨୦-୨୧ ଆର୍ଥିକ ବର୍ଷରେ ଏମ୍‌ଏସ୍‌ଏମ୍‌ଇ କ୍ଷେତ୍ରକୁ ଋଣ ପ୍ରଦାନରେ ଉଲ୍ଲେଖନୀୟ ସଫଳତା

by ସଞ୍ଜୟ ସ୍ୱାଇଁ
April 2, 2021
in Feature News
ଆଇଟିଆଇ ଛାତ୍ରଛାତ୍ରୀଙ୍କର ୯ ମାସର ହଷ୍ଟେଲ ଫି ଛାଡ
49
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା): ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଏମ୍‌ଏସ୍‌ଏମ୍‌ଇ କ୍ଷେତ୍ରକୁ ଚଳଚଞ୍ଚଳ କରିବାକୁ ନିଆଯାଇଥିବା ପଦକ୍ଷେପ ସ୍ୱରୂପ ଉଦ୍ୟୋଗଗୁଡ଼ିକୁ ଋଣ ପ୍ରଦାନରେ ଏକ ଉଲ୍ଲେଖନୀୟ ସଫଳତା ହାସଲ କରାଯାଇପାରିଛି । ବିଭାଗୀୟ ମନ୍ତ୍ରୀ କ୍ୟାପ୍‌ଟେନ୍‌ ଦିବ୍ୟଶଙ୍କର ମିଶ୍ରଙ୍କ ନେତୃତ୍ୱ ଏବଂ ବିଭାଗର ନିୟମିତ ତଦାରଖ ଯୋଗୁଁ କୋଭିଡ୍‌ ଭଳି ପ୍ରତିକୂଳ ପରିସ୍ଥିତିରେ ବ୍ୟାଙ୍କମାନଙ୍କର ପୂର୍ଣ୍ଣ ସହଯୋଗ ଯୋଗୁଁ ୨୦୨୦-୨୧ ଆର୍ଥିକ ବର୍ଷରେ ଋଣ ପ୍ରଦାନରେ ଉଲ୍ଲେଖନୀୟ ସଫଳତା ହାସଲ କରାଯାଇ ପାରିଥିବା ବିଭାଗୀୟ ସୂତ୍ରରୁ ପ୍ରକାଶ । ଇସିଏଲ୍‌ଜିଏସ୍‌ (କୋଭିଡ଼୍‌ ଋଣ) ଅଧୀନରେ ୩୪୧୭.୦୨ କୋଟି ଟଙ୍କା ଋଣ ପ୍ରଦାନଯୋଗ୍ୟ ଅର୍ଥରୁ ୩୩୦୮.୬୯ କୋଟି ଟଙ୍କାର ମଞ୍ଜୁରୀ ପ୍ରଦାନ କରାଯାଇଛି । ତନ୍ମଧ୍ୟରୁ ୩୧୦୭.୮୨ କୋଟି ଟଙ୍କା ଉଦ୍ୟୋଗୀମାନଙ୍କୁ ପ୍ରଦାନ କରାଯାଇ ସାରିଛି । ପୂର୍ବରୁ ଏତେ ପରିମାଣରେ ଋଣ ପ୍ରଦାନ କେବେ କରାଯାଇ ପାରିନଥିଲା । ପିଏମ୍‌ଇଜିପି ଅଧୀନରେ ସର୍ବମୋଟ ୪୩୫୮ଟି ଉଦ୍ୟୋଗ ମଧ୍ୟରୁ ୩୬୯୪ଟି ଉଦ୍ୟୋଗକୁ ପ୍ରାୟ ୧୧୫ କୋଟି ଟଙ୍କାର ଋଣ ପ୍ରଦାନ କରାଯାଇଛି । ସେହିପରି ପିଏମ୍‌ଏଫ୍‌ଏମ୍‌ଇ ଅଧୀନରେ ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ସ୍ୱୟଂ ସହାୟିକା ଗୋଷ୍ଠୀର ୨୮୧୪ ଜଣ ସଦସ୍ୟାଙ୍କୁ ୪୦ ହଜାର ଟଙ୍କା ହିସାବରେ ସିଡ୍‌ମନି ଭାବେ ପ୍ରାୟ ୭୭୪ ଲକ୍ଷ ଟଙ୍କା ପ୍ରଦାନ କରାଯାଇଛି । ତା’ଛଡ଼ା ୨୧ଟି ଏସ୍‌ଏଚ୍‌ଜିଙ୍କୁ ମୋଟ ୫୩.୯୬ ଲକ୍ଷ ଟଙ୍କା ସବ୍‌ସିଡି ପ୍ରଦାନ କରାଯାଇଛି । ୩ଟି ଏଫ୍‌ପିଓକୁ ସବ୍‌ସିଡି ପ୍ରଦାନ ନିମନ୍ତେ ପ୍ରସ୍ତାବ ମଞ୍ଜୁରୀ ସକାଶେ କେନ୍ଦ୍ର ସରକାରଙ୍କୁ ପତ୍ରାଳାପ କରାଯାଇଛି । ଗଞ୍ଜାମର ରଙ୍ଗେଇଲୁଣ୍ଡାଠାରେ ମତ୍ସ୍ୟ ଉତ୍ପାଦନ ସକାଶେ ସାଧାରଣ ଇନ୍‌କୁ୍ୟବେସନ୍‌ କେନ୍ଦ୍ର ସ୍ଥାପନ ସକାଶେ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟକୁ ୧୬୩ ଲକ୍ଷ ଟଙ୍କାର ଅନୁଦାନ ପ୍ରଦାନ କରାଯାଇଛି । ଉପଯୁକ୍ତ ପ୍ୟାକେଜିଂର ବିକାଶ ଓ ଓଡ଼ିଶାର ଉତ୍ପାଦିତ ଖାଦ୍ୟ ସାମଗ୍ରୀର ବ୍ରାଣ୍ଡିଂ ସୃଷ୍ଟି କରିବାକୁ ଓର୍‌ମାସ୍‌କୁ ୮.୫୦ ଲକ୍ଷ ଟଙ୍କାର ଅନୁଦାନ ଦିଆଯାଇଛି । ତା’ଛଡ଼ା ଅତିବେଶୀରେ ୧୦ ଲକ୍ଷ ଟଙ୍କା ସବ୍‌ସିଡି ପ୍ରାବଧାନ ସହ ବ୍ୟକ୍ତିଗତ ଅଣୁ ଉଦ୍ୟୋଗଗୁଡ଼ିକୁ ଋଣ ମଞ୍ଜୁର କରିବା ଓ ୫୦ ପ୍ରତିଶତ ସବ୍‌ସିଡି ଦେବା ନିମନ୍ତେ ୩୮୩ଟି ଆବେଦନକୁ ବିଭିନ୍ନ ବ୍ୟାଙ୍କକୁ ପଠାଯାଇଛି । ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଲୋକାଭିମୁଖୀ ୨୮୯ କୋଟି ଟଙ୍କା କୋଭିଡ୍‌ ସହାୟତା ପ୍ୟାକେଜ୍‌ର ଆକର୍ଷଣୀୟ ରିହାତି ବ୍ୟବସ୍ଥା ଯୋଗୁଁ ଋଣ ଯୋଗାଣରେ ଏହି ରେକର୍ଡ ସୃଷ୍ଟି ହୋଇପାରିଛି । କୋଭିଡ୍‌ ମହାମାରୀ ସମୟରେ ଏହି ଉଲ୍ଲେଖନୀୟ ସଫଳତା ନିମନ୍ତେ ବିଭାଗ ତରଫରୁ କ୍ଷେତ୍ର କର୍ମଚାରୀ ଓ ସର୍ବୋପରି ବ୍ୟାଙ୍କଗୁଡ଼ିକର ସହଯୋଗ ପାଇଁ ସମ୍ଭବ ହୋଇପାରିଥିବାରୁ ବଧେଇ ଜଣାଇବା ସହ ବହୁଳ ଭାବେ କର୍ମସଂସ୍ଥାନ ସୃଷ୍ଟି କରୁଥିବା ଏହି କ୍ଷେତ୍ରକୁ ଆଗାମୀ ଦିନରେ ଏପରି ସହଯୋଗ ଜାରି ରଖିବାକୁ ଅନୁରୋଧ କରାଯାଇଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!