Friday, September 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

by ସଞ୍ଜୟ ସ୍ୱାଇଁ
April 16, 2026
in Nayagarh
ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ
174
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ଉପରେ ଏକ ପ୍ରସ୍ତୁତି ବୈଠକ ଜିଲ୍ଲାପାଳଙ୍କ ମିନି କନଫ୍ରେନସ୍ ହଲରେ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ମଧୁମିତା ରଥଙ୍କ ଅଧ୍ୟକ୍ଷତାରେ ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ସୁବାସ ଚନ୍ଦ୍ର ପଣ୍ଡା, ଅତିରିକ୍ତ ଜିଲ୍ଲାପାଳ ରୋଜିନା ଦାସ, ନୟାଗଡ ମଣ୍ଡଳ ଉନ୍ନୟନ ଅଧିକାରୀ ଐଶ୍ଵର୍ଯ୍ୟା ଭୂୟାଁ, ନୟାଗଡ ତହସିଲଦାର ରାଜେଶ କେଶରୀ ସ୍ବାଇଁ ପ୍ରମୁଖ ଯୋଗ ଦେଇଥିଲେ। ଏହି କାର୍ଯ୍ୟକ୍ରମକୁ ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଜୟଶ୍ରୀ ପଟ୍ଟନାୟକ ପରିଚାଳନା କରିଥିଲା ବେଳେ ଏହାର ସଫଳ ଆୟୋଜନ ପାଇଁ ସ୍ଵେଚ୍ଛାସେବୀ ସଂଗଠନ(ସେବା)କୁ ଦାୟିତ୍ୱ ନ୍ୟସ୍ତ କରାଯାଇଛି। ଏହି କାର୍ଯ୍ୟକ୍ରମ ଆସନ୍ତା ୨୧.୦୪.୨୦୨୬ରିଖ ଦିନ ସ୍ଥାନୀୟ ପଠାଣି ସାମନ୍ତ ସଂସ୍କୃତି ଭବନରେ ଅନୁଷ୍ଠିତ ହେବ। ଏହି ଅଭିନବ କାର୍ଯ୍ୟକ୍ରମରେ ସମାଜର ଆର୍ଥିକ ଦୁର୍ବଳ ଶ୍ରେଣୀର ୨୨ଜଣ କନ୍ୟାମାନଙ୍କର ଏକ ଗଣ ବିବାହ କାର୍ଯ୍ୟକ୍ରମ ସରକାରଙ୍କ ଦ୍ୱାରା ଅନୁଷ୍ଠିତ ହେବ। ପ୍ରତ୍ୟେକ କନ୍ୟାକୁ କନ୍ୟାଧନ ସ୍ୱରୂପ ୩୫୦୦୦ଟଙ୍କା ଅର୍ଥରାଶି ଡିବିଟି ମାଧ୍ୟମରେ ପ୍ରଦାନ କରାଯିବ। ଉକ୍ତ ଦିନ ସକାଳ ୬ଘଟିକା ଠାରୁ ଶୁଭ ଲଗ୍ନରେ ବିବାହ କାର୍ଯ୍ୟକ୍ରମ ଆୟୋଜିତ ହେବା ର ବ୍ୟବସ୍ଥା ରହିଛି। ଏଥିରେ କନ୍ୟାଘର ଓ ବରଘର ତରଫରୁ ୨୦ଜଣ ସମ୍ପର୍କୀୟ ସାମିଲ ହେବାର ବ୍ୟବସ୍ଥା କରାଯାଇଛି। ଏହି ବୈଠକରେ ଜିଲ୍ଳା ଅଗ୍ନିଶମ ଅଧିକାରୀ ପ୍ରସନ୍ନ ବେହେରା, ଜିଲ୍ଳା ଯୋଗାଣ ଅଧିକାରୀ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଜ୍ୟୋତ୍ସ୍ନାମୟୀ ଆଚାର୍ଯ୍ୟ,ଜେଇ ଜନସ୍ୱାସ୍ଥ୍ୟ, ବିଭିନ୍ନ ବ୍ଲକରୁ ଆସିଥିବା ସିଡ଼ିପିଓମାନେ , ସେବା ଅନୁଷ୍ଠାନର ସମ୍ପାଦକ ଅମରେନ୍ଦ୍ର କୁମାର ଦାସ ପରିଜା, ଉପସଭାପତି ସଂଜୟ କୁମାର ସୁବୁଦ୍ଧି ପ୍ରମୁଖ ଉପସ୍ଥିତ ଥିଲେ । ଶେଷରେ କାର୍ଯ୍ୟକ୍ରମକୁ ସୁଚାରୁ ରୂପେ ପରିଚାଳନା କରିବା ପାଇଁ ଜିଲ୍ଲାପାଳ ପରାମର୍ଶ ଦେବା ପରେ ସଭା ସାଙ୍ଗ କରାଯାଇଥିଲା ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!