କୁକୁଡ଼ାଖଣ୍ଡି,(ବାଘୁଆବାର୍ତ୍ତା): ଗଞ୍ଜାମ ଜିଲ୍ଲା କୁକୁଡ଼ାଖଣ୍ଡି ବ୍ଲକ ଦିଗପହଣ୍ଡି ଥାନା ନୂଆ ଅନନ୍ତେଇ ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ଦୁର୍ବୃତ୍ତମାନେ ଘରେ ପଶି ଜଣେ ଯୁବକଙ୍କୁ ହତ୍ୟା କରିଛନ୍ତି। ମୃତକ ଜଣକ ଦୁଷ୍ମନ୍ତ ଚୌଧୁରୀ ବୋଲି ଜଣାପଡ଼ିଛି। ଘଟଣାସ୍ଥଳରେ ପୁଲିସ ପହଞ୍ଚି ଛାନଭିନ୍ ଆରମ୍ଭ କରିଛି । ତେବେ ହତ୍ୟାକାଣ୍ଡର କାରଣ ବର୍ତ୍ତମାନ ସୁଦ୍ଧା ଅସ୍ପଷ୍ଟ ରହିଛି । ହତ୍ୟାକାଣ୍ଡ ସଂପର୍କରେ ଖବର ପାଇ ଦିଗପହଣ୍ଡି ଓ ସଦର ଥାନା ପୁଲିସ ଘଟଣାସ୍ଥଳରେ ଛାନଭିନ୍ ଜାରି ରଖିଛନ୍ତି। ଆବଶ୍ୟକ ପଡ଼ିଲେ ସାଇଣ୍ଟିଫିକ୍ ଟିମକୁ ଘଟଣାସ୍ଥଳକୁ ଡକାଯିବାର ସମ୍ଭାବନା ରହିଛି।






