Sunday, November 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସହର ଭିତରେ ପୌରସଂସ୍ଥାର ମହିଳା କର୍ମଚାରୀଙ୍କୁ ହତ୍ୟା

by ସଞ୍ଜୟ ସ୍ୱାଇଁ
September 25, 2022
in Crime, State
ସହର ଭିତରେ ପୌରସଂସ୍ଥାର ମହିଳା କର୍ମଚାରୀଙ୍କୁ ହତ୍ୟା
77
VIEWS
Share on FacebookShare on Twitter

ବଲାଙ୍ଗିର, (ବାଘୁଆବାର୍ତ୍ତା): ପୁଣି ସହର ଭିତରେ ଗଡିଲା ମୁଣ୍ଡ। ପୌରସଂସ୍ଥାର ମହିଳା କର୍ମଚାରୀଙ୍କୁ ନିର୍ମମ ଭାବେ ହତ୍ୟା। ଏଭଳି ଏକ ଚାଞ୍ଚଲ୍ୟକର ଘଟଣା ଘଟିଛି ବଲାଙ୍ଗିରରେ। ବଲାଙ୍ଗିର ବିଜାଖମନ ନିକଟରେ ଥିବା ପୌରସଂସ୍ଥାର ବର୍ୟ୍ୟବସ୍ତୁ ପରିଚାଳନା କେନ୍ଦ୍ର ନିକଟରେ ପଡିଛି ମହିଳା ପୌର କର୍ମଚାରୀଙ୍କ ରକ୍ତ ଜୁଡୁବୁଡୁ ମୃତଦେହ। ନିକଟରେ ଏକ ସାଇକେଲ ମଧ୍ୟ ପଡିରହିଛି। ମୃତ ମହିଳାଙ୍କ ପରିଚୟ ଅଷ୍ଟମୀ ବକୁଲ ବୋଲି ଜଣାପଡିଛି। ତାଙ୍କ ବୟସ ୪୦ ବର୍ଷ। ପୌର ସଂସ୍ଥାର ମଇଳା ଉଠା ଗାଡି ଚଲାଉଥିଲେ ଅଷ୍ଟମୀ ଗତକାଲି ସଂଧ୍ୟା ୬ଟାରୁ ନିଖୋଜ ଥିଲେ। ସିସିଟିଭି ଫୁଟେଜ ଅନୁଯାୟୀ ସେ ଗତକାଲି ସନ୍ଧ୍ୟାରେ ୱେଷ୍ଟ ମ୍ୟାନେଜମେଣ୍ଟ ପାଖରେ ସେ ଗାଡି ରଖିଥିଲେ। ଏହାପରେ ସେଠାରୁ ସେ ଚାଲିଯାଇଥିବା ଦେଖିବାକୁ ମିଳିଛି। ତେବେ ଫେରିବା ବାଟରେ ତାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମହିଳା କର୍ମଚାରୀଙ୍କୁ ସନ୍ଧ୍ୟାରେ କାମ କରିବାକୁ ମ୍ୟୁନିସିପାଲଟି ବାଧ୍ୟ କରୁଥିବା ପୌରସଂସ୍ଥାର ଅନ୍ୟ କର୍ମଚାରୀମାନେ ଅଭିଯୋଗ କରିଛନ୍ତି। ତେବେ କିଏ ଓ କାହିଁକି ତାଙ୍କୁ ହତ୍ୟା କଲା ତାହା ଜଣାପଡ଼ିନାହିଁ। ଟାଉନ ପୁଲିସ ଘଟଣାର ଛାନ୍‌ଭିନ୍‌ ଆରମ୍ଭ କରିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!