Sunday, November 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଲୁଟ୍‌ କରିବା ଉଦ୍ଦେଶ୍ୟରେ ଘରେ ପଶି ଘର ମାଲିକଙ୍କୁ ହତ୍ୟା

by ସଞ୍ଜୟ ସ୍ୱାଇଁ
September 27, 2022
in Crime, State
ଲୁଟ୍‌ କରିବା ଉଦ୍ଦେଶ୍ୟରେ ଘରେ ପଶି ଘର ମାଲିକଙ୍କୁ ହତ୍ୟା
37
VIEWS
Share on FacebookShare on Twitter

ଯାଜପୁର, (ବାଘୁଆବାର୍ତ୍ତା): ଲୁଟ୍‌ କରିବା ଉଦ୍ଦେଶ୍ୟରେ ଘରେ ପଶିଥିଲେ ଲୁଟେରା। ହେଲେ ଘର ମାଲିକ ପ୍ରତିବାଦ କରିବା ସହ ଚିତ୍କାର କରିବାକୁ ହିତାହିତ ଜ୍ଞାନ ଭୁଲି ବସିଲେ ଲୁଟେରା। ଆଉ ଉତ୍ତ୍ୟକ୍ତ ହୋଇ ମାରଣାସ୍ତ୍ରରେ ଘର ମାଲିକଙ୍କ ଉପରକୁ ଆକ୍ରମଣ କଲେ। ଏହି ଆକ୍ରମଣରେ ଗୁରୁତର ହୋଇ ପଡ଼ିଥିବା ଘର ମାଲିକ ଶେଷରେ ଆଖି ବୁଜିଛନ୍ତି। ଏପରି ଅଭାବନୀୟ ଘଟଣା ଗତକାଲି ରାତିରେ ଯାଜପୁର ଜିଲ୍ଲା ବରି ରାମଚନ୍ଦ୍ରପୁର ଥାନା ଚଟୁମାରି ଗ୍ରାମରେ ଘଟିଛି। ମୃତକ ହେଲେ ଚଟୁମାରି ଗ୍ରାମର ବିଶ୍ୱ ରଞ୍ଜନ ବିଶ୍ୱାଳ । ଗତକାଲି ବିଳମ୍ବିତ ରାତିରେ ବିଶ୍ୱ ରଞ୍ଜନଙ୍କ ଘରେ ଚୋର ପଶିଥିଲେ। ଏହି ସମୟରେ ଘର ବାରଣ୍ଡାରେ ଶୋଇଥିବା ବିଶ୍ୱ ରଞ୍ଜନ ନିଦରୁ ହଠାତ୍‌ ଉଠି ପଡ଼ିଥିଲେ। ଆଖି ଆଗରେ ଲୁଟେରାଙ୍କୁ ଦେଖି ସେ ଚିତ୍କାର କରିଥିଲେ। ତାଙ୍କ ଚିତ୍କାର ଶୁଣି ଲୋକେ ଏକାଠି ହୋଇଯିବେ ଭାବି ଲୁଟେରାମାନେ ତାଙ୍କୁ ମାରଣାସ୍ତ୍ରରେ ଆକ୍ରମଣ କରି ଫେରାର ହୋଇଯାଇଥିଲେ। ବିଶ୍ୱ ରଞ୍ଜନଙ୍କ ଚିତ୍କାର ଶୁଣି ପରିବାର ଲୋକେ ତାଙ୍କୁ ଗୁରୁତର ଅବସ୍ଥାରେ ବରି ଗୋଷ୍ଠି ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ତାଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ ହେତୁ ଚିକିତ୍ସାଧୀନ ଅବସ୍ଥାରେ ଗତ ରାତିରେ ତାଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଖବର ପାଇ ବରି-ରାମଚନ୍ଦ୍ରପୁର ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଥିବା ବେଳେ ଲୁଟେରାଙ୍କ ସନ୍ଧାନ ମିଳି ପାରି ନ ଥିବା ଜଣାଯାଇଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!