Monday, November 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭାଉଜକୁ ହାଣିଲା ଦିଅର

by ସଞ୍ଜୟ ସ୍ୱାଇଁ
May 1, 2024
in Crime, State
ଭାଉଜକୁ ହାଣିଲା ଦିଅର
126
VIEWS
Share on FacebookShare on Twitter

ବୌଦ୍ଧ, (ବାଘୁଆବାର୍ତ୍ତା): ଘରୋଇ କଳହର ଦେଖିବାକୁ ମିଳିଛି କରୁଣ ପରିଣତି। ଭାଉଜକୁ ଅତି ନିର୍ମମ ଭାବେ ହତ୍ୟା କଲା ଦିଅର। ବୌଦ୍ଧ ମନମୁଣ୍ଡାରେ ଘଟିଛି ଏଭଳି ବୀଭତ୍ସ ହତ୍ୟାକାଣ୍ଡ। ମୃତ ମହିଳାଙ୍କ ନାଁ ସୁଭାଷିନୀ ସାହୁ। ମନମୁଣ୍ଡାର ଧ୍ରୁବଚରଣ ସାହୁ ନାମକ ବ୍ୟକ୍ତିଙ୍କ ପ୍ରଥମ ପତ୍ନୀଙ୍କ ମୃତ୍ୟୁ ପରେ ସେ ଦ୍ୱିତୀୟ ବିବାହ କରିଥିଲେ। ଧ୍ରୁବଚରଣଙ୍କ ସାନ ଭାଇ ବଲ୍ଲଭ ସାହୁ ତାଙ୍କଠୁ ଅଲଗା ରହୁଥିବା ବେଳେ ଉଭୟଙ୍କ ସମ୍ପର୍କରେ ତିକ୍ତତା ଆସି ଯାଇଥିଲା। ଗତ ରାତିରେ ଧ୍ରୁବଚରଣ କେଉଁ କାମରେ ବାହାରକୁ ଯାଇଥିବା ବେଳେ ଘରେ ତାଙ୍କ ପତ୍ନୀ ସୁଭାଷିନୀ ଏକୁଟିଆ ଥିଲେ । ଏହାର ସୁଯୋଗ ନେଇ ବଲ୍ଲଭ ଘରେ ପଶି ଏକ ମାରଣାସ୍ତ୍ରରେ ସୁଭାଷିନୀଙ୍କୁ ଅତର୍କିତ ଭାବେ ଆକ୍ରମଣ କରିଥିଲେ। ଫଳରେ ସେ ଚଟାଣରେ ପଡ଼ି ଯାଇଥିବା ବେଳେ ଅତ୍ୟଧିକ ରକ୍ତସ୍ରାବ ହେତୁ ଘଟଣାସ୍ଥଳରେ ତାଙ୍କ ମୃତ୍ୟୁ ହୋଇଥିଲା। ଏହାପରେ ବଲ୍ଲଭ ମନମୁଣ୍ଡା ଥାନାକୁ ଆସି ଆତ୍ମସମର୍ପଣ କରିଥିବା ସୂଚନା ମିଳିଛି। ଖବର ପାଇ ଧ୍ରୁବଚରଣ ଘରେ ପହଞ୍ଚି ପତ୍ନୀଙ୍କ ମୃତଦେହ ପଡ଼ିଥିବା ଦେଖିଥିଲେ। ପୁଲିସ୍‌ ସାଇଣ୍ଟିଫିକ୍‌ ଟିମ୍‌ ସହ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ଜଣାଯାଇଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!