Tuesday, September 8, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଗୁଳି କଲେ, ପରେ ପଥରରେ ଛେଚି ହତ୍ୟା

by ସଞ୍ଜୟ ସ୍ୱାଇଁ
April 21, 2025
in Crime, State
ଗୁଳି କଲେ, ପରେ ପଥରରେ ଛେଚି ହତ୍ୟା
32
VIEWS
Share on FacebookShare on Twitter

ଢେଙ୍କାନାଳ, (ବାଘୁଆବାର୍ତ୍ତା): ଢେଙ୍କାନାଳରେ ବିଳମ୍ବିତ ରାତିରେ ଗୁଳିକାଣ୍ଡ । ଦୁର୍ବୃତ୍ତଙ୍କ ଆକ୍ରମଣରେ ଯୁବକ ମୃତ । ଢେଙ୍କାନାଳ ଟାଉନ ଥାନା ଅନ୍ତର୍ଗତ କାରିଗର ସାହିରେ ଘଟିଛି ଘଟଣା। ମୃତକ ହେଲେ ସ୍ଥାନୀୟ ଯୁବକ ମହେଶ୍ୱର ବେହେରା ଓରଫ ଟିଟନ। ହତ୍ୟାକାଣ୍ଡ ଘଟାଇ ଦୁବୃର୍ତ୍ତମାନେ ଘଟଣାସ୍ଥଳରୁ ଚମ୍ପଟ ମାରିଛନ୍ତି। ସୂଚନା ଅନୁଯାୟୀ, କାରିଗର ସାହି ବାସିନ୍ଦା ଟିଟନ ରାତି ପ୍ରାୟ ୧୧ଟା ବେଳକୁ ଘରକୁ ଫେରୁଥିବା ସମୟରେ କିଛି ଦୁବୃର୍ତ୍ତ ତାଙ୍କ ଉପରକୁ ଗୁଳି ଚଳାଇଥିଲେ। ଟିଟନଙ୍କ ଗୋଡରେ ୨ ରାଉଣ୍ଡ ଗୁଳି ବାଜିବାରୁ ସେ ଘଟଣାସ୍ଥଳରେ ଖସି ପଡ଼ିଥିଲେ। ଘଟଣାଟି ତାଙ୍କ ଘରଠାରୁ ଅଳ୍ପ ଦୂରରେ ଘଟିଥିବାରୁ ଗୁଳି ଶବ୍ଦ ଶୁଣି ତାଙ୍କ ସ୍ତ୍ରୀ ବାହାରକୁ ଦୌଡି ଆସିଥିଲେ। ଟିଟନ ଜୀବନ ବିକଳରେ ସେଠାରୁ ଖସି ପଳାଇବାକୁ ଚେଷ୍ଟା କରୁଥିବା ବେଳେ ଦୁର୍ବୃତ୍ତମାନେ ତାଙ୍କୁ ସେଠାରୁ ଘୋଷାଡି ନେଇ ଅନ୍ୟ ଏକ ସ୍ଥାନରେ ପଥର ଛେଚି ହତ୍ୟା କରିଥିଲେ ଓ ଘଟଣାସ୍ଥଳରୁ ଚମ୍ପଟ ମାରିଥିଲେ। ପରେ ତାଙ୍କୁ ଉଦ୍ଧାର କରାଯାଇ ଢେଙ୍କାନାଳ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ଟାଉନ ଥାନା ପୋଲିସ୍ ଘଟଣାର ତଦନ୍ତ କରୁଥିବା ବେଳେ ପୂର୍ବ ଶତୃତାକୁ କେନ୍ଦ୍ର କରି ଏହି ଘଟଣା ଘଟିଥିବା ଅନୁମାନ କରାଯାଉଛି। ଗୋଟିଏ ମାସ ପୂର୍ବରୁ ଟିଟନଙ୍କୁ ଆକ୍ରମଣ କରି ଦୁବୃର୍ତ୍ତ ମାନେ ତାଙ୍କ ହାତ ଭାଙ୍ଗିଥିବା ତାଙ୍କ ସ୍ତ୍ରୀ ଅଭିଯୋଗ କରିଛନ୍ତି।।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!