Tuesday, December 16, 2025
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସାମାନ୍ୟ କଥାକୁ ନେଇ ଗଡିଲା ମୁଣ୍ଡ

by ସଞ୍ଜୟ ସ୍ୱାଇଁ
April 15, 2025
in State
ସାମାନ୍ୟ କଥାକୁ ନେଇ ଗଡିଲା ମୁଣ୍ଡ
97
VIEWS
Share on FacebookShare on Twitter

ଖୋର୍ଦ୍ଧା, (ବାଘୁଆବାର୍ତ୍ତା): ସାମାନ୍ୟ କଥାକୁ ନେଇ ଘଟିଲା ଗଣ୍ଡଗୋଳ । ଗଣ୍ଡଗୋଳ ଏତେ ତୀବ୍ର ହେଲା ଯେ, ଦୁର୍ବୃତ୍ତଙ୍କ ଆକ୍ରମଣରେ ଚାଲିଗଲା ଜଣଙ୍କ ଜୀବନ । ବାପାଙ୍କ ମୃତ୍ୟୁ ହୋଇଥିବା ବେଳେ ପୁଅ ଗୁରୁତର ହୋଇଛନ୍ତି । ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ବୋଲଗଡ଼ ଥାନା ଅନ୍ତର୍ଗତ ଝାନ୍ସି ପାଟଣା ଗ୍ରାମରେ । ସୂଚନାଯୋଗ୍ୟ ଯେ, ଝାନ୍ସି ପାଟଣା ଗ୍ରାମର ପ୍ରତାପ ସେଠୀ ଏବଂ ସିଦ୍ଧେଶ୍ୱର ବେହେରାଙ୍କ ମଧ୍ୟରେ ଜାତିଆଣ ଆକ୍ଷେପକୁ ନେଇ ଯୁକ୍ତିତର୍କ ଏବଂ ବଚସା ହୋଇଥିଲା । ପରେ ସିଦ୍ଧେଶ୍ୱର ଏବଂ ତାଙ୍କ ସାଥି ମାନଙ୍କ ଆକ୍ରମଣରେ ପ୍ରତାପଙ୍କ ମୃତ୍ୟୁ ହୋଇଥିବା ବେଳେ ପ୍ରତାପଙ୍କ ପୁଅ ଦୀପୁ ସେଠୀ ଗୁରୁତର ଭାବେ ଆହତ ହୋଇଛି । ପୋଲିସ ମୃତଦେହ ଜବତ କରିବା ସହ ଆହତଙ୍କୁ ମେଡିକାଲ ପଠାଇଛି । ପୋଲିସ ଘଟଣାର ତଦନ୍ତ ଜାରି ରଖିଛି । ଦୁର୍ବୃତ୍ତ ମାନେ ଘଟଣାସ୍ଥଳରୁ ଫେରାର ହୋଇଯାଇଥିବା ବେଳେ ପୋଲିସ ସିଦ୍ଧେଶ୍ୱରଙ୍କ ପରିବାର ଲୋକଙ୍କୁ ଥାନାକୁ ଆଣି ପଚରାଉଚରା କରିବା ସହ ଅଟକ ରଖିଛି । ଅପରପକ୍ଷରେ ତ୍ବରିତ ନ୍ୟାୟ ଦେବା ସହ ସଂପୃକ୍ତ ଅଭିଯୁକ୍ତ ମାନଙ୍କ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ସ୍ଥାନୀୟବାସିନ୍ଦା ଏବଂ ମୃତକଙ୍କ ପରିବାର ଲୋକେ ଦାବି କରିଛନ୍ତି ।

ବାଲେଶ୍ୱରର ତାତି ନୟାଗଡରେ

ବାଲେଶ୍ୱରର ତାତି ନୟାଗଡରେ

August 29, 2025
ବାୟକ ସମ୍ରାଟ ଗୋବର୍ଦ୍ଧନ ବେହେରାଙ୍କ ପରଲୋକ

ବାୟକ ସମ୍ରାଟ ଗୋବର୍ଦ୍ଧନ ବେହେରାଙ୍କ ପରଲୋକ

August 29, 2025
ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

July 12, 2025
ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

July 1, 2025
ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

July 1, 2025

© 2025 Baghuabarta. Designed & Developed by WHI Digital Pvt. Ltd.

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!