ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ଇଟାମାଟି ଥାନା ବାଉଁଶିଆପଡା ମାଳିସାହି ଗ୍ରାମରେ ଏକ ହତ୍ୟାକାଣ୍ଡ ଘଟିଛି। ଗତକାଲି ରାତିରେ କିଛି ଲୋକ ଗାଁର କ୍ଷେତ୍ର ମହାପାତ୍ରଙ୍କୁ ଗାଁ ଦାଣ୍ଡରେ ଗୋଡ଼ାଇ ଗୋଡ଼ାଇ ହାଣି ହତ୍ୟା କରିଛନ୍ତି। ଫଳରେ ଘଟଣାସ୍ଥଳରେ ତାଙ୍କର ରକ୍ତ ଜୁଡୁ ବୁଡୁ ମୃତ ଦେହ ପଡ଼ି ରହିଥିବା ଦେଖିବାକୁ ମିଳିଛି। ଇଟାମାଟି ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।







