Thursday, September 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଚଳନ୍ତା ସ୍କୁଟିରେ ଯାଉଥିବା ଯୁବକଙ୍କୁ ଚୋଟ, ମୁଣ୍ଡ-ଗଣ୍ଡି ଅଲଗା

by ସଞ୍ଜୟ ସ୍ୱାଇଁ
January 8, 2025
in Crime, State
ଚଳନ୍ତା ସ୍କୁଟିରେ ଯାଉଥିବା ଯୁବକଙ୍କୁ ଚୋଟ, ମୁଣ୍ଡ-ଗଣ୍ଡି ଅଲଗା
509
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ପ୍ରବାସୀ ଭାରତୀୟ ଦିବସ ନିମନ୍ତେ ପୁଲିସ୍‌ ଛାଉଣିରେ ପରିଣତ ହୋଇଛି ରାଜଧାନୀ। ରାଜଧାନୀ ଏବେ ଅଭେଦ୍ୟ ଦୁର୍ଗ ପାଲଟିଥିବା ବେଳେ ରସୁଲଗଡ଼- ବାଣୀବିହାର ଜାତୀୟ ରାଜପଥରେ ସକାଳୁ ଘଟିଛି ବୀଭତ୍ସ ହତ୍ୟାକାଣ୍ଡ। ଚଳନ୍ତା ବାଇକ୍‌ରେ ଯାଉଥିବା ଜଣେ ଯୁବକଙ୍କ ମୁଣ୍ଡକୁ ହାଣି ହତ୍ୟା କରିଛନ୍ତି ଦୁର୍ବୃତ୍ତ। ଫଳରେ ରାଜପଥ ଉପରେ ପଡ଼ିଛି ମୁଣ୍ଡବିହୀନ ମୃତଦେହ। ଏପରି ଏକ ଚାଞ୍ଚଲ୍ୟକର ଘଟଣା ସମ୍ପର୍କରେ ପ୍ରଚାରିତ ହେବା ପରେ ଭୟଭୀତ ହୋଇ ପଡ଼ିଛନ୍ତି ରାଜଧାନୀବାସୀ। ମୃତକଙ୍କ ପରିଚୟ ମିଳି ପାରି ନ ଥିବା ବେଳେ ହତ୍ୟାକାରୀ ଘଟଣାସ୍ଥଳରୁ ଫେରାର ହୋଇ ଯାଇଛନ୍ତି। ଆଜି ସକାଳ ପ୍ରାୟ ୮ଟା ବେଳେ ରସୁଲଗଡ଼ରୁ ବାଣୀବିହାର ଓଭରବ୍ରିଜ ଉପରେ ଜଣେ ଯୁବକ ସ୍କୁଟିରେ ଯାଉଥିଲେ। ଏହି ସମୟରେ ପଛରୁ ଏକ ବାଇକ୍‌ରେ ଆସିଥିବା ଦୁଇ ଯୁବକ ଚଳନ୍ତା ଗାଡ଼ିରେ ଯାଉଥିବା ଯୁବକଙ୍କୁ ଏକ ମାରଣାସ୍ତ୍ରରେ ଚୋଟ ପକାଇଥିଲେ। ଫଳରେ ତାଙ୍କ ବେକ ମୁଣ୍ଡରୁ ଅଲଗା ହୋଇ ତଳେ ପଡ଼ି ଯାଇଥିଲା ଓ ଘଟଣାସ୍ଥଳରେ ତାଙ୍କ ମୃତ୍ୟୁ ହୋଇ ଯାଇଥିଲା। ଯୁବକଙ୍କ ବେକ ଓ ଗୋଡ଼ରେ ବି ଗଭୀର ଆଘାତ ଲାଗିଛି। ଏକ ମୁଣ୍ଡବିହିନୀ ମୃତଦେହ ରାଜପଥରେ ପଡ଼ିଥିବା ଖବର ପାଇ ତୁରନ୍ତ ପୁଲିସ୍‌ ସେଠାରେ ପହଞ୍ଚିଥିଲା। ପୁଲିସ୍‌ ଘଟଣାସ୍ଥଳରୁ ମୃତଦେହ ଓ ଗାଡ଼ି ଜବତ କରିଥିବା ବେଳେ ଯୁବକଙ୍କ ପରିଚୟ ମିଳି ପାରିନି। ସାଇଣ୍ଟି‘ଫିକ୍‌ ଟିମ୍‌ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ତେବେ କିଏ ଓ କାହିଁକି ଏପରି ବୀଭତ୍ସ ହତ୍ୟାକାଣ୍ଡ ଘଟାଇଲା, ଏହା ପଛର କାରଣ କ’ଣ ତାହାର ତଦନ୍ତ ଆରମ୍ଭ କରିଛି ପୁଲିସ୍‌। ସିସିଟିଭି ଫୁଟେଜ ଆଧାରରେ ପୁଲିସ୍‌ ଅଭିଯୁକ୍ତଙ୍କୁ ଖୋଜିବାକୁ ପ୍ରୟାସ ଆରମ୍ଭ କରିଛି। ଭୁବନେଶ୍ୱରରେ ଆଜିଠୁ ପ୍ରବାସ ଭାରତୀୟ ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି। ଏଥିନିମନ୍ତେ ରାଜଧାନୀରେ ଭିଭିଆଇଙ୍କ ଭିଡ଼ ଜମିଲାଣି। ଆଜି ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ଭୁବନେଶ୍ୱରରେ ପହଞ୍ଚିବେ । ଏହା ପୂର୍ବରୁ ରାଜଧାନୀକୁ ସୁରକ୍ଷା ଛାଉଣିରେ ପରିଣତ କରାଯାଇଛି। ଭୁବନେଶ୍ୱରରେ ୮୦ ପ୍ଲାଟୁନ ଫୋର୍ସ ସହ ୧୧ କମ୍ପାନୀ କେନ୍ଦ୍ରୀୟ ପୁଲିସ୍‌ ବାହିନୀ ମୁତୟନ ହୋଇଛନ୍ତି। ଏହାସତ୍ତ୍ୱେ ରାଜଧାନୀ ରାଜରାସ୍ତାରେ ସକାଳୁ ସକାଳୁ କିପରି ଏପରି ଏକ ସାଂଘାତିକ କାଣ୍ଡ ଘଟିଗଲା ତାହାକୁ ନେଇ ଉଠିଛି ପ୍ରଶ୍ନ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!