Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭାରତୀୟ ସେନାର ପଦକ୍ଷେପକୁ ପ୍ରଶଂସା କଲେ ନବୀନ ପଟ୍ଟନାୟକ

by ସଞ୍ଜୟ ସ୍ୱାଇଁ
May 7, 2025
in State
ଭାରତୀୟ ସେନାର ପଦକ୍ଷେପକୁ ପ୍ରଶଂସା କଲେ ନବୀନ ପଟ୍ଟନାୟକ
8
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ଭାରତର ଅପରେସନ ସିନ୍ଦୂର ପରେ ଭାରତୀୟ ସେନାକୁ ସବୁଆଡୁ ଛୁଟୁଛି ପ୍ରଶଂସାର ସୁଅ । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ମଧ୍ୟ ଭାରତୀୟ ସେନାବାହିନୀକୁ ଅଭିନନ୍ଦନ ଜଣାଇଛନ୍ତି । ଏହାସହ ଏହି ସଫଳ ଏୟାର ଷ୍ଟ୍ରାଇକକୁ ନେଇ ପ୍ରଧାନମନ୍ତ୍ରୀ, ପ୍ରତିରକ୍ଷା ମନ୍ତ୍ରୀ, ପ୍ରତିରକ୍ଷା ସଚିବ ସମସ୍ତଙ୍କୁ ମଧ୍ୟ ଅଭିନନ୍ଦନ ଜଣାଯାଇଛି । ଆତଙ୍କବାଦୀଙ୍କୁ ପାତାଳରୁ ବାହାର କରି ମାରିବା ପାଇଁ ଆହ୍ୱାନ ଦିଆଯାଇଥିଲା, ଆଜି ତାହା ହିଁ ହୋଇଛି । ଆମ ସଂସ୍କୃତିରେ ‘ସିନ୍ଦୂର’କେବଳ ପରମ୍ପରା ନୁହେଁ, ଏହା ତ୍ୟାଗ ଏବଂ ସଂକଳ୍ପର ପ୍ରତୀକ। ଏହି ଭାବନା ଆମ ସୈନିକମାନଙ୍କ ମନରେ ମଧ୍ୟ ରହିଛି। ଭାରତ ବର୍ତ୍ତମାନ କେବଳ ପ୍ରତିରକ୍ଷା କରୁନାହିଁ ବରଂ ସଂପୂର୍ଣ୍ଣ ଭାବରେ ଆତଙ୍କବାଦକୁ ଉଚ୍ଛେଦ କରିବାକୁ ଆଗେଇ ଚାଲିଛି। ସେନାର ସାହସ ଏବଂ ଦମ୍ଭକୁ ସବୁ କ୍ଷେତ୍ରରୁ ପ୍ରସଂଶା କରାଯାଉଛି । ସେନାର ବିଜୟକୁ ଭାରତର ବିଜୟ ବୋଲି କୁହାଯାଉଛି । ନିରୀହ ଲୋକଙ୍କୁ ମାରିଥିଲା ପାକିସ୍ତାନ, ଭାରତ ପ୍ରତିଶୋଧ ନେଲା । ଭାରତୀୟ ସେନା ସହ ପୂରା ଭାରତ ଛିଡା ହୋଇଛି । ଏପରି ପରି କହି ସମସ୍ତ ରାଜନେତା, ସେଲିବ୍ରିଟି ତଥା ଭାରତର ସବୁ କୋଣ ଅନୁକୋଣରୁ ପ୍ରଶଂସାର ସୁଅ ଛୁଟିଛି । ଅନେକ ସ୍ଥାନରେ ଏହି ସଫଳ ଅପରେସନକୁ ସେଲିବ୍ରେଶନ ମଧ୍ୟ କରାଯାଉଛି । ଓଡିଶାର ଅନେକ ରାଜନେତା ମଧ୍ୟ ସେନାର ସାହାସକୁ ପ୍ରଶଂସା କରିଛନ୍ତି । ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଭାରତୀୟ ସେନାକୁ ଅଭିନନ୍ଦନ ଜଣାଇ କହିଛନ୍ତି ଯେ, “ଭାରତୀୟ ସେନା ଆତଙ୍କବାଦୀଙ୍କ ବିରୁଦ୍ଧରେ ଅଭିଯାନରେ ସଫଳତା ହାସଲ କରିଛନ୍ତି । ମୁଁ ସେମାନଙ୍କୁ ହୃଦୟର ସହିତ ଅଭିନନ୍ଦନ ଜଣାଉଛି” ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!