Wednesday, June 3, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀଙ୍କ ନାଁ ଘୋଷଣା କଲା କଂଗ୍ରେସ

by ସଞ୍ଜୟ ସ୍ୱାଇଁ
March 8, 2024
in NATIONAL NEWS, Politics
ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀଙ୍କ ନାଁ ଘୋଷଣା କଲା କଂଗ୍ରେସ
160
VIEWS
Share on FacebookShare on Twitter

ନିଉଦିଲ୍ଲୀ, (ବାଘୁଆବାର୍ତ୍ତା): ଆସନ୍ତା ଲୋକସଭା ନିର୍ବାଚନ ପାଇଁ ପ୍ରଥମ ପର‌୍ୟ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି କଂଗ୍ରେସ। ଉଚ୍ଚସ୍ତରୀୟ ବୈଠକ ଓ ଇଣ୍ଡିଆ ମେଣ୍ଟରେ ଥିବା ସଦସ୍ୟଙ୍କ ସହ ଆଲୋଚନା କରିବା ପରେ କଂଗ୍ରେସ ୩୯ ଜଣ ପ୍ରାର୍ଥୀଙ୍କ ନାଁ ସାର୍ବଜନୀନ କରିଛି। ତେବେ କର୍ଣ୍ଣାଟକାର ୨ଟି ଓ ତେଲଙ୍ଗାନରର ଗୋଟିଏ ଆସନ ପାଇଁ ପ୍ରାର୍ଥୀ ଘୋଷଣା କରାଯାଇଥିଲେ ଏହା ଉପରେ ସାମୟିକ ରୋକ ଲଗାଯାଇଛି। ଏହାର କାରଣ ସମ୍ପର୍କରେ କିନ୍ତୁ ପ୍ରାର୍ଥୀ ତାଲିକା ଘୋଷଣା କରିବା ବେଳେ କଂଗ୍ରେସର ସାଧାରଣ ସମ୍ପାଦକ କେସି ଭେନୁଗୋପାଲ କିଛି ବି କହି ନାହାନ୍ତି। ଦଳରେ ଘୋଷଣା ଅନୁସାରେ କଂଗ୍ରେସ ନେତା ରାହୁଲ ଗାନ୍ଧି କେରଳ ୱାୟନାଡରୁ ପ୍ରାର୍ଥୀ ହେବେ। ୨୦୧୯ରେ ସେ ଉତ୍ତର ପ୍ରଦେଶର ଆମେଠି ଓ କେଳରର ୱାୟନାଡରୁ ପ୍ରାର୍ଥୀ ହୋଇଥିଲେ। ୱାୟନାଡରୁ ସେ ଜିତି ଥିବା ବେଳେ ଆମେଠିରୁ ତାଙ୍କୁ ହାରିବାକୁ ପଡ଼ିଥିଲା। ୨୦୨୪ରେ କେବଳ ୱାୟନାଡରୁ ଲଢ଼ିବେ ନା ଆମେଠରୁ ପ୍ରାର୍ଥୀ ହେବେ, ସେକଥା ସ୍ପଷ୍ଟ ହୋଇନି। କଂଗ୍ରେସ ଆଜି ଛତିଶଗଡ଼ର ୬ଟି, କର୍ଣ୍ଣାଟକାର ୭ଟି, କେରଳର ୧୫ଟି, ମେଘାଳୟର ୨ଟି, ନାଗାଲ୍ୟାଣ୍ଡ ଓ ସିକ୍କିମର ଗୋଟିଏ ଲେଖାଏ ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ଏହାବାଦ ତେଲଙ୍ଗାନାର ୫ଟି ଓ ତ୍ରିପୁରାର ପଶ୍ଚିମ ଆସନରେ କିଏ ପ୍ରାର୍ଥୀ ହେବେ, ତାଙ୍କ ନାଁ ସାର୍ବଜନୀନ କରାଯାଇଛି।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!