Thursday, June 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୟାଗଡରେ ଚଳିତ ବର୍ଷର ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

by ସଞ୍ଜୟ ସ୍ୱାଇଁ
May 10, 2025
in Nayagarh, State
ନୟାଗଡରେ ଚଳିତ ବର୍ଷର ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ
186
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ଜାତୀୟ ଆଇନ ସେବା ପ୍ରାଧିକରଣଙ୍କ ନିର୍ଦେଶକ୍ରମେ ଜିଲ୍ଲା ଜଜ ତଥା ଜିଲ୍ଲା ଆଇନ ସେବା ପ୍ରାଧିକରଣ ଅଧ୍ୟକ୍ଷ ଆନନ୍ଦ ନାରାୟଣ ମହାରଣା ଏବଂ ସଚିବ ଅଞ୍ଜଳି ମଚ୍ଛଖଣ୍ଡଙ୍କ ତତ୍ଵବଧାନ ରେ ଚଳିତ ବର୍ଷ ର ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ନୟାଗଡ ଜିଲ୍ଲାର ବିଭିନ୍ନ ସ୍ଥାନରେ ଅନୁଷ୍ଠିତ ହୋଇଯାଇଛି । ଏହି ଲୋକ ଅଦାଲତରେ ୪୧୩୯ ମାମଲ। ଫଏସଲା ହୋଇଯାଇଛି । ନୟାଗଡ ଜିଲ୍ଲାର ଉକ୍ତ ଲୋକ ଅଦାଲତ ଗୁଡିକରେ ମୋଟ ୯ ଟି ମୋଟର ଦୁର୍ଘଟଣା ଜନିତ ମାମଲା ଫଏସଲା କରାଯାଇ ୪୧,୪୯,୦୦୦ ଟଙ୍କା କ୍ଷତିପୂରଣ ବାବଦକୁ ପ୍ରଦାନ କରିବା ପାଇଁ ବୀମା କମ୍ପାନୀ ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ସେହିପରି ୮୩ ଟି ଦେୱାନି ମକଦ୍ଦମା ଫଏସଲା କରାଯାଇଛି । ଏନ. ଆଇ ଆକ୍ଟ ୪ ଟି ଫଏସଲା କରାଯାଇ ୧,୧୧,୨୦୦ ଟଙ୍କା ଆଦାୟ କରାଯାଇଛି । ଅନ୍ଯାନ୍ଯ ଫଉଜଦାରୀ ମାମଲା ୩୫୭ ଟି ରୁ ୧୫୭ ଫଏସଲା କରାଯାଇଛି । ଏହି ବାବଦକୁ ୧୦୦୦ ଟଙ୍କା ଫାଇନ ଆଦାୟ କରା ଯାଇଛି । ବ୍ଯାଙ୍କ ରୂଣ ନେଇ ରୂଣ ପରିଶୋଧ କରିନଥିବା ୨୫୦୮ ଜଣଙ୍କ ମଧ୍ୟରୁ ୭୫ ରୂଣ ଗ୍ରହିତାଙ୍କ ଠାରୁ ୨୮,୫୯,୭୧୬ ଟଙ୍କା ଦେବା ପାଇଁ ରାଜିନାମା ସ୍ଵାକ୍ଷର ହୋଇଯାଇଛି । ସେହିପରି ୩୮୦୧ ରାଜସ୍ୱ ମାମଲା ଫଏସଲା କରାଯାଇ ୮,୦୧,୩୪୩ ଟଙ୍କା ଆଦାୟ କରାଯାଇଛି । ଜିଲ୍ଲା ସ୍ଥାୟୀ ଓ ନିରନ୍ତର ଲୋକ ଅଦାଲତରେ ୨ ଟି ମାମଲା ସମାଧାନ ହୋଇଯାଇଛି । ବିଦ୍ୟୁତ ବିଲ ସମ୍ବଧୀୟ ୭୦ ଟି ମାମଲା ରୁ ୧ ଟି ଫଏସଲା କରାଯାଇ ୪୦,୦୦୦ ଆଦାୟ କରାଯାଇଛି ।

ଉକ୍ତ ଲୋକ ଅଦାଲତରେ ଜିଲ୍ଲା ଓ ଦୌରା ଜଜ ଶ୍ରୀଯୁକ୍ତ ଆନନ୍ଦ ନାରାୟଣ ମହାରଣା, ପରିବାର ଅଦାଲତ ବିଚାରପତି ଶ୍ରୀ ସୁବ୍ରତ କୁମାର ପଟ୍ଟନାୟକ, ଅତିରିକ୍ତ ଜିଲ୍ଲା ଓ ଦୌରା ଜଜ ଶ୍ରୀମତୀ ରିଜା ରାୟ , ସି ଯେ ଏମ ଶୃତିସ୍ନିଗ୍ଧା ଦାଶ, ବରିଷ୍ଠ ଦେୱାନି ଅଦାଲତ ବିଚାରପତି ଶ୍ରୀ ସତ୍ୟବ୍ରତ ରଣା , ବରିଷ୍ଠ ଦେୱାନି ଅଦାଲତ ବିଚାରପତି(ଏଲ ଆର ଆଣ୍ଡ ଏଲ ଟିଭି ) ଶ୍ରୀ ରବି ନାରାୟଣ ବେହେରା, ସଚିବ ଶ୍ରୀମତୀ ଅଞ୍ଜଳି ମଚ୍ଛଖଣ୍ଡ, ଉପଖଣ୍ଡ ବିଚାର ବିଭାଗୀୟ ବିଚାରପତି ସମାପିକା ସମଦର୍ଶିନୀ, ଜେ.ଏମ.ଏଫ.ସି ଲଳିତା ପାତ୍ର, ଯେ. ଏମ.ଏଫ.ସି ସମୃଦ୍ଧି ସାଗରିକା ବାରିକ, ଜେ.ଏମ.ଏସ.ସି ସୁଶ୍ରୀତା ମିଶ୍ର ପ୍ରମୁଖ ଉପସ୍ଥିତ ରହି ନିଜ ନିଜ ଅଦାଲତ ପରିଚାଳନା କରିଥିଲେ । ଏଥି ସହିତ ରେଜିସ୍ଟ୍ରାର ସୋନାଲୀ ସରିତା ଏବଂ ବରିଷ୍ଠ ଦେୱାନି ବିଚାରପତି ତଥା ସହକାରୀ ଦୌରାଜଜ ( ମହିଳା ଅଦାଲତ) ସ୍ଵୟଂ ପ୍ରଭା ଆଚାର୍ୟ ପ୍ରମୁଖ ଉପସ୍ଥିତ ଥିଲେ । ଏହି ଲୋକ ଅଦାଲତକୁ ସଫଳ କରିବା ପାଇଁ ଅଧିବକ୍ତା ଦଣ୍ଡପାଣି ସ୍ଵାଇଁ, ରମେଶ ଚନ୍ଦ୍ର ମହାରଣା,କାମାକ୍ଷା ପ୍ରସାଦ ଦାସ, ଅମନ ମିଶ୍ର, , ସମସ୍ତ ନ୍ୟାୟ ଅଧିକାର ମିତ୍ର (ସାମାଜିକ ସକ୍ରିୟକର୍ତ୍ତା)ଏବଂ ଜିଲ୍ଲା ଆଇନ ସେବା ପ୍ରାଧିକରଣ ର କର୍ମଚାରୀ ମାନେ ସଂପୂର୍ଣ୍ଣ ସହଯୋଗ କରିଥିଲେ ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!