Thursday, November 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୟାଗଡ଼ର ସତ୍ୟନାରାୟଣ ଜାତୀୟ ସ୍ତରୀୟ ମୁଟ କୋର୍ଟ ପ୍ରତିଯୋଗିତାରେ ପ୍ରଥମ

by ସଞ୍ଜୟ ସ୍ୱାଇଁ
March 26, 2025
in Nayagarh, State
ନୟାଗଡ଼ର ସତ୍ୟନାରାୟଣ ଜାତୀୟ ସ୍ତରୀୟ ମୁଟ କୋର୍ଟ ପ୍ରତିଯୋଗିତାରେ ପ୍ରଥମ
173
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ଜାତୀୟ ସ୍ତରରେ ଅନୁଷ୍ଠିତ ୪ର୍ଥ ସର୍ବଭାରତୀୟ ମୁଟ କୋର୍ଟ ବା ଛାୟା ଅଦାଲତ ପ୍ରତିଯୋଗିତାରେ ନୟାଗଡ଼ ମାଟିର ପୁଅ ସତ୍ୟ ନାରାୟଣ ରଥ ବାଜିମାତ କରି ଚାମ୍ପିୟାନସ ଟ୍ରଫି ହାସଲ କରିଛନ୍ତି। ତାଙ୍କର ଏହି ବିରଳ କୃତିତ୍ୱରେ ସମଗ୍ର ଜିଲ୍ଲାରେ ଖୁସିର ଲହରୀ ଖେଳି ଯାଇଛି। ସୂଚନା ଯୋଗ୍ୟ ଯେ ଶ୍ରୀମାନ ରଥ ବର୍ତ୍ତମାନ ଆଇଆଇଟି ଖାଡ଼ଗପୁର ଅଧିନସ୍ଥ ରାଜୀବ ଗାନ୍ଧୀ ସ୍କୁଲ ଅଫ ଇଣ୍ଟେଲେକଚୁଆଲ ଲ’ କଲେଜରେ ଆଇନ ବିଷୟରେ ଅଧ୍ୟୟନ କରୁଛନ୍ତି। ପଶ୍ଚିମବଙ୍ଗ ରାଜ୍ୟର ଉତ୍ତର ବେଙ୍ଗଲ ବିଶ୍ୱବିଦ୍ୟାଳୟ, ସିଲିଗୁଡ଼ିଠାରେ ଅନୁଷ୍ଠିତ ଏହି ସର୍ବ ଭାରତୀୟ ମୁଟ କୋର୍ଟ ପ୍ରତିଯୋଗିତାରେ ଦେଶର ବିଭିନ୍ନ ରାଜ୍ୟରୁ ଆସିଥିବା ପ୍ରତିଯୋଗୀମାନଙ୍କ ମଧ୍ୟରେ ସର୍ବମୋଟ ୮ଟି ଟିମ ଗଠନ କରାଯାଇଥିଲା। ତେବେ ଶ୍ରୀମାନ ରଥଙ୍କ ନେତୃତ୍ୱରେ ଗଠିତ ଟିମ ପ୍ରତିଯୋଗିତାରେ ବାଜିମାତ କରି ଚମ୍ପିୟାନସ ଟ୍ରଫି ଏବଂ ମାନପତ୍ର ଗ୍ରହଣ କରିଥିଲେ। ଜଣେ ମେଧାବୀ ଛାତ୍ର ହିସାବରେ ଶ୍ରୀମାନ ରଥ ନୟାଗଡ଼ ନବୋଦୟ ବିଦ୍ୟାଳୟରେ ଅଧ୍ୟୟନ କରୁଥିବା ବେଳେ ଦ୍ୱାଦଶ ଶ୍ରେଣୀରେ ରାଷ୍ଟ୍ରପତି ପୁରସ୍କାର ପ୍ରାପ୍ତ ହୋଇ ଜିଲ୍ଲା ପାଇଁ ଗୌରବ ଆଣିଥିଲେ। ପରବର୍ତ୍ତୀ ସମୟରେ ଢେଙ୍କାନାଳ ସରାଙ୍ଗ ଇଞ୍ଜିନିୟରିଂ କଲେଜରୁ ବିଟେକ ସମାପ୍ତ କରି ବର୍ତ୍ତମାନ ଆଇଆଇଟି ଖାଡ଼ଗପୁରରେ ଆଇନ ବିଷୟରେ ଅଧ୍ୟୟନ କରୁଛନ୍ତି। ସୂଚନାଯୋଗ୍ୟ ଯେ, ନୟାଗଡ଼ ଏନଏସି ଉଚ୍ଚ ବିଦ୍ୟାଳୟର ବରିଷ୍ଠ ଶିକ୍ଷୟିତ୍ରୀ ପୂର୍ଣ୍ଣିମା ତ୍ରିପାଠୀ ଏବଂ ଜିଲ୍ଲା ଶିକ୍ଷା ବିଭାଗର ଅବସରପ୍ରାପ୍ତ ବରିଷ୍ଠ କିରାଣୀ କୈଳାସ ଚନ୍ଦ୍ର ରଥଙ୍କ ସେ ଏକ ମାତ୍ର ପୁତ୍ର ଅଟନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result