Friday, September 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନାଟ୍ୟକାର ରାମଚନ୍ଦ୍ର ମିଶ୍ରଙ୍କ ଶ୍ରାଦ୍ଧ ବାର୍ଷିକ ଓ ପ୍ରତିମୂର୍ତ୍ତୀ ଅନାବରଣ

by ସଞ୍ଜୟ ସ୍ୱାଇଁ
June 26, 2025
in Nayagarh
ନାଟ୍ୟକାର ରାମଚନ୍ଦ୍ର ମିଶ୍ରଙ୍କ ଶ୍ରାଦ୍ଧ ବାର୍ଷିକ ଓ ପ୍ରତିମୂର୍ତ୍ତୀ ଅନାବରଣ
248
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନାଟ୍ୟକାର ରାମଚନ୍ଦ୍ର ମିଶ୍ରଙ୍କ ୧୫ ଫୁଟ ଉଚ୍ଚତା ବିଶିଷ୍ଟ ଵ୍ରୋଞ୍ଜ ପ୍ରତିମୂର୍ତ୍ତି ଅନାବରଣ ତଥା ୩୩ ତମ ଶ୍ରାଦ୍ଧ ବାର୍ଷିକୀ ସମାରୋହ ପଠାଣି ସାମନ୍ତ ସଂସ୍କୃତି ଭବନ ପରିସର ଅନୁଷ୍ଠିତ ହୋଇଯାଇଛି । ଓଡ଼ିଶା ସରକାର ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ଏବଂ ଜିଲ୍ଲା ପ୍ରଶାସନ ଆନୁକୁଲ୍ୟରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୂଖ୍ୟ ଅତିଥି ଭାବେ ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ, ସମ୍ମାନିତ ଅତିଥି ଭାବେ ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ, ପୈାର ପରିଷଦ ଅଧ୍ୟକ୍ଷା ନିରୁପମା ଖଟେଇ, ପୈାର ପରିଷଦ ଉପାଧ୍ୟକ୍ଷ ଗୁରୁପ୍ରସାଦ ଜେନା ଯୋଗ ଦେଇଥିଲେ । ଅତିରିକ୍ତ ଜିଲ୍ଲାପାଳ ରୋଜିନା ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଉପଜିଲ୍ଲାପାଳ କର୍ଣ୍ଣଦେବ ସମାଦ୍ଦାର, ଜିଲ୍ଲା ସଂସ୍କୃତି ଅଧିକାରୀ ସୁଜାତା କୁମାରୀ ସାହୁ, ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ଜ୍ୟୋତ୍ସ୍ନାମୟୀ ଆଚାର‌୍ୟ୍ୟ ପ୍ରମୂଖ ସାମିଲ ହୋଇଥିଲେ । ସଙ୍ଗୀତ କଣ୍ଠଶିଳ୍ପୀ ରଜନୀକାନ୍ତ ମହାପାତ୍ର ଆବାହନ ସଙ୍ଗୀତ ପରିବେଷଣ କରିଥିଲେ । କାର୍ଯ୍ୟକ୍ରମକୁ ଆଇନଜୀବୀ ଶରତ ଚନ୍ଦ୍ର ବେହେରା ସଂଯୋଜନା କରିଥିଲେ । ୧୯୨୦ ମସିହାରେ ଦଶପଲ୍ଲା ମାଟି କୁଞ୍ଜବନଗଡ଼ରେ ଜନ୍ମ ଗ୍ରହଣ କରିଥିଲେ । ତାଙ୍କ ଜୀବନକାଳ ମଧ୍ୟରେ ସେ ଅନେଟ ନାଟକ ରଚନା କରି ସୁନାମ ଅର୍ଜ୍ଜନ କରିଥିଲେ । ନୟାଗଡ଼ ବିଧାୟକ ତାଙ୍କ ବକ୍ତବ୍ୟରେ, ୫୦ ବର୍ଷ ତଳେ ନାଟ୍ୟକାର ରାମଚନ୍ଦ୍ର ମିଶ୍ରଙ୍କ ଦ୍ୱାରା ଲିଖିତ ମୁଲିଆ ନାଟକ ଏବଂ ବର୍ତ୍ତମାନର ନାଟକ ମଧ୍ୟରେ ଏକ ତୁଳନାତ୍ମକ ଉପସ୍ଥାପନା ରଖିଥିଲେ । ଦଶପଲ୍ଲା ବିଧାୟକ ତାଙ୍କ ବକ୍ତବ୍ୟରେ, ରାମଚନ୍ଦ୍ର ମିଶ୍ରଙ୍କ ନାଟକ ମଧ୍ୟରେ ସାମାଜିକ ଚଳନି, ଶୋଷଣ, କଷଣ ପ୍ରତିଫଳିତ ହୋଇଥିବା ଦର୍ଶାଇଥିଲେ । ଏହି କାର୍ଯ୍ୟକ୍ରମରେ ବହୁ ସାହିତ୍ୟିକ ଏବଂ ବୁଦ୍ଧିଜୀବୀ ସାମିଲ ହୋଇଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!