Wednesday, May 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପିପଳ ନଳା ଜଳସେଚନ ପ୍ରକଳ୍ପର ଉନ୍ନତି ଓ ପର୍ଯ୍ୟଟନର ବିକାଶ ପାଇଁ ଏକ ମାସ ମଧ୍ୟରେ ଡିପିଆର

by ସଞ୍ଜୟ ସ୍ୱାଇଁ
May 20, 2023
in Feature News
କୋଭିଡ଼ ସ୍ଥିତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ
36
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ୫-ଟି ସଚିବ ଶ୍ରୀ ଭି.କେ. ପାଣ୍ଡିଆନ ଆଜି କଳାହାଣ୍ଡି ଗସ୍ତର ଦ୍ବିତୀୟ ଦିନରେ ଅନେକ ପ୍ରକଳ୍ପ ପରିଦର୍ଶନ କରି ତାର ଉନ୍ନତିକରଣ ପାଇଁ ପଦକ୍ଷେପ ନେଇଛନ୍ତି । ପ୍ରଥମେ ସେ ପିପଳ ନଳା କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ଅଞ୍ଚଳ ଗସ୍ତ କରି ସେଠାରେ ଏହାର ଉନ୍ନତି ପାଇଁ ସ୍ଥାନୀୟ ଲୋକ ଓ ବିଭାଗୀୟ ଇଂଜିନିଅର ମାନଙ୍କ ସହ ଆଲୋଚନା କରିଥିଲେ । ପିପଳ ନଳାର ଜଳସେଚନ କ୍ଷମତାର ବୃଦ୍ଧି ତଥା ଏଠାରେ ଏକ ପର୍ଯ୍ୟଟନ ବିକାଶ କାର୍ଯ୍ୟକ୍ରମ ହାତକୁ ନେବା ପାଇଁ ସେ ନିଷ୍ପତ୍ତି ନେଇଥିଲେ । ଏହାର ବିସ୍ତୃତ ପ୍ରକଳ୍ପ ରିପୋର୍ଟ ଏକ ମାସ ମଧ୍ୟରେ ପ୍ରସ୍ତୁତ କରି ପ୍ରଦାନ କରିବାକୁ ସେ ପରାମର୍ଶ ଦେଇଛନ୍ତି । ଏହାପରେ ସେ ଥୁଆମୁଳ-ରାମପୁର ଯାଇ ସେଠାରେ ସାଧାରଣ ଲୋକ ଓ ଛାତ୍ରଛାତ୍ରୀ ମାନଙ୍କ ସହିତ ଆଲୋଚନା କରି ସେଠାରେ ଏକ ଯୁକ୍ତ-୩ ଡିଗ୍ରୀ କଲେଜ ସ୍ଥାପନ କରାଯିବ ବୋଲି ଘୋଷଣା କରିଥିଲେ । ଏହାଦ୍ବାରା ସ୍ଥାନୀୟ ଛାତ୍ରଛାତ୍ରୀମାନଙ୍କର ଶିକ୍ଷାର ବିକାଶ ହେବ ବୋଲି ସେ ଆଶାପ୍ରକାଶ କରିଥିଲେ। ଭଟଙ୍ଗପଦର ହାଇସ୍କୁଲ ପଡିଆରେ ସେ ସ୍ଥାନୀୟ ଛାତ୍ରଛାତ୍ରୀ ଓ ମିଶନ ଶକ୍ତି ଗୋଷ୍ଠୀର ସଦସ୍ୟ ମାନଙ୍କ ସହିତ ଆଲୋଚନା କରି ସେମାନଙ୍କର ସୁବିଧା ଅସୁବିଧା ସଂପର୍କରେ ବୁଝିଥିଲେ ଏବଂ ଏହାର ସମାଧାନ ପାଇଁ ସ୍ଥାନୀୟ ଅଧିକାରୀଙ୍କୁ ପରାମର୍ଶ ଦେଇଥିଲେ । କଳାହାଣ୍ଡିର ଥୁଆମୁଳ-ରାମପୁର ଠାରେ ପ୍ରସିଦ୍ଧ ମା ମାଣିକେଶ୍ବରୀ ମନ୍ଦିର ପରିଦର୍ଶନ କରି ସେ ମା’ଙ୍କ ପୂଜାର୍ଚ୍ଚନା କରିଥିଲେ । ଏହାପରେ ସ୍ଥାନୀୟ ଜନସାଧାରଣ ଓ ମନ୍ଦିର କମିଟି ସଦସ୍ୟ ମାନଙ୍କ ସହିତ ଆଲୋଚନା କରି ଏହାର ପୁନର୍ବିକାଶ ଉପରେ ଗୁରୁତ୍ବ ଆରୋପ କରିଥିଲେ । ଏଥିପାଇଁ ଖର୍ଚ୍ଚ ଏକ ଆକଳନ କରି ଏକ ସପ୍ତାହ ମଧ୍ୟରେ ରିପୋର୍ଟ ପ୍ରଦାନ କରିବାକୁ ଶ୍ରୀ ପାଣ୍ଡିଆନ ନିର୍ଦ୍ଦେଶ ଦେଇଥିଲେ । କଲମପୁର ମିନି ଷ୍ଟାଡିଅମ ଠାରେ ସ୍ଥାନୀୟ ଲୋକଙ୍କ ସହ ଆଲୋଚନା କରି ଷ୍ଟାଡିଅମର ଅଧିକ ଉନ୍ନତି ପାଇଁ ବିଭାଗୀୟ ଅଧିକାରୀ ମାନଙ୍କୁ ପରାମର୍ଶ ଦେଇଥିଲେ । ଏହାପରେ ଶ୍ରୀ ପାଣ୍ଡିଆନ ମଙ୍ଗଳପୁର ବ୍ୟାରେଜ ଠାରେ ଇନ୍ଦ୍ରାବତୀ ପାର୍କ ଓ ମ୍ୟୁଜିଅମ ପରିଦର୍ଶନ କରିଥିଲେ । ସେଠାରେ ମା ଇନ୍ଦ୍ରାବତୀଙ୍କ ମନ୍ଦିରର ନିର୍ମାଣ କାର୍ଯ୍ୟ ମଧ୍ୟ ଦେଖିଥିଲେ। ଏହି ମନ୍ଦିର ଓ ମ୍ୟୁଜିଅମ ପାଇଁ ଆହୁରି ଅତିରିକ୍ତ ୧୪ କୋଟି ଟଙ୍କା ଯୋଗାଇ ଦିଆଯିବ ବୋଲି ସେ ସୂଚନା ଦେଇଥିଲେ ଥିଲେ । ଏହାପରେ ସେ ଇନ୍ଦ୍ରାବତୀ ଦକ୍ଷିଣ କେନାଲର ଲାଇନିଂ କାମ ବୁଲି ଦେଖିଥିଲେ। ଏହି କାମ ଠିକ୍‌ ସମୟରେ ଶେଷ କରିବାକୁ ସେ ବିଭାଗୀୟ ଇଂଜିନିଅର ମାନଙ୍କୁ ପରାମର୍ଶ ଦେଇଥିଲେ । ଆମପାଣି ଠାରେ ପ୍ରସିଦ୍ଧ ବୁଢାରାଜା ମନ୍ଦିର ପରିଦର୍ଶନ କରି ଶ୍ରୀ ପାଣ୍ଡିଆନ ପୂର୍ଜାର୍ଚ୍ଚନା କରିଥିଲେ ଏବଂ ମନ୍ଦିରର ଉନ୍ନତି ଓ ସୌନ୍ଦର୍ଯ୍ୟକରଣ ପାଇଁ 15 ଦିନ ମଧ୍ୟରେ ଡିପିଆର ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ଦେଇଥିଲେ । ଡୋକ୍ରିଚାଞ୍ଚରା ଓ ଗୁଡହାଣ୍ଡି ଠାରେ ସ୍ଥାନୀୟ ଲୋକ ଓ ବନ କମିଟି ସଦସ୍ୟ ମାନଙ୍କ ସହ ଆଲୋଚନା କରି ସ୍ଥାନୀୟ ଲୋକଙ୍କ ସୁବିଧା ପାଇଁ ପଦକ୍ଷପ ନେବାକୁ ଡିଏଫଓଙ୍କୁ ପରାମର୍ଶ ଦେଇଥିଲେ। ଏଥିପାଇଁ ଏକ ମାସ ମଧ୍ୟରେ DPR ପ୍ରସ୍ତୁତ କରିବା ପାଇଁ ପରାମର୍ଶ ଦେଇଥିଲେ । ଧରମଗଡରେ ମା ଭଣ୍ଡାରଘରଣୀ ମନ୍ଦିର ପରିଦର୍ଶନ କରି ପୂଜାର୍ଚ୍ଚନା କରିଥିଲେ ଏବଂ ଏହା ଅଧିକ ଉନ୍ନତି ପାଇଁ ପ୍ରସ୍ତାବ ଆହ୍ଵାନ ଦେଇଥିଲେ। ଗମ୍ଭାରୀଗୁଡା ଠାରେ ଯଶୋଦା ଅନନ୍ତ ଆଶ୍ରମ ପରିଦର୍ଶନ କରି ସେଠାରେ ଅନ୍ତେବାସୀଙ୍କ ସହ ଆଲୋଚନା କରି ଆଶ୍ରମର ଉନ୍ନତି ପାଇଁ ପଦକ୍ଷେପ ନେବାକୁ ସ୍ଥାନୀୟ ଅଧିକାରୀଙ୍କୁ ପରାମର୍ଶ ଦେଇଥିଲେ । ଯଶୋଦା ଆଶ୍ରମ ରେ Dinning hall, computer room, library ,ଓ ପାର୍କ ର ବିକାଶ କରାଯିବ ବୋଲି ଶ୍ରୀ ପାଣ୍ଡିଆନ୍ କହିଥିଲେ । 5T ସଚିବ ଯଶୋଦା ଆଶ୍ରମ ଅନ୍ତେବାସୀଙ୍କ ସହିତ ମଧ୍ୟାହ୍ନ ଭୋଜନ ମଧ୍ୟ କରିଥିଲେ । ଏହାପରେ ସେ ଧରମଗଡ ବିଜୁ ପଟ୍ଟନାୟକ ଇଣ୍ଡୋର ଷ୍ଟାଡିଅମ, ପଞ୍ଚାୟତ କଲେଜ, କଲ୍ୟାଣ ମଣ୍ଡପ ଆଦି ପରିଦର୍ଶନ କରି ସ୍ଥାନୀୟ ଲୋକ, ମିଶନ ଶକ୍ତି ସଦସ୍ୟା ଓ ଛାତ୍ରଛାତ୍ରୀ ମାନଙ୍କ ସହ ଆଲୋଚନା କରି ସେ ସବୁ ସ୍ଥାନର ଅଧିକ ବିକାଶ ପାଇଁ ସେମାନଙ୍କ ଠାରୁ ମତାମତ ଗ୍ରହଣ କରିଥିଲେ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!