Saturday, June 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଚାଷୀ ଙ୍କ ଖାତାକୁ ଗଲା ୯୨୦ କୋଟି ଟଙ୍କା,ଚାଷୀର ତ୍ୟାଗ ର ମୂଲ୍ୟ କେହି ଦେଇ ପାରିବ ନାହିଁ – ନବୀନ

by ସଞ୍ଜୟ ସ୍ୱାଇଁ
May 14, 2021
in State
ଚାଷୀ ଙ୍କ ଖାତାକୁ ଗଲା ୯୨୦ କୋଟି ଟଙ୍କା,ଚାଷୀର ତ୍ୟାଗ ର ମୂଲ୍ୟ କେହି ଦେଇ ପାରିବ ନାହିଁ – ନବୀନ
196
VIEWS
Share on FacebookShare on Twitter

ଭୂବନେଶ୍ୱର (ବାଘୁଆବାର୍ତ୍ତା) ଆସନ୍ତା କାଲି ଅଷୟତୃତୀୟା।ରାଜ୍ୟର ଚାଷୀ ପରିବାର ପାଇଁ ଏକ ଆନନ୍ଦ ର ଦିନ । ଚାଷ କାମ ର ଅନୁକୂଳ କାଲି ଠାରୁ ଆରମ୍ଭ ହୋଇଥାଏ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଚାଷୀ ଭାଇ ଭଉଣୀ ମାନଙ୍କୁ ଶୁଭେଛା ଜଣାଇବା ସହ ରାଜ୍ୟର ୪୨ ଲଷ ଚାଷୀ ପରିବାର ର ବ୍ୟାଙ୍କ ଖାତାରେ ଖରିଫ ୨୦୨୧ ପାଇଁ କାଳିଆ ଯୋଜନାରେ ୯୨୦ କୋଟି ଟଙ୍କା ଜମା କରାଯାଇଥିବା ବିଷୟ ଘୋଷଣା କରିଥିଲେ ।ରାଜ୍ୟର ଛୋଟ ଚାଷୀ, ନାମ ମାତ୍ର ଚାଷୀ ଓ ଭୂମି ହୀନ ଚାଷୀ ପରିବାର ସମସ୍ତେ ଏହି କାଳିଆ ଯୋଜନା ର ସହାୟତା ପାଇ ଏହାକୁ ଚାଷ କାମରେ ତଥା ଜୀବନ ଜୀବିକାର ଉନ୍ନତି ରେ ଲଗେଇବେ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଚାଷୀଙ୍କ ପାଇଁ ସାରା ଦେଶରେ କାଳିଆ ଯୋଜନା ସବୁଠାରୁ ଭଲ ଯୋଜନା । ଏହି ଯୋଜନା ଚାଷୀ ମୁହଁ ରେ ହସ ଆଣିଛି । ଚାଷୀର ଋଣ ଭାର ଲାଘବରେ ମଧ୍ୟ ଏହା ସହାୟକ ହୋଇଛି । ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଚାଷୀ ଙ୍କ ତ୍ୟାଗ ର ଉଚ୍ଚ ପ୍ରଶସା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଚାଷୀ ଆମର ଗର୍ବ ଓ ଗୌରବ । ଦେଶ ଓ ସମାଜ ପାଇଁ ଚାଷୀର ତ୍ୟାଗ ର ତୁଳନା ନାହିଁ । ଗତବର୍ଷ କୋଭିଡ଼ ସମୟରେ ଚାଷୀ ହି ଅର୍ଥନୀତି କୁ ସଜୀବନୀ ପରି ଶକ୍ତି ଦେଇଥିଲା । ତେଣୁ ଚାଷୀର ତ୍ୟାଗ ର ମୂଲ୍ୟ କେହି ଦେଇ ପାରିବ ନାହିଁ ବୋଲି ଶ୍ରୀ ପଟ୍ଟନାୟକ ମତ ଦେଇଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ “ମୋ ରାଜ୍ୟର ଚାଷୀ ,ଭଲରେ ରହୁ । ତାର ରୋଜଗାର ବଢୁ ତା ପରିବାରରେ ସମୃଦ୍ଧି ଆସୁ । ଏଥିପାଇଁ ମୁଁ କାମ କରୁଛି ଓ କରିଚାଲିବି ।” କୋଭିଡ଼ ସମ୍ପର୍କରେ ସଚେତନ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏବେ ଆମେ କୋଭିଡ଼ ସକ୍ରମଣର ଦ୍ଵିତୀୟ ଲହର ର ସାମନା କରୁଛେ । ସକ୍ରମଣକୁ ନିୟନ୍ତ୍ରଣ କରିବାକୁ ଲକ୍ ଡାଉନ ଚାଲିଛି । କିନ୍ତୁ କୃଷି ଷେତ୍ର ପାଇଁ କୌଣସି ଲକ୍ ଡାଉନ ନାହିଁ । ତେଣୁ ଚାଷୀ ଭାଇମାନେ କୋଭିଡ଼ ନିୟମ ମାନି ଚାଷ କାମ ଜାରି ରଖିବା ସହିତ ସରକାର ଙ୍କ ବିଭିନ୍ନ କୃଷି ବିକାଶ ଯୋଜନା ର ସୁଯୋଗ ମଧ୍ୟ ନେବା ସେ ପାଇଁ ଆହ୍ଵାନ ଜଣାଇଥିଲେ । ଶେଷ ରେ, ଚଳିତ ବର୍ଷ ପାଇଁ ଭଲ ପାଗ, ଭଲ ଫସଲ ଓ ଚାଷୀ ପରିବାରର ସମୃଦ୍ଧି ପାଇଁ ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରିବା ସହ ମୁଖ୍ୟମନ୍ତ୍ରୀ ସରକାର ଙ୍କ କୋଭିଡ଼ ନିୟମ କୁ କଡା କଡି ଭାବରେ ପାଳନ କରିବା ପାଇଁ ସମସ୍ତ ଙ୍କୁ ପୁଣି ଥରେ ନିବେଦନ କରିଥିଲେ । ସୂଚନାଯୋଗ୍ୟ ଯେ କାଳିଆ ଯୋଜନା ରାଜ୍ୟ ସରକାରଙ୍କ ଶ୍ରେଷ୍ଠ କୃଷି କଲ୍ୟାଣ ଯୋଜନା । ଏହି ଯୋଜନା ରେ ଲଷ ଲଷ ଛୋଟ ଚାଷୀ, ନାମ ମାତ୍ର ଚାଷୀ ଓ ଭୂମି ହୀନ ଚାଷୀ ପରିବାର ଉପକାର ପାଉଛନ୍ତି । କାଳିଆ ସହାୟତାରେ ଚାଷୀ କୃଷି ସାମଗ୍ରୀ କିଣବା ବେଳ ଭୂମି ହୀନ ଚାଷୀ ଛେଳି କୁକୁଡ଼ା ବତକ ପାଳନ ଆଦିରେ ବିନିଯୋଗ କରି ତା ପରିବାର ର ରୋଜଗାର ବଢାଇଥାଏ । ଏହି କାର୍ୟ୍ୟକ୍ରମ ରେ କୃଷି ଓ କୃଷକ ସଶକ୍ତିକରଣ ଏବଂ ଉଚ୍ଚ ଶିକ୍ଷା ମନ୍ତ୍ରୀ ଶ୍ରୀ ଅରୁଣ ସାହୁ , କାଳିଆ ଯୋଜନା କିପରି କୋଭିଡ଼ ସମୟରେ ଚାଷୀ ପରିବାର ପାଇଁ ଉପାଦେୟ ସାବ୍ୟସ୍ତ ହୋଇପାରିଛି ତା ଉପରେ ଆଲୋକପାତ କରିଥିଲେ ଏହି କାର୍ୟ୍ୟ କ୍ରମରେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ । ମୁଖ୍ୟମନ୍ତ୍ରୀ ଙ୍କ କାର୍ୟାଳୟ ର ମୁଖ୍ୟ ପରାମର୍ଶ ଦାତା ମୁଖ୍ୟ ଶାସନ ସଚିବ ଓ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!