Wednesday, July 8, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୭ ଦିନ ମଧ୍ୟରେ ଘରଭଙ୍ଗା କ୍ଷତିର ଆକଳନ କର: ମୁଖ୍ୟମନ୍ତ୍ରୀ

by ସଞ୍ଜୟ ସ୍ୱାଇଁ
May 27, 2021
in Politics, State
୭ ଦିନ ମଧ୍ୟରେ ଘରଭଙ୍ଗା କ୍ଷତିର ଆକଳନ କର: ମୁଖ୍ୟମନ୍ତ୍ରୀ
56
VIEWS
Share on FacebookShare on Twitter

ଭୁବନେଶ୍ୱର (ବାଘୁଆବାର୍ତ୍ତା): ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ବାତ୍ୟା ୟାସର ପରବର୍ତ୍ତୀ ପୁନର୍ଗଠନ ଓ ପୁନରୁଦ୍ଧାର କାର୍ୟ୍ୟ ସଂପର୍କରେ ସମୀକ୍ଷା କରି ୭ ଦିନ ମଧ୍ୟରେ ପ୍ରଭାବିତ ଜିଲ୍ଲା ଗୁଡିକରେ ଭାଙ୍ଗି ଯାଇଥିବା ଘର ଗୁଡିକ ସଂପର୍କରେ ଆକଳନ କରି ରିପୋର୍ଟ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ବର୍ତ୍ତମାନ ରିଲିଫ, ପୁନର୍ଗଠନ ଓ ପୁନରୁଦ୍ଧାର ପ୍ରକ୍ରିୟା ଉପରେ ସମସ୍ତ ଧ୍ୟାନ କେନ୍ଦ୍ରୀତ କରିବାକୁ ପଡିବ । କ୍ଷତିଗ୍ରସ୍ତ ଜଳମଗ୍ନ ଅଞ୍ଚଳରେ ୭ ଦିନ ପାଇଁ ରିଲିଫ ଘୋଷଣା କରାଯାଇଛି ବୋଲି ପ୍ରକାଶ କରି ସମସ୍ତ ମରାମତି ଓ ପୁନରୁଦ୍ଧାର କାର୍ୟ୍ୟକୁ ଯୁଦ୍ଧକାଳୀନ ଭିତ୍ତିରେ ଜାରି ରଖିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ପାନୀୟ ଜଳ ଓ ବିଦ୍ୟୁତ ଯୋଗାଣ ପ୍ରକ୍ରିୟା ଖୁବଶୀଘ୍ର ସ୍ବଭାବିକ କରିବା ପାଇଁ ପରାମର୍ଶ ଦେଇ ଆଜି ସଂଧ୍ୟା ସୁଦ୍ଧା ସମସ୍ତ ମୁଖ୍ୟ ସଡକ ଗୁଡିକ ଯାନବାହାନ ଚଳାଚଳ ପାଇଁ ଅବରୋଧମୁକ୍ତ ହେବ ବୋଲି ସେ ଆଶାପ୍ରକାଶ କରିଥିଲେ। ସେହିପରି ବୈତରଣୀ ନଦୀର ତଳ ଅଞ୍ଚଳରେ ବନ୍ୟା ଆସିବାର ସମ୍ଭାବନା ଥିବାରୁ ପ୍ରଶାସନ ସତର୍କ ଦୃଷ୍ଟି ରଖିବା ପାଇଁ ସେ ନିର୍ଦ୍ଦେଶ ଦେଇଛନ୍ତି। ବାତ୍ୟା ୟଶର ପରିଚାଳନାରେ ଉଲ୍ଲେଖନୀୟ ସଫଳତା ପାଇଁ ପ୍ରଶାସନିକ ଅଧିକାରୀମାନଙ୍କୁ ପ୍ରଶଂସା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସମସ୍ତ ବିଷୟକୁ ଦୃଷ୍ଟିରେ ରଖି ବିଧିବଦ୍ଧ ଯୋଜନା ଏବଂ ତ୍ରୁଟିଶୂନ୍ୟ ପରିଚାଳନା ଯୋଗୁ ବାତ୍ୟା ୟଶର ସଫଳ ମୁକାବିଲା କରାଯାଇପାରିଛି । ସେ କହିଥିଲେ ଯେ ଜନସାଧାରଣଙ୍କ ସହଯୋଗ ରେ ପ୍ରାକୃତିକ ବିପର୍ୟ୍ୟୟ ପରିଚାଳନାରେ ଓଡ଼ିଶା ଅତ୍ୟନ୍ତ ସଫଳ ଓ ପ୍ରଭାବୀ ବୋଲି ପୁଣି ଥରେ ପ୍ରମାଣିତ କରିପାରିଛି । ବାତ୍ୟା ପ୍ରଭାବିତ ଜିଲ୍ଲାଗୁଡିକର ସମସ୍ତ ଜନସାଧାରଣ, ନାଗରିକ ସଂଗଠନ ମାନଙ୍କୁ ରିଲିଫ ଓ ସ୍ଥାନାନ୍ତର କାର୍ୟ୍ୟରେ ସେମାନଙ୍କ ସହଯୋଗ ପାଇଁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଦେଇଥିଲେ । କେନ୍ଦ୍ର ସରକାର ଏବଂ ବିଭିନ୍ନ କେନ୍ଦ୍ରୀୟ ସଂସ୍ଥା ଯଥା ଘଊଜୠ, ଓଗଊ ଓ ଅନ୍ୟାନ୍ୟ କେନ୍ଦ୍ରୀୟ ସଂସ୍ଥାକୁ ସେମାନଙ୍କ ସହଯୋଗ ପାଇଁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଦେଇଥିଲେ । ପରିଶେଷରେ ମୁଖ୍ୟମନ୍ତ୍ରୀ ପୁନରୁଦ୍ଧାର ଓ ପୁନର୍ବାସ କାର୍ୟ୍ୟରେ ଏହିଭଳି ଦକ୍ଷତାର ସହ କାର୍ୟ୍ୟ ଜାରି ରଖିବାକୁ ପରାମର୍ଶ ଦେଇଥିଲେ । ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ହେଲିକପ୍ଟର ଯୋଗେ ଆକାଶମାର୍ଗରୁ ବାତ୍ୟା ଷୟଷତି ଆକଳନ କରିଥିଲେ । ବୈଠକରେ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର କହିଥିଲେ ଯେ ଭଦ୍ରକ ଓ ବାଲେଶ୍ବର ଜିଲ୍ଲା ସର୍ବାଧିକ ପ୍ରଭାବିତ ହୋଇଛି। ବିଦ୍ୟୁତ ଯୋଗାଯୋଗ ପ୍ରକ୍ରିୟା ୭୫ ରୁ ୮୦ ପ୍ରତିଶତ ସ୍ବଭାବିକ ହୋଇଛି ବୋଲି ପ୍ରକାଶ କରି ସେ କହିଲେ ଯେ ଜଳମଗ୍ନ ଅଞ୍ଚଳ ବ୍ୟତୀତ ଅନ୍ୟ ସମସ୍ତ ସ୍ଥାନରେ ବିଦ୍ୟୁତ ଯୋଗାଯୋଗ ସ୍ବଭାବିକ ହୋଇଛି। ପାନୀୟ ଜଳ ପାଇଁ ଡିଜି ସେଟ୍‌, ଟ୍ୟାଙ୍କର ଜରିଆରେ ବ୍ୟବସ୍ଥା କରାଯାଉଛି ବୋଲି ସେ ସୂଚନା ଦେଇଥିଲେ । ସ୍ବତନ୍ତ୍ର ରିଲିଫ କମିଶନର ଶ୍ରୀ ପି.କେ. ଜେନା ଏକ ଉପସ୍ଥାପନା ରଖି କରିଥିଲେ ଯେ ଲୋକଙ୍କ ସୁରକ୍ଷା ପାଇଁ ୧୨ଟି ଜିଲ୍ଲାର ୭ ଲକ୍ଷ ୧୦ ହଜାର ଲୋକଙ୍କୁ ସ୍ଥାନାନ୍ତର କରାଯାଇ ୮୪୧୦ଟି ଆଶ୍ରୟ ସ୍ଥଳରେ ରଖାଯାଇଥିଲା । ସେ କହିଥିଲେ ଯେ ୨୦୦ଟି ବ୍ଲକ୍‌ରେ ପ୍ରବଳ ବର୍ଷା ହୋଇଥିଲା । ମୟୁରଭଂଜର କୁସୁମୀ ବ୍ଲକ୍‌ରେ ୫୧୫ ମି.ମି ବର୍ଷା ହୋଇଥିବାର ସେ ସୂଚନା ଦେଇଥିଲେ । ସୁବର୍ଣ୍ଣରେଖା ଓ ବୁଢାବଳଙ୍ଗ ନଦୀରେ ବନ୍ୟାଜଳ ବଢୁଥିବା ସତ୍ତ୍ବେ ବନ୍ୟା ଆଶଂକା କମ୍‌ ବୋଲି ପ୍ରକାଶ କରି କହିଥିଲେ ଯେ ବୈତରଣୀ ନଦୀର ନିମ୍ନାଞ୍ଚଳରେ ବନ୍ୟାର ସମ୍ଭାବନା ରହିଛି ଓ ସେଥିପ୍ରତି ସତର୍କ ଦୃଷ୍ଟି ରଖାଯାଇଛି । ଶକ୍ତି ବିଭାଗ ପକ୍ଷରୁ ସୂଚନା ଦିଆଯାଇ କୁହାଯାଇଥିଲା ଯେ ସମସ୍ତ ୩୩ ଓ ୧୧ କେଭି ଫିଡର ମରାମତି ପ୍ରକ୍ରିୟା ଜାରି ରହିଛି ଏବଂ ଏହା ଖୁବ୍‌ ଶୀଘ୍ର ଶେଷ ହେବ । ୩୦ ଲକ୍ଷ ପ୍ରଭାବିତ ଉପଭୋକ୍ତାଙ୍କ ମଧ୍ୟରୁ ଆଜି ସଂଧ୍ୟା ସୁଦ୍ଧା ୨୩ ଲକ୍ଷ ଉପଭୋକ୍ତାଙ୍କୁ ବିଜୁଳି ଯୋଗାଯୋଗ ସ୍ବଭାବିକ କରାଯିବ । ସେହିପରି ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ପକ୍ଷରୁ ସୂଚନା ଦିଆଯାଇଥିଲା ଯେ ସମୁଦାୟ ୬୨ଟି ବ୍ଲକ ପ୍ରଭାବିତ ହୋଇଛି । ସବୁ ପାଇପ ଜଳ ପ୍ରକଳ୍ପ କାର୍ୟ୍ୟକାରୀ କରାଯାଇଛି ବୋଲି ସୂଚନା ଦିଆଯାଇଥିଲା। ୫୭୧ଟି ପାଇପ ଜଳ ପ୍ରକଳ୍ପକୁ ଜେନ୍‌ସେଟ୍‌ ଜରିଆରେ କାର୍ୟ୍ୟକାରୀ କରାଯାଉଛି ଏବଂ ୩୪୬ଟି ଟ୍ୟାଙ୍କର ଜରିଆରେ ଜଳମଗ୍ନ ସ୍ଥାନକୁ ପାନୀୟ ଜଳ ଯୋଗାଇ ଦିଆଯାଉଛି। ବାଲେଶ୍ବର ଓ ଭଦ୍ରକ ଜିଲ୍ଲାକୁ ଅତିରିକ୍ତ ଟ୍ୟାଙ୍କର ପଠାଯାଇଛି । ଗୃହନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଥିଲା ଯେ ସମସ୍ତ ପୌରାଞ୍ଚଳରେ ପାନୀୟ ଜଳ ଯୋଗାଣ ପ୍ରକ୍ରିୟା ସ୍ବଭାବିକ କରାଯାଇଛି। ଜଳସଂପଦ ବିଭାଗର ସୂଚନା ଅନୁଯାୟୀ କେନ୍ଦ୍ରାପଡା, ବାଲେଶ୍ବର ଓ ଭଦ୍ରକ ଅଂଚଳରେ କେତେକ ସ୍ଥାନରେ ଘାଇ ସୃଷ୍ଟି ହୋଇଛି ଏବଂ ଜଳମଗ୍ନ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘାଇର ଆକଳନ କରାଯାଉଛି ଏବଂ ବିଭିନ୍ନ ସ୍ଥାନରେ ମରାମତି କାର୍ୟ୍ୟ ଚାଲିଛି । ମହିଳା ଓ ଶିଶୁବିକାଶ ବିଭାଗର ସୂଚନା ଅନୁଯାୟୀ ୪୫୦୦ ଗର୍ଭବତୀ ମହିଳାଙ୍କୁ ଚିହ୍ନଟ କରାଯାଇଥିଲା । ସେଥିମଧ୍ୟରୁ ୨୧୦୦ଙ୍କୁ ହସ୍‌ପିଟାଲକୁ ସ୍ଥାନାନ୍ତରୀତ କରାଯାଇଥିଲା । ବାତ୍ୟା ସମୟରେ ୭୫୦ ନବଜାତ ଶିଶୁ ଜନ୍ମ ହୋଇଛନ୍ତି । ସେହିପରି ପୂର୍ତ୍ତ ବିଭାଗ ପକ୍ଷରୁ ସୂଚନା ଦିଆଯାଇଥିଲା ଯେ ସମସ୍ତ କୋଭିଡ ହସ୍‌ପିଟାଲରେ ଭିତ୍ତିଭୂମି ଠିକ୍‌ ରହିଛି । ଆଜି ସଂଧ୍ୟା ସୁଦ୍ଧା ଗଛ ପଡି ଅବରୋଧ ହୋଇଥିବା ସମସ୍ତ ସଡକ ଗୁଡିକ ଆବରୋଧମୁକ୍ତ କରାଯିବ। ସେହିପରି ଗ୍ରାମ ଉନ୍ନୟନ ବିଭାଗର ୩୫୦ଟି ସଡକ ଅବରୋଧ ହୋଇଥିବା ବେଳେ ଏହିସବୁ ଗୁଡିକ ଆଜି ସଂଧ୍ୟା ସୁଦ୍ଧା ଅବରୋଧମୁକ୍ତ ହେବ । ବୈଠକରେ ବାଲେଶ୍ବର, ଭଦ୍ରକ, ମୟୁରଭଂଜ ଓ କେନ୍ଦ୍ରାପଡା ଜିଲ୍ଲାର ଜିଲ୍ଲାପାଳମାନେ ଜିଲ୍ଲାରେ ଚାଲିଥିବା ପୁନରୁଦ୍ଧାର କାର୍ୟ୍ୟକ୍ରମ ଗୁଡିକର ସୂଚନା ଦେଇଥିଲେ। ମୁଖ୍ୟମନ୍ତ୍ରୀ ଜିଲ୍ଲା ପ୍ରଶାସନର କାର୍ୟ୍ୟକୁ ପ୍ରଶଂସା କରି ଏହିଭଳି କାର୍ୟ୍ୟ ଜାରି ରଖିବାକୁ ପରାମର୍ଶ ଦେଇଥିଲେ ।
ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ ବୈଠକ ସଂଯୋଜନା କରିଥିଲେ । ସଂପୃକ୍ତ ବିଭାଗର ପ୍ରମୁଖ ସଚିବ ଓ ସଚିବମାନେ ଉପସ୍ଥିତ ଥିଲେ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!