Tuesday, July 14, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆସନ୍ତା ୨୨ରେ ମୟୂରଭଞ୍ଜ ଗସ୍ତରେ ଯିବେ ନବୀନ

by ସଞ୍ଜୟ ସ୍ୱାଇଁ
October 18, 2021
in State
ଆସନ୍ତା ୨୨ରେ ମୟୂରଭଞ୍ଜ ଗସ୍ତରେ ଯିବେ ନବୀନ
23
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୨୨ରେ ମୟୂରଭଞ୍ଜ ଗସ୍ତରେ ଯିବେ । ଏଠାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ କାର୍ଡ ବଣ୍ଟନର ଶୁଭାରମ୍ଭ କରିବା ସହ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍‌ଘାଟନ କରିବେ । ଏଥିପାଇଁ ଜିଲ୍ଲାର ୨୬ ବ୍ଲକରେ ପ୍ରସ୍ତୁତି ଜୋର ଧରିଛି । ଆସନ୍ତା ପଞ୍ଚାୟତ ଓ ପୌର ନିର୍ବାଚନକୁ ଦୃଷ୍ଟିରେ ରଖି ବିଜେଡି ତୃଣମୂଳସ୍ତରରେ ନିଜର ସଂଗଠନକୁ ଅଧିକ ବଳୁଆ କରିବାକୁ ଉଦ୍ୟମ କରୁଛି । ଇତିମଧ୍ୟରେ ମୁଖ୍ୟମନ୍ତ୍ରୀ କିଛି ଜିଲ୍ଲା ଗସ୍ତ କରିଥିଲାବେଳେ ୨୨ରେ ବାରିପଦା ଗସ୍ତରେ ଯିବେ ବୋଲି ସୂଚନା ମିଳିଛି । ମୁଖ୍ୟମନ୍ତ୍ରୀ ବାରିପଦା ଗସ୍ତବେଳେ ପ୍ରାୟ ଦୁଇ ହଜାର କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍‌ଘାଟନ କରିବାର କାର୍ୟ୍ୟକ୍ରମ ପ୍ରସ୍ତୁତ ହୋଇଛି । ସ୍ମାର୍ଟ ହେଲଥ୍‌ କାର୍ଡ ବଣ୍ଟନ କରି ସିଧାସଳଖ ବିଜେଡି ସପକ୍ଷରେ ଜନମତ ସୃଷ୍ଟି ପାଇଁ ଦଳ ପକ୍ଷରୁ ରଣନୀତି ପ୍ରସ୍ତୁତ ହୋଇଛି । ବିଜେପିର ବେଶ୍‌ ପ୍ରଭାବ ଥିବା ଏ ଜିଲ୍ଲାରେ ପଞ୍ଚାୟତ ଭୋଟକୁ ନିଜ ସପକ୍ଷରେ ନେବାକୁ ଦଳର ବହୁ ବିଧାୟକ ଓ ମନ୍ତ୍ରୀ ଆଗୁଆ ମୟୂରଭଞ୍ଜ ଯାଇ ପ୍ରସ୍ତୁତି ତଦାରଖ କରିବା ଉପରେ ଜୋର୍‌ ଦିଆଯାଇଛି । ଡିସେମ୍ବର ଶେଷ ସପ୍ତାହରେ ପଞ୍ଚାୟତ ଭୋଟ୍‌ ପାଇଁ ବିଜ୍ଞପ୍ତି ଜାରି ହେବାର ସମ୍ଭାବନା ରହିଛି । ତେଣୁ ତା ପୂର୍ବରୁ ମୁଖ୍ୟମନ୍ତ୍ରୀ ପ୍ରାୟ ସବୁ ଜିଲ୍ଲା ଗସ୍ତ କରିବାର କାର୍ୟ୍ୟକ୍ରମ ପ୍ରସ୍ତୁତ ହୋଇଛି। ୨୦୧୭ ତ୍ରିସ୍ତରୀୟ ପଞ୍ଚାୟତ ଭୋଟରେ ମୟୂରଭଞ୍ଜରେ ବିଜେପି ବେଶ୍‌ ଭଲ ପ୍ରଦର୍ଶନ କରିଥିଲା । ୨୦୧୯ରେ ମଧ୍ୟ ବିଜେଡି ଆଶାନୁରୂପକ ଫଳ ପାଇନି। ଏହାକୁ ଦୃଷ୍ଟିରେ ରଖି ବିଜେଡି ଏଥର ଭଲ ଫଳ ପାଇବାକୁ ଆଗୁଆ ସବୁପ୍ରକାର ପ୍ରସ୍ତୁତି ଚଳାଇଛି।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!