Saturday, September 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ସଫଳ ଅସ୍ତ୍ରୋପଚାର

by ସଞ୍ଜୟ ସ୍ୱାଇଁ
June 22, 2025
in Nayagarh
ମିଆଁମାରରେ ଭୂକମ୍ପ ପୀଡ଼ିତଙ୍କ ପାଇଁ ଦୁଃଖପ୍ରକାଶ କଲେ ନବୀନ ପଟ୍ଟନାୟକ
211
VIEWS
Share on FacebookShare on Twitter

ଭୁବନେଶ୍ବର,(ବାଘୁଆବାର୍ତ୍ତା): ସଫଳତାର ସହ ସରିଲା ନବୀନ ପଟ୍ଟନାୟକଙ୍କର ଅସ୍ତ୍ରୋପଚାର। ମୁମ୍ବାଇର କୋକିଳାବେନ୍ ଧୀରାଭାଇ ଅମ୍ବାନୀ ହସପିଟାଲରେ ନବୀନଙ୍କର କରାଯାଇଛି ସଫଳ ଅସ୍ତ୍ରୋପଚାର। ଅପରେସନ ସଫଳ ହୋଇଥିବା ନେଇ ସୂଚନା ଦେଇଛନ୍ତି ନବୀନଙ୍କ ବ୍ୟକ୍ତିଗତ ସ୍ବାସ୍ଥ୍ୟ ପରାମର୍ଶଦାତା। ସପ୍ତାହକ ମଧ୍ୟରେ ହସ୍ପିଟାଲରୁ ହେବେ ଡିସଚାର୍ଜ। କୋକିଳାବେନ ଧୀରୁଭାଇ ଅମ୍ବାନୀ ହସ୍ପିଟାଲର ସ୍ପାଇନ ସ୍ପେସିଆଲିଷ୍ଟ ବିଶେଷଜ୍ଞ ଡାକ୍ତର ରାଜଶେଖର ନବୀନଙ୍କ ଅସ୍ତ୍ରୋପଚାର କରିଥିଲେ। ଏହାସହ ଏସିଆନ ହାର୍ଟ ଇନଷ୍ଟିଚ୍ୟୁଟର ବିଶେଷଜ୍ଞମାନେ ବି ଅପରେସନ ବେଳେ ଉପସ୍ଥିତ ଥିଲେ। ଅସ୍ତ୍ରୋପଚାର ପରେ ନବୀନ ପଟ୍ଟନାୟକ ଭଲ ଭାବେ କଥା ହୋଇ ପାରୁଛନ୍ତି। ଡାକ୍ତରଙ୍କ ସୂଚନା ଅନୁସାରେ, ବୟସ ବଢିଲେ ସର୍ଭିକାଲ ଆଥ୍ରାଇଟିସ ହୁଏ। ଆଜି ଦୁଇ ଘଣ୍ଟା ଧରି ଅପରେସନ ଚାଲିଥିଲା। ୫ରୁ ୭ ଦିନ ମଧ୍ୟରେ ଷ୍ଟିଚ ଖୋଲାଯିବ ବୋଲି କହିଛନ୍ତି ଡାକ୍ତର ରମାକାନ୍ତ ପଣ୍ଡା। ଅନେକ ପ୍ରତିଷ୍ଠିତ ଲୋକ ନବୀନ ପଟ୍ଟନାୟକଙ୍କୁ ଦେଖା କରିବାକୁ ଚାହୁଁଛନ୍ତି। ଅପରେସନ ସରିଥିବାରୁ ଡାକ୍ତର ୪୮ ଘଣ୍ଟା ଅପେକ୍ଷା କରିବାକୁ କହିଛନ୍ତି। ଆଇସିୟୁରୁ ରୁମକୁ ଆସିବାକୁ ପରେ ନବୀନଙ୍କୁ ସାକ୍ଷାତ କରିହେବ ବୋଲି କହିଛନ୍ତି ଡାକ୍ତର। ନବୀନଙ୍କ ପାଖରେ ଉପସ୍ଥିତ ଥିଲେ ତାଙ୍କ ଭାଇ ପ୍ରେମ ପଟ୍ଟନାୟକ ଓ ଭାଉଜ। ଦୀର୍ଘ ବର୍ଷର ଶାସନ ସମୟରେ ହେଉ କିମ୍ବା ବିରୋଧୀ ଦଳ ନେତା ଭାବେ ସବୁଠି ନବୀନ ପଟ୍ଟନାୟକ ଓଡିଶାବାସୀଙ୍କ ପାଇଁ ସମର୍ପିତ ହୋଇ କାର୍ଯ୍ୟ କରି ଆସୁଛନ୍ତି । ଆଧୁନିକ ଓଡି଼ଶାର ବିକାଶ ପୁରୁଷର ମାନ୍ୟତା ପାଇଛନ୍ତି । ସାରା ରାଜ୍ଯରେ ନବୀନଙ୍କ ଆରୋଗ୍ଯ କାମନା କରି ଦୀପଦାନ କରାଯାଇଥିଲା। ଭୁବନେଶ୍ବର ଏକାମ୍ର କ୍ଷେତ୍ରରେ ପ୍ରଭୁ ଲିଙ୍ଗରାଜଙ୍କ ନିକଟରେ ପୂଜାର୍ଚ୍ଚନା କରିଥିଲେ ଶତାଧିକ ଲୋକେ। ନବୀନଙ୍କ ପାଇଁ ସାରା ରାଜ୍ଯରୁ ଆଶୁ ଆରୋଗ୍ଯ କାମନାର ସୁଅ ଛୁଟୁଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!