Monday, June 1, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସାପ୍ତାହିକ ହାଟରେ ବ୍ୟାନର ମାରିଲେ ମାଓବାଦୀ, ମେ ୨୦ରେ ବନ୍ଦ ଡାକରା

by ସଞ୍ଜୟ ସ୍ୱାଇଁ
May 15, 2022
in Crime, State
ସାପ୍ତାହିକ ହାଟରେ ବ୍ୟାନର ମାରିଲେ ମାଓବାଦୀ, ମେ ୨୦ରେ ବନ୍ଦ ଡାକରା
78
VIEWS
Share on FacebookShare on Twitter

ପାଟଣାଗଡ଼, (ବାଘୁଆବାର୍ତ୍ତା): ବହୁ ଦିନର ନୀରବତା ପରେ ବ୍ୟାନର ମାରିଲେ ମାଓବାଦୀ। ପାଟଣାଗଡ ଉପଖଣ୍ଡ ଖପ୍ରାଖୋଲ ବ୍ଲକ ଲାଠୋର ଥାନା ଅନ୍ତର୍ଗତ ପୁଟୁକେଲଚୁଆ ଓ ଘୁନୁସର ମଝିରେ ଥିବା ବଜାର ପେଣ୍ଡାଲ ଠାରେ ପୃଥକ ପୃଥକ ସ୍ଥାନରେ ଦୁଇଟି ମାଓ ବ୍ୟାନର ଲାଗିଛି। ରବିବାର ଦିନ ଘୁନୁସର ବଜାର ହୋଇଥିବା ବେଳେ ବଜାରକୁ ଆସିଥିବା ବ୍ୟବସାୟୀ ଓ ଜନସାଧାରଣ ଏହି ବ୍ୟାନର ଦେଖିଥିଲେ। ପୋଲିସ ଦମନ ବିରୋଧରେ ମେ ୨୦ ତାରିଖ ଏକ ଦିନ ଓଡ଼ିଶା ରାଜ୍ୟ ବନ୍ଦ ସଫଳ କରିବାକୁ ମାଓବାଦୀମାନେ ବ୍ୟାନରରେ ଆହ୍ଵାନ କରିଛନ୍ତି। ସୂଚନାନୁଯାୟୀ, ଗତ ଦୁଇ ବର୍ଷ ଭିତରେ ବର୍ବରତା ପୂର୍ବକ ପୁଲିସର ଗୁଳିବର୍ଷଣରେ ୨୦ ଜଣ ମାଓବାଦୀଙ୍କ ହତ୍ୟା କରାଯାଇଛି। ଏଥିପାଇଁ ମାଓବାଦୀମାନେ ମେ ୨୦ ତାରିଖ ଦିନ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ଏହି ବ୍ୟାନରରେ ଉଲ୍ଲେଖ କରାଯାଇଛି ଯେ, ରାଜନୈତିକ ସମାଧାନ ଦମନ ଅଭିଯାନ ନାମରେ ଦେଶ ଭିତରେ ଜନତା ଉପରେ ସରକାରଙ୍କ ଯୁଦ୍ଧକୁ ବିରୋଧ କରନ୍ତୁ । ଦେଶରୁ ସମ୍ମତି ଦବାଇବା ଲାଗି, ହିନ୍ଦୁତ୍ଵ, ଫାସିବାଦ ସରକାର ଦ୍ଵାରା ଚାଲଯାଉଥିବା ଦମନ ଅଭିଯାନକୁ ବିରୋଧ କରନ୍ତୁ । ତେବେ ମାଓ ବ୍ୟାନର ଲାଗିଥିବା ସ୍ଥାନରେ ଲୋକମାନେ ଭୟଭୀତ ନହୋଇ ବ୍ୟବସାୟ କରୁଥିବା ଦେଖିବାକୁ ମିଳିଛି। ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ଏହି ବ୍ୟାନର ଦୁଇଟିକୁ ଜବତ କରିଛି।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!