Sunday, November 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସିନ୍ଧି ଜଙ୍ଗଲରେ ପୁଲିସ-ନକ୍ସଲ ଗୁଳି ବିନିମୟରେ ଟଳିଲେ ମହିଳା ନକ୍ସଲ

by ସଞ୍ଜୟ ସ୍ୱାଇଁ
October 12, 2022
in Crime, State
ଜଣେ ଠିକା ସଂସ୍ଥାର ସୁପରଭାଇଜରଙ୍କୁ ଗୁଳିକରି ହତ୍ୟା କରିବା ପରେ ୪ଟି ଗାଡ଼ି ଜାଳି ଦେଇଛନ୍ତି ନକ୍ସଲ
86
VIEWS
Share on FacebookShare on Twitter

ଫୁଲବାଣୀ, (ବାଘୁଆବାର୍ତ୍ତା): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ସୁଡ୍ରା ପଞ୍ଚାୟତର ସିନ୍ଧି ଜଙ୍ଗଲରେ ପୁଲିସ-ନକ୍ସଲ ଗୁଳି ବିନିମୟରେ ଜଣେ ମହିଳା ନକ୍ସଲଙ୍କ ମୃତ୍ୟୁ ହୋଇଛି। ଜଙ୍ଗଲରୁ ଏକ ନକ୍ସଲ କ୍ୟାମ୍ପ ଠାବ ହୋଇଥିବା ବେଳେ ବହୁ ବିସ୍ଫୋରକ ସାମଗ୍ରୀ ଜବତ ହୋଇଥିବା ସୂଚନା ମିଳିଛି। ସୂଚନାଯୋଗ୍ୟ, ସିନ୍ଧି ଜଙ୍ଗଲରେ ନକ୍ସଲ କ୍ୟାମ୍ପ ଚାଲିଥିବା ନେଇଁ ଜିଲ୍ଲା ପୁଲିସକୁ ସୂଚନା ମିଳିଥିଲା । ଏହାପରେ କନ୍ଧମାଳ ଏସ୍‌ପି ବିନୀତ ଅଗ୍ରଓ୍ୱାଲଙ୍କ ନିର୍ଦେଶ କ୍ରମେ ଗତକାଲି ଏସସଓଜି ଯବାନ ଜଙ୍ଗଲରେ କୁମ୍ବିଂ ଅପେରସନ ଆରମ୍ଭ କରିଥିଲେ । ଏଥିରେ ଡିଭିଏଫ୍ ଓ ଓଡ଼ିଶା ପୁଲିସ୍‌ ବି ସାମିଲ ହୋଇଥିଲେ। ଦୀର୍ଘ ସମୟ ସର୍ଚ୍ଚ ଅପରେସନ ଚାଲିବା ପରେ ପ୍ରାୟ ସନ୍ଧ୍ୟା ବେଳେ ପୁଲିସ-ନକ୍ସଲ ମୁହାଁମୁହିଁ ହୋଇଥିଲା। ଏପରିକି ଉଭୟ ପକ୍ଷଙ୍କ ମଧ୍ୟରେ ଦୀର୍ଘ ସମୟ ଗୁଳି ବିନିମୟ ଚାଲିଥିବା ଏଥିରେ ଜଣେ ମହିଳା ନକ୍ସଲଙ୍କ ମୃତ୍ୟୁ ହୋଇଥିବା ଦକ୍ଷିଣାଞ୍ଚଳ ଆଇଜି ସତ୍ୟବ୍ରତ ଭୋଇ ସୂଚନା ଦେଇଛନ୍ତି । ମୃତ ମହିଳା ନକ୍ସଲଙ୍କ ନିକଟରୁ ଏକ ଦେଶୀ ପିସ୍ତଲ ଜବତ ହୋଇଛି । ମହିଳା ନକ୍ସଲଙ୍କ ମୃତଦେହକୁ ବ୍ୟବଚ୍ଛେଦ ନିମନ୍ତେ ଜିଲ୍ଲା ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତାଙ୍କ ପରିଚୟ ସ୍ପଷ୍ଟ ହୋଇ ପାରିନାହିଁ। ପରିଚୟ ମିଳିଲେ ପରିବାର ଲୋକଙ୍କୁ ସମ୍ପର୍କ କରି ମୃତଦେହ ହସ୍ତାନ୍ତର କରାଯିବ ବୋଲି ବରିଷ୍ଠ ପୁଲିସ୍‌ ଅଧିକାରୀ କହିଛନ୍ତି। ପୁଲିସ୍‌ର ସର୍ଚ୍ଚ ଅପରେସନ ଯୋଗୁ ଜଙ୍ଗଲରୁ ପ୍ରାୟ ୨୦ ନକ୍ସଲ ଖସି ପଳାଇବାରେ ସକ୍ଷମ ହୋଇଥିବା ଜଣାଯାଇଛି। ଏହି ସଂଘର୍ଷ ବେଳେ କୌଣସି ସୁରକ୍ଷା କର୍ମୀ ଆହତ ହୋଇ ନ ଥିବା ଜଣାଯାଇଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!