Friday, September 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିଧାୟକ ଦଳ ବୈଠକରେ ବାଜିଲା ମୋହର, ନାୟବ ସିଂହ ସୈନି ହେବେ ହରିୟାଣା ମୁଖ୍ୟମନ୍ତ୍ରୀ

by ସଞ୍ଜୟ ସ୍ୱାଇଁ
October 16, 2024
in NATIONAL NEWS
ବିଧାୟକ ଦଳ ବୈଠକରେ ବାଜିଲା ମୋହର, ନାୟବ ସିଂହ ସୈନି ହେବେ ହରିୟାଣା ମୁଖ୍ୟମନ୍ତ୍ରୀ
33
VIEWS
Share on FacebookShare on Twitter

ନୂଆଦିଲ୍ଲୀ, (ବାଘୁଆବାର୍ତ୍ତା): ହରିୟାଣାରେ ପୁଣିଥିରେ ସରକାର ଗଢିବ ବିଜେପି । ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ନାୟବ ସିଂହ ସୈନି । ଲଗାତାର ତୃତୀୟ ଥର ପାଇଁ ରାଜ୍ୟରେ ଗେରୁଆ ଦଳ ଗଢିବ ସରକାର । ନାୟବ ସିଂହ ସୈନି ପୁଣି ଥରେ ମୁଖ୍ୟମନ୍ତ୍ରୀ ହେବା ଏକ ପ୍ରକାର ସୁନିଶ୍ଚିତ ହୋଇଛି । କାରଣ ବିଜେପି ବିଧାୟକ ଦଳ ବୈଠକରେ ଏମିତି ନିଷ୍ପତ୍ତି ନିଆଯାଇଛି । ବୈଠକରେ ବିଧାୟକ ଦଳର ନେତା ଭାବରେ ତାଙ୍କ ନାଁରେ ବାଜିଛି ମୋହର । ଆସନ୍ତାକାଲି ଅର୍ଥାତ୍ ୧୭ରେ ସେ ନେବେ ଶପଥ । ଗୃହମନ୍ତ୍ରୀ ଅମିତ ଶାହାଙ୍କ ଉପସ୍ଥିତିରେ ବିଜେପି ବିଧାନସଭା ଦଳର ଏକ ବୈଠକ ଅନୁଷ୍ଠିତ ହୋଇଥିଲା । ଯେଉଁଥିରେ ସେ ନେତା ଭାବରେ ନିର୍ବାଚିତ ହୋଇଥିଲେ । ବୈଠକରେ ହରିୟାଣା ଦାୟିତ୍ୱରେ ଥିବା କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ସହ-ଦାୟିତ୍ୱରେ ଥିବା ବିପ୍ଲାବ ଦେବ, କେନ୍ଦ୍ର ମନ୍ତ୍ରୀ ମନୋହର ଲାଲ ଖଟ୍ଟର ମଧ୍ୟ ଉପସ୍ଥିତ ଥିଲେ । ଏହି ବୈଠକ ପାଇଁ ଅମିତ ଶାହା ଏବଂ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ମୋହନ ଯାଦବଙ୍କୁ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ କରାଯାଇଥିଲା । ପଞ୍ଚକୁଲାର ବିଜେପି କାର୍ଯ୍ୟାଳୟରେ ଏହି ବୈଠକ ଅନୁଷ୍ଠିତ ହୋଇଥିଲା । ବିଜେପିର ଅନିଲ ବିଜ ଏବଂ ରାଓ ଇନ୍ଦରଜିତ ସିଂ ମଧ୍ୟ ସିଏମ ପଦ ପାଇଁ ଦାବି କରିଥିଲେ । କିନ୍ତୁ ଦଳ ପୁଣି ଥରେ ନାୟବ ସିଂହ ସୈନିଙ୍କୁ ମୁଖ୍ୟମନ୍ତ୍ରୀ କରିବାକୁ ନିଷ୍ପତ୍ତି ନେଇଛି । ଏହି ପ୍ରସ୍ତାବ ସର୍ବସମ୍ମତି କ୍ରମେ ପାରିତ ହୋଇଛି । ଅନିଲ ବିଜ ଏବଂ ମନୋହର ଲାଲ ଖଟ୍ଟର ସାଇନିଙ୍କ ନାମ ପ୍ରସ୍ତାବ ଦେଇଥିଲେ । ନିର୍ବାଚନ ସମୟରେ ଅମିତ ଶାହା ନିଜେ ପଞ୍ଚକୁଲାରେ କହିଥିଲେ ଯେ ନାୟବ ସିଂହ ସୈନି ମୁଖ୍ୟମନ୍ତ୍ରୀ ହେବେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!