Friday, October 30, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଲଘୁଚାପ ଜନିତ ବର୍ଷାଡ:୧୧ଜିଲ୍ଲା ସହ ନୟାଗଡ଼ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

by ସଞ୍ଜୟ ସ୍ୱାଇଁ
November 13, 2021
in Breaking, Nayagarh, State
ଘୃର୍ଣ୍ଣିବଳୟ ଫଳରେ ସୃଷ୍ଟି ହୋଇଛି ଲଘୁଚାପ:୧୬ ଓ ୧୭ରେ ପ୍ରବଳ ବର୍ଷିବ
343
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ଗତ କାଲି ଠାରୁ ନୟାଗଡ଼ ଜିଲ୍ଲାରେ ପ୍ରବଳ ବର୍ଷୁଛି । ଲଘୁଚାପ ଜନିତ ବର୍ଷାରେ ଜନ ଜୀବନ ଅସ୍ତବ୍ୟସ୍ତ ହୋଇ ପଡିଛି ଜିଲ୍ଲାରେ । ଆଣ୍ଡାମାନ ସାଗରରେ ସକ୍ରିୟ ରହିଛି ଲଘୁଚାପ କ୍ଷେତ୍ର । ଲୋ ପ୍ରେସର ଏରିଆ ଉତ୍ତର ତାମିଲନାଡୁ ଓ ସଂଲଗ୍ନ ଅଞ୍ଚଳରେ ରହିଛି । ଏହି ଲଘୁଚାପ ସହ ଜଡ଼ିତ ଘୂର୍ଣ୍ଣିବଳୟ ମଧ୍ୟ ଦେଇ ଏକ ଟ୍ରଫ୍ଲାଇନ୍ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରୁ ଉତ୍ତର ଉପକୂଳ ଓଡ଼ିଶା ପର୍ୟ୍ୟନ୍ତ ଲମ୍ବିଛି । ଏହା ପ୍ରଭାବରେ ଓଡ଼ିଶାରେ ଜାରି ରହିଛି ବର୍ଷା । ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ହୋଇଛି । ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା, ପୁରୀ, ନୟାଗଡ଼, ଖୋର୍ଦ୍ଧା, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହୋଇଛି । ଗତକାଲି ରାତିରୁ ବର୍ଷା ଲାଗି ରହିଛି । ଆଜି ପାଇଁ କଟକ ଓ ଭୁବନେଶ୍ୱର ସମେତ ୧୧ ଜିଲ୍ଲାକୁ ଓ୍ୱେଲୋ ଓ୍ୱାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ । ଏସବୁ ଜିଲ୍ଲା ହେଲା ଗଞ୍ଜାମ, ନୟାଗଡ଼, କନ୍ଧମାଳ, ବୌଦ୍ଧ, ଗଜପତି, କଳାହାଣ୍ଡି, ଯାଜପୁର, ପୁରୀ, ଖୋର୍ଦ୍ଧା, କଟକ ଓ କେନ୍ଦୁଝର । ଏସବୁ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହୋଇପାରେ । ସେହିପରି ଆସନ୍ତା ୨୪ ଘଣ୍ଟା ପାଇଁ ୪ ଜିଲ୍ଲା ଗଞ୍ଜାମ, ଗଜପତି, ରାୟଗଡ଼ା ଓ କନ୍ଧମାଳକୁ ୟେଲୋ ଓ୍ୱାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ । ଦକ୍ଷିଣ ଆଣ୍ଡାମାନ ସାଗରରେ ଲଘୁଚାପ କ୍ଷେତ୍ର ଧୀରେ ଧୀରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବ । ୧୫ତାରିଖ ବେଳକୁ ଏହା ଘନୀଭୂତ ହୋଇ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ତତ୍ସଂଲଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଅବପାତରେ ପରିଣତ ହେବ । ଏହା ପ୍ରଭାବରେ ୧୬ ଓ ୧୭ତାରିଖ ଆଡ଼କୁ ଓଡ଼ିଶାର କିଛି କିଛି ଅଞ୍ଚଳରେ ବର୍ଷା ସମ୍ଭାବନା ରହିଛି

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!