Wednesday, July 1, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭାପୁରରେ ଜନଶୁଣାଣୀ, ୬୬ ଟି ଅଭିଯୋଗ ଉପରେ ବିଚାର

by ସଞ୍ଜୟ ସ୍ୱାଇଁ
January 20, 2020
in Nayagarh
ଭାପୁରରେ ଜନଶୁଣାଣୀ, ୬୬ ଟି ଅଭିଯୋଗ ଉପରେ ବିଚାର
29
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲା ରଣପୁର ବ୍ଲକରେ ଜନଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ବ୍ଲକ ସଭା ଗୃହରେ ଆୟୋଜିତ ଏହି ଶୁଣାଣି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଡ. ପୋମା ଟୁଡୁଙ୍କ ସହ ଉପଜିଲ୍ଲାପାଳ ଲଗ୍ନଜିତ ରାଉତ, ଆରକ୍ଷୀ ଅଧିକ୍ଷକ ଶଶୀଭୂଷଣ ଶତପଥୀ, ପ୍ରକଳ୍ପ ନିର୍ଦ୍ଦେଶକ ସୁବାସ ଚନ୍ଦ୍ର ରାୟ, ମୁଖ୍ୟ ଚିକତ୍ସାଧିକାରୀ ଡା. ଶ୍ୱେତ ମହାପାତ୍ର ଉପସ୍ଥିତ ରହି ଲୋକମାନଙ୍କର ବିଭିନ୍ନ ଅଭିଯୋଗ ଶୁଣିବା ସହ ତାହାକୁ ତୁରନ୍ତ ସମାଧାନ କରିବାକୁ ପ୍ରୟାସ କରିଥିଲେ । ଆଜିର ଅଭିଯୋଗ ଶୁଣାଣି ଶିବିରରେ ଗୋଟିଏ ଗ୍ରାମ ସମସ୍ୟା ଓ ୫୨ଟି ବ୍ୟକ୍ତିଗତ ସମସ୍ୟାକୁ ମିଶାଇ ମୋଟ ୬୬ଟି ଅଭିଯୋଗକୁ ଜିଲ୍ଲାପାଳ ଶୁଣାଣି କରିଥିବା ଜଣାପଡ଼ିଛି । ଅଭିଯୋଗ ଗୁଡ଼ିକ ମଧ୍ୟରେ ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡ୍ ଯୋଜନାରେ ୧୨ଟି ଅଭିଯୋଗର ଶୁଣାଣୀ କରି ମୋଟ ଏକ ଲକ୍ଷ ୮ ହଜାର ଟଙ୍କା ପ୍ରଦାନ କରାଯାଇଛି । ସେହିଭଳି ରେଡକ୍ରସ ପକ୍ଷରୁ ଗୋଟିଏ ଅଭିଯୋଗର ବିଚାର କରି ୫ ହଜାର ଟଙ୍କା ସହାୟତା ପ୍ରଦାନ କରାଯାଇଛି । ଆସିଥିବା ଅଭିଯୋଗ ଗୁଡ଼ିକ ମଧ୍ୟରୁ ୪୧ଟି ଅଭିଯୋଗର ତତ୍‌କ୍ଷଣତ ସମାଧାନ କରିଛନ୍ତି ଜିଲ୍ଲାପାଳ । ଏହି ଶୁଣାଣି କାର୍ଯ୍ୟକ୍ରମରେ ବ୍ଲକ ଓ ତହସିଲଦାର କର୍ମଚାରୀମାନେ ଉପସ୍ଥିତ ରହିଥିଲେ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!