Friday, June 5, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଅଭିନେତା ସନ୍ତୋଷ ନାୟକଙ୍କ ପରଲୋକ

by Anil Panda
October 5, 2020
in Nayagarh
ଅଭିନେତା ସନ୍ତୋଷ ନାୟକଙ୍କ ପରଲୋକ
1.8k
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ଶରଣକୂଳ ନିକଟସ୍ଥ କୁଟୁଣୀ ଗ୍ରାମର ଚଳଚ୍ଚିତ୍ର ଏବଂ ନାଟ୍ୟ ଅଭିନେତା ସନ୍ତୋଷ ନାୟକଙ୍କର ଆଜି ଭୂବନେଶ୍ୱର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ପରଲୋକ ଘଟିଛି । ସେ ଜଣେ ପ୍ରଖ୍ୟାତ କଳାକାର ହୋଇଥିବା ବେଳେ ଅଂଚଳରେ ତାଙ୍କର ସୁଖ୍ୟାତି ରହିଥିଲା । ସେ ଆକାଶବାଣୀ କଟକ କେନ୍ଦ୍ରର ସ୍ୱୀକୃତ୍ତି ପ୍ରାପ୍ତ ଅଭିନେତା ଭାବେ ୭୫ରୁ ଉର୍ଦ୍ଧ୍ୱ ନାଟକରେ ଅଭିନୟ କରିଥିବା ବେଳେ ଅନେକ ଚଳଚ୍ଚିତ୍ରରେ ମଧ୍ୟ ବାପା ଭୂମିକାରେ ଅଭିନୟ କରୁଥିଲେ । ମୋ ଭାଇ ଜଗା ଚଳଚ୍ଚିତ୍ର ମାଧ୍ୟମରେ ସେ ସିନେମା ଜଗତରେ ପାଦ ଦେଇଥିବା ବେଳେ ଏଇ ସଂଘର୍ଷ, ମନମାନେନା, ବଡ଼ ଭାଉଜ ପ୍ରଭୃତି ଚଳଚ୍ଚିତ୍ରରେ ଅଭିନୟ କରିଥିଲେ । ଜଣେ ନାଟ୍ୟ ନିର୍ଦ୍ଦେଶକ ଭାବେ ତାଙ୍କର ଜିଲ୍ଲା ତଥା ରାଜ୍ୟରେ ଖ୍ୟାତି ରହିଥିବା ବେଳେ ସେ ନୟାଗଡ଼ ମହାବିଦ୍ୟାଳୟରେ ଅଧ୍ୟୟନ କରୁଥିବା ବେଳେ ନାଟ୍ୟ ସଂପାଦକ ଭାବେ ନିର୍ବାଚିତ ହୋଇଥିଲେ । ତାଙ୍କ ବିୟୋଗରେ ଚଳଚ୍ଚିତ୍ର ଓ ନାଟ୍ୟ ଜଗତରେ ଅପୂରଣୀୟ କ୍ଷତି ହୋଇଥିବା ବେଳେ ଏହାକୁ ଶରଣକୂଳ ଅଂଚଳରେ ଗଭୀର ଶୋକ ପ୍ରକାଶ ପାଇଛି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!