Monday, July 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଡାକ୍ତର ରହୁନଥିବାରୁ ରାସ୍ତାରେ ବସିଲେ ଗ୍ରାମବାସୀ

by ସଞ୍ଜୟ ସ୍ୱାଇଁ
January 23, 2020
in Education
ଡାକ୍ତର ରହୁନଥିବାରୁ ରାସ୍ତାରେ ବସିଲେ ଗ୍ରାମବାସୀ
25
VIEWS
Share on FacebookShare on Twitter

ବଡ଼ପଣ୍ଡୁସର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ବଡ଼ପଣ୍ଡୁସର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ନାନାଦି ଅବ୍ୟବସ୍ଥା ମଧ୍ୟରେ ଗତି କରୁଛି । ଡାକ୍ତରମାନେ ରହୁନଥିବା ଏବଂ ନିୟମିତ ଆସୁନଥିବା ଅଭିଯୋଗ କରି ଗ୍ରାମବାସୀ ଡାକ୍ତରଖାନା ଘେରାର କରିଛନ୍ତି । ସୂଚନାନୁସାରେ, କିଛିଦିନ ତଳେ ବଡ଼ପଣ୍ଡୁସର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ଅବ୍ୟବସ୍ଥାକୁ ନେଇ ଲୋକମାନେ ତାତିଥିବା ବେଳେ ଆଜି ପୁଣିଥରେ ବଡ଼ପଣ୍ଡୁସରରେ ସମାନ ଅବସ୍ଥା ଦେଖିବାକୁ ମିଳିଛି । ବଡ଼ପଣ୍ଡୁସର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ୯ଜଣ ଡାକ୍ତରଙ୍କ ଆବଶ୍ୟକତା ରହିଥିବା ବେଳେ ସରକାରଙ୍କ ତରଫରୁ ୫ ଜଣ ଡାକ୍ତର ନିଯୁକ୍ତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୩ଜଣ ଡାକ୍ତର ନିୟମିତ ଆସୁନଥିବା ଅଭିଯୋଗ ହୋଇଛି । ଆଜି ଜଣେ ଶ୍ୱାସ ରୋଗୀ ଏଠାକୁ ଆସି ଡାକ୍ତରଙ୍କୁ ନଥିବା ଦେଖି କର୍ମଚାରୀଙ୍କୁ ଏନେଇ ପଚାରିଥିଲେ । ମାତ୍ର କର୍ମଚାରୀମାନେ ତାଙ୍କୁ ଦୁର୍ବବ୍ୟବହାର କରିବାରୁ ସେ ଏହାକୁ ବିରୋଧ କରିଥିଲେ । ଏହି ଘଟଣାକୁ କେନ୍ଦ୍ରକରି ବଡ଼ପଣ୍ଡୁସର ଗ୍ରାମବାସୀ ଖୋର୍ଦ୍ଧା ବଲାଙ୍ଗିରୀ ଜାତୀୟ ରାଜପଥକୁ ସଂନ୍ଧ୍ୟାରେ ଅବରୋଧ କରିଛନ୍ତି । ଇଟାମାଟି ପୁଲିସ ଘଟଣାସ୍ଥଳରେ ପଂହଚି ବୁଝାଶୁଝା କରିବା ପରେ ରାସ୍ତାରୋକ ହଟିଛି ।

Leave a Reply Cancel reply

Your email address will not be published. Required fields are marked *

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!