Monday, October 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଗ୍ରାମାଞ୍ଚଳରୁ ୬୩, ସରହାଞ୍ଚଳରୁ ୩୭ ଆକ୍ରାନ୍ତ ଚିହ୍ନଟ

by Anil Panda
September 3, 2020
in Nayagarh
ସୁସ୍ଥ ହେଲେ ୬୨, ମୋଟ ୯୭୦
831
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ସାରା ବିଶ୍ୱରେ ଆତଙ୍କ ସୃଷ୍ଟି କରିଥିବା କରୋନା ମହାମାରୀ ଦ୍ୱାରା ଆଜି ରାଜ୍ୟରେ ୩୨୧୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏଥିରେ ନୟାଗଡ଼ ଜିଲ୍ଲାରୁ ୧୦୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ରାଜ୍ୟ ସରକାର ସୂଚନା ଦେଇଛନ୍ତି । ଜିଲ୍ଲାରେ ପୂର୍ବରୁ ଚିହ୍ନଟ ହୋଇଥିବା ୩୧୧୫ ଆକ୍ରାନ୍ତ ସହ ଆଜିର ଆକ୍ରାନ୍ତକୁ ମିଶାଇ ମୋଟ ସଂଖ୍ୟା ୩୨୧୫ ବୋଲି ଜଣାଯାଇଛି । ଏହି ୧୦୦ ଜଣ ଆକ୍ରାନ୍ତଙ୍କ ମଧ୍ୟରେ ୬୩ ଜଣ ଗ୍ରାମାଞ୍ଚଳରୁ ଚିହ୍ନଟ ହୋଇଥିବା ବେଳେ ୩୭ ଜଣ ଆକ୍ରାନ୍ତ ସହରାଞ୍ଚଳରୁ ଚିହ୍ନଟ ହୋଇଥିବା ଜଣାଯାଇଛି । ଏମାନଙ୍କ ମଧ୍ୟରେ ଭାପୁର ବ୍ଲକରୁ ୧୮ ଜଣ, ଦଶପଲ୍ଲା ବ୍ଲକରୁ ୨ ଜଣ, ଦଶପଲ୍ଲା ଏନ୍‌ଏସିରୁ ୪ ଜଣ, ଖଣ୍ଡପଡ଼ା ବ୍ଲକରୁ ୧୦ ଜଣ, ଏନ୍‌ଏସିରୁ ୫ ଜଣ, ନୟାଗଡ଼ ବ୍ଲକରୁ ୧୪ ଜଣ, ପୈାରାଞ୍ଚଳରୁ ୨୩ ଜଣ, ନୂଆଗାଁ ବ୍ଲକରୁ ୨ ଜଣ, ଓଡ଼ଗାଁ ବ୍ଲକରୁ ୧୧ ଜଣ, ଏନ୍‌ଏସିରୁ ୪ ଜଣ, ରଣପୁର ବ୍ଲକରୁ ୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି । ଅନ୍ୟପକ୍ଷେ, ଜିଲ୍ଲାରେ କରୋନା ଆକ୍ରାନ୍ତ ସଂଖ୍ୟା ଯେଉଁ ପରିମାଣରେ ବୃଦ୍ଧି ପାଉଛି, ସେହି ତୁଳନାରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି । ରାଜ୍ୟ ସରକାରଙ୍କ ସୂଚନା ମୁତାବକ, ୩ ତାରିଖ ଅପରାହ୍ନ ୫ ଘଟିକା ସୁଦ୍ଧା ନୟାଗଡ଼ ଜିଲ୍ଲାର କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୨୪୩୫ ଜଣ ସୁସ୍ଥ ହୋଇଥିବା ଜଣାଯାଇଛି । ଜିଲ୍ଲାରେ କରୋନା ମୃତ୍ୟୁ ସଂଖ୍ୟା ୧୩ ବୋଲି ଜଣାଯାଇଥିବା ବେଳେ କରୋନା ଆକ୍ରାନ୍ତ ହୋଇ ଅନ୍ୟ ରୋଗରେ ଦୁଇ ଜଣ ମୃତ୍ୟୁ ବରଣ କରିଥିବା ଜଣାଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!