ନୟାଗଡ଼, (ବାଘୁଆବାର୍ତ୍ତା) : ସାରା ବିଶ୍ୱରେ ଆତଙ୍କ ସୃଷ୍ଟି କରିଥିବା କରୋନା ମହାମାରୀ ଦ୍ୱାରା ଆଜି ରାଜ୍ୟରେ ୩୨୧୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏଥିରେ ନୟାଗଡ଼ ଜିଲ୍ଲାରୁ ୧୦୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ରାଜ୍ୟ ସରକାର ସୂଚନା ଦେଇଛନ୍ତି । ଜିଲ୍ଲାରେ ପୂର୍ବରୁ ଚିହ୍ନଟ ହୋଇଥିବା ୩୧୧୫ ଆକ୍ରାନ୍ତ ସହ ଆଜିର ଆକ୍ରାନ୍ତକୁ ମିଶାଇ ମୋଟ ସଂଖ୍ୟା ୩୨୧୫ ବୋଲି ଜଣାଯାଇଛି । ଏହି ୧୦୦ ଜଣ ଆକ୍ରାନ୍ତଙ୍କ ମଧ୍ୟରେ ୬୩ ଜଣ ଗ୍ରାମାଞ୍ଚଳରୁ ଚିହ୍ନଟ ହୋଇଥିବା ବେଳେ ୩୭ ଜଣ ଆକ୍ରାନ୍ତ ସହରାଞ୍ଚଳରୁ ଚିହ୍ନଟ ହୋଇଥିବା ଜଣାଯାଇଛି । ଏମାନଙ୍କ ମଧ୍ୟରେ ଭାପୁର ବ୍ଲକରୁ ୧୮ ଜଣ, ଦଶପଲ୍ଲା ବ୍ଲକରୁ ୨ ଜଣ, ଦଶପଲ୍ଲା ଏନ୍ଏସିରୁ ୪ ଜଣ, ଖଣ୍ଡପଡ଼ା ବ୍ଲକରୁ ୧୦ ଜଣ, ଏନ୍ଏସିରୁ ୫ ଜଣ, ନୟାଗଡ଼ ବ୍ଲକରୁ ୧୪ ଜଣ, ପୈାରାଞ୍ଚଳରୁ ୨୩ ଜଣ, ନୂଆଗାଁ ବ୍ଲକରୁ ୨ ଜଣ, ଓଡ଼ଗାଁ ବ୍ଲକରୁ ୧୧ ଜଣ, ଏନ୍ଏସିରୁ ୪ ଜଣ, ରଣପୁର ବ୍ଲକରୁ ୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି । ଅନ୍ୟପକ୍ଷେ, ଜିଲ୍ଲାରେ କରୋନା ଆକ୍ରାନ୍ତ ସଂଖ୍ୟା ଯେଉଁ ପରିମାଣରେ ବୃଦ୍ଧି ପାଉଛି, ସେହି ତୁଳନାରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି । ରାଜ୍ୟ ସରକାରଙ୍କ ସୂଚନା ମୁତାବକ, ୩ ତାରିଖ ଅପରାହ୍ନ ୫ ଘଟିକା ସୁଦ୍ଧା ନୟାଗଡ଼ ଜିଲ୍ଲାର କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୨୪୩୫ ଜଣ ସୁସ୍ଥ ହୋଇଥିବା ଜଣାଯାଇଛି । ଜିଲ୍ଲାରେ କରୋନା ମୃତ୍ୟୁ ସଂଖ୍ୟା ୧୩ ବୋଲି ଜଣାଯାଇଥିବା ବେଳେ କରୋନା ଆକ୍ରାନ୍ତ ହୋଇ ଅନ୍ୟ ରୋଗରେ ଦୁଇ ଜଣ ମୃତ୍ୟୁ ବରଣ କରିଥିବା ଜଣାଯାଇଛି ।






