ନୟାଗଡ଼, ୩ା୮/ଏନ୍ଏନ୍ଏସ୍ : ସାରା ବିଶ୍ୱରେ ଆତଙ୍କ ସୃଷ୍ଟି କରିଥିବା କରୋନା ମହାମାରୀ ଦ୍ୱାରା ଆଜି ରାଜ୍ୟରେ ୧୩୮୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏଥିରେ ନୟାଗଡ଼ ଜିଲ୍ଲାରୁ ୨୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ରାଜ୍ୟ ସରକାର ସୂଚନା ଦେଇଛନ୍ତି । ଏହି ୨୨ ଆକ୍ରାନ୍ତଙ୍କ ମଧ୍ୟରେ ଜିଲ୍ଲାର ୫ଟି ବ୍ଲକରୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି । ସେମାନଙ୍କ ମଧ୍ୟରେ ଗଣିଆ ବ୍ଲକରୁ ୬ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଜଣେ ସଂଗରୋଧରୁ ଚିହ୍ନଟ ହୋଇଛନ୍ତି । ସେହିଭଳି ଭାବେ ଖଣ୍ଡପଡ଼ା ବ୍ଲକରୁ ୩ ଜଣ, ନୟାଗଡ଼ ବ୍ଲକରୁ ୩ ଜଣ, ଓଡ଼ଗାଁରୁ ୬ ଜଣ ଏବଂ ରଣପୁର ବ୍ଲକରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ନୟାଗଡ଼ ପୈାରାଞ୍ଚଳରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସୂଚନା ମିଳିଛି । ଅନ୍ୟପକ୍ଷେ ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରେ ୨୧ ଜଣ ସ୍ଥାନୀୟ ସଂକ୍ରମିତ ବୋଲି ଜଣାଯାଇଛି । ଏହି ଆକ୍ରାନ୍ତଙ୍କୁ ମିଶାଇ ଜିଲ୍ଲାର ମୋଟ ଆକ୍ରାନ୍ତ ସଂଖ୍ୟା ୬୯୨ ବୋଲି ଜଣାଯାଇଛି ।





