ନୟାଗଡ଼,(ବାଘୁଆବାର୍ତ୍ତା): ଓଡ଼ିଶାରେ କରୋନା ଆକ୍ରାନ୍ତ ସଂଖ୍ୟା ଭୟାବହ ଭାବେ ବଢ଼ି ଚାଲିଥିବା ବେଳେ ଆଜି ରାଜ୍ୟରେ ନୂଆ ୪୯୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରେ ନୟାଗଡ଼ ଜିଲ୍ଲାରୁ ୧୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ନେଇ ରାଜ୍ୟ ସରକାର ସୂଚନା ଦେଇଛନ୍ତି । ନୟାଗଡ଼ ୬ଟି ବ୍ଲକରୁ ଏହି ୧୬ ଆକ୍ରାନ୍ତ ଚିହ୍ନଟ ହୋଇଥିବା ନେଇ ଜିଲ୍ଲା ପ୍ରଶାସନ ସୂଚନା ଦିଆଯାଇଛି । ସେଥିମଧ୍ୟରେ ଭାପୁର ବ୍ଲକରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେ ଭୂବନେଶ୍ୱର ଆପୋଲ ହସ୍ପିଟାଲରେ ରହି ଚିକିତ୍ସିତ ହେଉଥିବା ବେଳେ ଚିହ୍ନଟ ହୋଇଥିବା ସୂଚନା ମିଳିଛି । ଦଶପଲ୍ଲା ବ୍ଲକରୁ ୪ ଜଣ ମହିଳା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନେ ସ୍ଥାନୀୟ ସଂକ୍ରମିତ ବୋଲି ଜଣାଯାଇଛି । ସେହିଭଳି କିମ୍ସ ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ଖଣ୍ଡପଡ଼ା ବ୍ଲକରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ନୂଆଗାଁ ବ୍ଲକରୁ ଚିହ୍ନଟ ହୋଇଥିବା ଦୁଇ ଜଣ ବ୍ୟକ୍ତି ବାହାଡ଼ଝୋଲା ଅଂଚଳର ଏବଂ ସେମାନେ ସ୍ଥାନୀୟ ସଂକ୍ରମିତ ବୋଲି ଜଣାଯାଇଛି । ଓଡ଼ଗାଁ ବ୍ଲକର ଜଣେ ଆକ୍ରାନ୍ତ ଆମ୍ରି ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ଚିହ୍ନଟ ହୋଇଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ଆଜିର ଦିନରେ ରଣପୁର ବ୍ଲକରୁ ସର୍ବାଧିବ ୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରେ ୫ ଜଣ ସଂଗରୋଧ କେନ୍ଦ୍ରରୁ ଏବଂ ୨ ଜଣ ସମ୍ ହସ୍ପିଟାଲ ଚିକିତ୍ସାଧିନ ବୋଲି କୁହାଯାଇଛି ।





