ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ସ୍ୱୟଂଶାସିତ ମହାବିଦ୍ୟାଳୟ ଆନୁକୁଲ୍ୟରେ ଉଭୟ ଯୁକ୍ତ ଦୁଇ ଓ ଯୁକ୍ତ ତିନି ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ୫୭ ତମ ବାର୍ଷିକ କ୍ରୀଡା ଉତ୍ସବ ତା.୦୫.୦୨.୨୦୨୫ ରିଖ ଦିନ ଉଦ୍ଘାଟିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀ ମାନେ ବିଭିନ୍ନ କ୍ରୀଡା ପ୍ରତିଯୋଗିତାରେ ସକ୍ରିୟ ଅଂଶଗ୍ରହଣ କରିଛନ୍ତି । ଆଜି ଦ୍ୱିତୀୟ ଦିବସରେ ବିଭିନ୍ନ କ୍ରୀଡା ପ୍ରତିଯୋଗିତା ହେବା ସହ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମକୁ ମହାବିଦ୍ୟାଳୟର ସମସ୍ତ କର୍ମଚାରୀ ସହଯୋଗ କରିବା ସହିତ ଏହାକୁ ସାଫଲ୍ୟ ମଣ୍ଡିତ କରିଥିଲେ । ଆସନ୍ତା କାଲି ଏହାର ଉଦ୍ଯାପନ ଉତ୍ସବ ଅନୁଷ୍ଠିତ ହେବ ।