Tuesday, June 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପ୍ରଶାସନିକ ଏକାଦଶକୁ ହରାଇଲା ରାଜନୈତିକ ଏକାଦଶ

by ସଞ୍ଜୟ ସ୍ୱାଇଁ
December 6, 2022
in Nayagarh, Sports, State
ପ୍ରଶାସନିକ ଏକାଦଶକୁ ହରାଇଲା ରାଜନୈତିକ ଏକାଦଶ
712
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ଆଜି ନୟାଗଡ଼ ସ୍ୱୟଂଶାସିତ ମହାବିଦ୍ୟାଳୟ ଖେଳ ପଡିଆରେ ଏକ ବନ୍ଧୁତ୍ୱପୂର୍ଣ୍ଣ କ୍ରିକେଟ ମ୍ୟାଚ ଅନୁଷ୍ଠିତ ହୋଇଥିଲା । ପ୍ରଶାସନିକ ଏକାଦଶ ବନାମ ରାଜନୈତିକ ଏକାଦଶ ମଧ୍ୟରେ ଏକ ସଂଘର୍ଷପୂର୍ଣ୍ଣ ମ୍ୟାଚ ଅନୁଷ୍ଠିତ ହୋଇଥିଲା । ପ୍ରଶାସନିକ ଏକାଦଶ ପ୍ରଥମେ ବ୍ୟାଟିଂ କରି ୧୫ ଓଭରରେ ୫ ଗୋଟି ୱିକେଟ ହରାଇ ୮୬ ରନ କରିଥିଲେ । ରାଜନୈତିକ ଏକାଦଶ ନିର୍ଦ୍ଧାରିତ ୧୫ ଓଭରରେ ୨ ୱିକେଟ ହରାଇ ୯୧ ରନ କରି ବିଜୟ ଲାଭ କରିଥିଲା । ପ୍ରଶାସନିକ ଏକାଦଶ ପକ୍ଷରୁ କ୍ୟାପଟେନ ମଙ୍ଗ ସମ୍ଭାଳିଥିଲେ ନୟାଗଡ଼ ତହସିଲଦାର ଭିକାରି ସାହୁ ଅନ୍ୟ ପକ୍ଷରେ ରାଜନୈତିକ ଏକାଦଶର ମଙ୍ଗ ସମ୍ଭାଳିଥିଲେ ସରୋଜ ରଣସିଂ । ଅମ୍ପାୟାର ଭାବେ ଦୁର୍ଗାଶଙ୍କର ଦାସ ଓ ସତ୍ୟଜିତ ମହାନ୍ତି ମ୍ୟାଚ ପରିଚାଳନା କରିଥିଲେ । ଅଧ୍ୟାପକ ଗଣେଷ ମିଶ୍ର ଧାରା ବିବରଣୀ ପ୍ରଦାନ କରିଥିଲେ । ମୁଖ୍ୟ ଅତିଥି ନୟାଗଡ଼ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଞ୍ଜିନିୟର ଦେବାଶିଷ ପଟ୍ଟନାୟକ ଉଭୟ ଦଳର ଖେଳାଳୀଙ୍କୁ ପ୍ରଶଂସା କରିଥିଲେ । ଏହି ଅବସରରେ ସମ୍ମାନିତ ଅତିଥି ଭାବେ ନୟାଗଡ଼ ପୌରାଞ୍ଚଳର ଉପାଧ୍ୟକ୍ଷ ଗୁରୁପ୍ରସାଦ ଜେନା, ଜିଲ୍ଲା ପରିଷଦ ସୁବାଷ କଅଁର, କ୍ଷୀରୋଦ ମହାପାତ୍ର ଓ ଆଶିଷ ଅଗ୍ରୱାଲ ପ୍ରମୁଖ ଯୋଗଦେଇଥିଲେ ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!