Saturday, October 31, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ମରଣାନ୍ତକ ଆକ୍ରମଣ, ୪ ଆହାତ

by Anil Panda
June 26, 2020
in Crime
ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ମରଣାନ୍ତକ ଆକ୍ରମଣ, ୪ ଆହାତ
47
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ନୟାଗଡ଼ ଜିଲ୍ଲା ଦଶପଲ୍ଲା ଥାନା ଅନ୍ତର୍ଗତ ଡିହଗାଁ ନିକଟସ୍ଥ ଦ୍ୱାରଗାଁରେ ଗୋଟିଏ ପରିବାର ଉପରେ ମରଣାନ୍ତକ ଆକ୍ରମଣ ହୋଇଛି । ସୂଚନାନୁସାରେ, ଦ୍ୱାରଗାଁର ଛବି ଜେନା ଗତକାଲି ରାତିରେ ତାଙ୍କ ଚାଷ ଟଙ୍କା କଲେସ୍କନ କରି ଘରକୁ ଫେରୁଥିବା ବେଳେ ତାଙ୍କୁ ଜୀବନରେ ମାରି ଦେବା ଉଦ୍ଦେଶ୍ୟରେ ବନ୍ଧୁଆ ବରାଡ଼ଙ୍କ ପରିବାର ଛକି ରହିଥିଲେ । ଛବି ଆସି ପହଂଚିବା ବେଳକୁ ବନ୍ଧୁଆ ବରାଡ଼, ତାଙ୍କ ସ୍ତ୍ରୀ ରାଧା ବରାଡ଼, ତାଙ୍କ ଦୁଇ ପୁଅ ଶମ୍ଭୁ ବରାଡ଼ ଏବଂ ଅଶୋକ ବରାଡ଼ ତାଙ୍କ ଉପରେ ମରଣାନ୍ତକ ଆକ୍ରମଣ କରିଥିଲେ । ଛବି ମାଡ଼ ଖାଇ ଚିତ୍କାର କରିବାରୁ ଘରେ ଥିବା ତାଙ୍କ ପôତୀ ପୁଷ୍ପଲତା ଜେନା, ଦୁଇ ପୁଅ ଅଜୟ ଜେନା ଏବଂ କବି ଜେନା ଘଟଣାସ୍ଥଳରେ ପହଂଚି ଛବିଙ୍କୁ ଉଦ୍ଧାର କରିବା ଚେଷ୍ଟା କରିଥିଲେ । ମାତ୍ର ବନ୍ଧୁଆ ରକ୍ତମୁଖା ସାଜି ପୁଷ୍ପାଞ୍ଜଳୀ ଏବଂ ଦୁଇ ପୁଅଙ୍କ ମଧ୍ୟ ଆକ୍ରମଣ କରିଥିବା ନେଇ ଥାନାରେ ଅଭିଯୋଗ ହୋଇଛି । ଏହି ଆକ୍ରମଣରେ ଛବିଙ୍କ ମୁଣ୍ଡ ଫାଟି ଯାଇଥିବା ବେଳେ ପୁଷ୍ପାଞ୍ଜଳୀଙ୍କ ମୁଣ୍ଡରେ ଶକ୍ତ ଆଘାତ ଲାଗିଛି । ଏଥିସହିତ ଶରୀରର ବିଭିନ୍ନ ସ୍ଥାନରେ କ୍ଷତ ସୃଷ୍ଟି ହୋଇଛି । ସେହିଭଳି ଭାବେ ଛବିଙ୍କ ଦୁଇ ପୁଅ ଅଜୟ ଏବଂ କବି ମଧ୍ୟ ଆହାତ ହୋଇଥିବା ଜଣାଯାଇଛି । ସ୍ଥାନୀୟ ଲୋକେ ଚାରି ଜଣାଙ୍କୁ ଉଦ୍ଧାର କରି ପ୍ରଥମେ ଦଶପଲ୍ଲା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତୀ କରିଥିବା ବେଳେ ସେଠାରୁ ଛବି ଏବଂ ପୁଷ୍ପଲତାଙ୍କୁ ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଥିବା । ମାତ୍ର ପୁଷ୍ପାଞ୍ଜଳୀଙ୍କ ଅବସ୍ଥା ସଂଙ୍କଟାପର୍ଣ୍ଣ ଥିବାରୁ ତାଙ୍କୁ ଭୂବନେଶ୍ୱର ସ୍ଥାନାନ୍ତରିତ କରାଯାଇଥିବା ଜଣାଯାଇଛି । ଏହି ଘଟଣାକୁ ନେଇ ଛବିଙ୍କ ସାନପୁଅ ଅରୁଣ ଜେନା ଥାନାରେ ଅଭିଯୋଗ କରିଥିବା ବେଳେ ପୁଲିସ ଘଟଣାର ଛାନଭିନ୍ କରିବା ସହ ବନ୍ଧୁଆ ବରାଡ଼ଙ୍କ ଦୁଇ ପୁଅ ଶମ୍ଭୁ ବରାଡ଼ ଏବଂ ଅଶୋକ ବରାଡ଼କୁ ଗିରଫ କରିଛି ।

Leave a Reply Cancel reply

Your email address will not be published. Required fields are marked *

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!