Friday, April 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ମରଣାନ୍ତକ ଆକ୍ରମଣ, ୪ ଆହାତ

by Anil Panda
June 26, 2020
in Crime
ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ମରଣାନ୍ତକ ଆକ୍ରମଣ, ୪ ଆହାତ
41
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ନୟାଗଡ଼ ଜିଲ୍ଲା ଦଶପଲ୍ଲା ଥାନା ଅନ୍ତର୍ଗତ ଡିହଗାଁ ନିକଟସ୍ଥ ଦ୍ୱାରଗାଁରେ ଗୋଟିଏ ପରିବାର ଉପରେ ମରଣାନ୍ତକ ଆକ୍ରମଣ ହୋଇଛି । ସୂଚନାନୁସାରେ, ଦ୍ୱାରଗାଁର ଛବି ଜେନା ଗତକାଲି ରାତିରେ ତାଙ୍କ ଚାଷ ଟଙ୍କା କଲେସ୍କନ କରି ଘରକୁ ଫେରୁଥିବା ବେଳେ ତାଙ୍କୁ ଜୀବନରେ ମାରି ଦେବା ଉଦ୍ଦେଶ୍ୟରେ ବନ୍ଧୁଆ ବରାଡ଼ଙ୍କ ପରିବାର ଛକି ରହିଥିଲେ । ଛବି ଆସି ପହଂଚିବା ବେଳକୁ ବନ୍ଧୁଆ ବରାଡ଼, ତାଙ୍କ ସ୍ତ୍ରୀ ରାଧା ବରାଡ଼, ତାଙ୍କ ଦୁଇ ପୁଅ ଶମ୍ଭୁ ବରାଡ଼ ଏବଂ ଅଶୋକ ବରାଡ଼ ତାଙ୍କ ଉପରେ ମରଣାନ୍ତକ ଆକ୍ରମଣ କରିଥିଲେ । ଛବି ମାଡ଼ ଖାଇ ଚିତ୍କାର କରିବାରୁ ଘରେ ଥିବା ତାଙ୍କ ପôତୀ ପୁଷ୍ପଲତା ଜେନା, ଦୁଇ ପୁଅ ଅଜୟ ଜେନା ଏବଂ କବି ଜେନା ଘଟଣାସ୍ଥଳରେ ପହଂଚି ଛବିଙ୍କୁ ଉଦ୍ଧାର କରିବା ଚେଷ୍ଟା କରିଥିଲେ । ମାତ୍ର ବନ୍ଧୁଆ ରକ୍ତମୁଖା ସାଜି ପୁଷ୍ପାଞ୍ଜଳୀ ଏବଂ ଦୁଇ ପୁଅଙ୍କ ମଧ୍ୟ ଆକ୍ରମଣ କରିଥିବା ନେଇ ଥାନାରେ ଅଭିଯୋଗ ହୋଇଛି । ଏହି ଆକ୍ରମଣରେ ଛବିଙ୍କ ମୁଣ୍ଡ ଫାଟି ଯାଇଥିବା ବେଳେ ପୁଷ୍ପାଞ୍ଜଳୀଙ୍କ ମୁଣ୍ଡରେ ଶକ୍ତ ଆଘାତ ଲାଗିଛି । ଏଥିସହିତ ଶରୀରର ବିଭିନ୍ନ ସ୍ଥାନରେ କ୍ଷତ ସୃଷ୍ଟି ହୋଇଛି । ସେହିଭଳି ଭାବେ ଛବିଙ୍କ ଦୁଇ ପୁଅ ଅଜୟ ଏବଂ କବି ମଧ୍ୟ ଆହାତ ହୋଇଥିବା ଜଣାଯାଇଛି । ସ୍ଥାନୀୟ ଲୋକେ ଚାରି ଜଣାଙ୍କୁ ଉଦ୍ଧାର କରି ପ୍ରଥମେ ଦଶପଲ୍ଲା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତୀ କରିଥିବା ବେଳେ ସେଠାରୁ ଛବି ଏବଂ ପୁଷ୍ପଲତାଙ୍କୁ ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଥିବା । ମାତ୍ର ପୁଷ୍ପାଞ୍ଜଳୀଙ୍କ ଅବସ୍ଥା ସଂଙ୍କଟାପର୍ଣ୍ଣ ଥିବାରୁ ତାଙ୍କୁ ଭୂବନେଶ୍ୱର ସ୍ଥାନାନ୍ତରିତ କରାଯାଇଥିବା ଜଣାଯାଇଛି । ଏହି ଘଟଣାକୁ ନେଇ ଛବିଙ୍କ ସାନପୁଅ ଅରୁଣ ଜେନା ଥାନାରେ ଅଭିଯୋଗ କରିଥିବା ବେଳେ ପୁଲିସ ଘଟଣାର ଛାନଭିନ୍ କରିବା ସହ ବନ୍ଧୁଆ ବରାଡ଼ଙ୍କ ଦୁଇ ପୁଅ ଶମ୍ଭୁ ବରାଡ଼ ଏବଂ ଅଶୋକ ବରାଡ଼କୁ ଗିରଫ କରିଛି ।

Leave a Reply Cancel reply

Your email address will not be published. Required fields are marked *

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକ:ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କୁ ଫଳ ବଣ୍ଟନ

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକ:ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କୁ ଫଳ ବଣ୍ଟନ

April 17, 2026
ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

April 16, 2026
ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

April 16, 2026
ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

April 16, 2026
କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

April 16, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!