ନୟାଗଡ଼, (ବାଘୁଆବାର୍ତ୍ତା) : ଓଡ଼ିଶା ମୋ ପରିବାର ଆନୁକୁଲ୍ୟରେ ଆଜି ଖମାରିସାହି ପଂଚାୟତ ଏବଂ ପପୁଲାର ୟୁଥ କ୍ଲବ ମିଳିତ ଆନୁକୁଲ୍ୟରେ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ରକ୍ତଦାନ ଶିବିରରେ ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା, ବ୍ଲକ ଅଧ୍ୟକ୍ଷା ସୁନନ୍ଦା ସାହୁ ଯୋଗ ଦେଇ ରକ୍ତଦାତାଙ୍କୁ ଉତ୍ସାହିତ କରିଥିଲେ । ସ୍ଥାନୀୟ ଯୁବକମାନେ ସହଯୋଗ କରିଥିବା ବେଳେ ପଲ୍ଲିଶ୍ରୀ ଯୁବ ଉନ୍ନୟନ ସଂସଦ ପରିସରରେ ଅନୁଷ୍ଠିତ ଏହି ରକ୍ତଦାନ ଶିବିରରେ ୩୩ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଛି ।






