Friday, September 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିବାହ ଦିନ ହେବ ଦଶାହ !

by ସଞ୍ଜୟ ସ୍ୱାଇଁ
January 25, 2020
in Education
ବିବାହ ଦିନ ହେବ ଦଶାହ !
64
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ପିକଅପ ଧକ୍କାରେ ବାଇକ ଚାଳକଙ୍କ ମୃତ୍ୟୁ ଘଟିଛି । ମୃତ ବ୍ୟକ୍ତି ହେଲେ ଦଶପଲ୍ଲା ବ୍ଲକ ଅନ୍ତର୍ଗତ ଘୁଗୁଡିପଡା ପଂଚାୟତ ଚମ୍ପାଡାଳି ଗ୍ରାମର କାର୍ତ୍ତିକ ପ୍ରଧାନଙ୍କ ପୁଅ ଶ୍ରୀଧର ପ୍ରଧାନ । ସୂଚନାନୁସାରେ, ଶ୍ରୀଧରଙ୍କ ଆସନ୍ତା ୩ ତାରିଖ ଦିନ ବିବାହ ଅନୁଷ୍ଠିତ ହୋଇଥାନ୍ତା । ଏଥିପାଇଁ ସେ ଗତକାଲି ରାତିରେ ଦଶପଲ୍ଲାରୁ ନିମନ୍ତ୍ରଣ କାର୍ଡ ଧରି ବାଇକ ଯୋଗେ ଦୁର୍ଗାପ୍ରସାଦ ସ୍ଥିତ ତାଙ୍କ ମାମୁଁଙ୍କ ଘରକୁ ଯାଉଥିଲେ । ଏହି ସମୟରେ ଦଶପଲ୍ଲା ଅଭିମୁଖେ ଆସୁଥିବା ଏକ ପରିବା ବୋଝେଇ ପିକ୍‌ଅପ୍ ଗାଡି ତାଙ୍କୁ ଧକ୍କା ଦେଇ ରାସ୍ତା ଉପରେ ଓଲଟି ପଡିଥିଲା । ଘଟଣାସ୍ଥଳରେ ଶ୍ରୀଧରଙ୍କ ମୃତ୍ୟୁ ହୋଇଥିବା ବେଳେ ଦୁର୍ଘଟଣା ଘଟାଇଥିବା ପିକ୍‌ଅପ୍ ଗାଡିର ଡ୍ରାଇଭର ଘଟଣାସ୍ଥଳରୁ ଫେରାର୍ ହୋଇଯାଇଥିଲା । ସ୍ଥାନୀୟ ଲୋକ ଘଟଣାସ୍ଥଳରେ ପହଁଚି ଦଶପଲ୍ଲା ଦମକଳ ସହାୟତାରେ ତାଙ୍କୁ ସ୍ୱାସ୍ଥ୍ୟକେନ୍ଦ୍ରକୁ ପଠାଇଥିବା ବେଳେ ଡାକ୍ତର ମୃତ ଘୋଷଣା କରିଥିଲେ । ଖବରପାଇ ପୁଲିସ ଘଟଣାସ୍ଥଳରେ ପହଁଚି ଦୁର୍ଘଟଣା ଗ୍ରସ୍ତ ଦୁଇ ଗାଡି ଏବଂ ଶବକୁ ଜବତ କରିଥିଲା । ଆଜି ଶବ ବ୍ୟବଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି । ଯେଉଁଦିନ ବିବାହ ଉସ୍‌ôବ ଅନୁଷ୍ଠିତ ହୋଇଥାନ୍ତା ସେଦିନ ଶ୍ରୀଧରଙ୍କ ଦଶାହ କାର୍ଯ୍ୟ ଅନୁଷ୍ଠିତ ହେବ ବୋଲି ଜଣାପଡ଼ିଛି । ଏଭଳି ମୃତ୍ୟୁକୁ ନେଇ ଚମ୍ପାଡାଳି ଗାଁରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!