Sunday, October 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆମ ଜିଲ୍ଲାର ଦାୟିତ୍ୱ ଆମେ ନେବା : ଅରୁଣ

by ସଞ୍ଜୟ ସ୍ୱାଇଁ
April 2, 2021
in Feature News
ଆମ ଜିଲ୍ଲାର ଦାୟିତ୍ୱ ଆମେ ନେବା : ଅରୁଣ
761
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ପ୍ରତିଷ୍ଠା ଦିବସ ଆଜି ନୟାଗଡ଼ ଜିଲ୍ଲାପାଳ ଡ. ପୋମା ଟୁଡୁଙ୍କ ଅଧ୍ୟକ୍ଷତାରେ ପାଳିତ ହୋଇଯାଇଛି । ଜୁମ ଆପ ମାଧ୍ୟମରେ ପାଳିତ ଏହି ବୈଠକରେ ମୁଖ୍ୟ ଅତିଥି ଭାବେ ନୟାଗଡ଼ ବିଧାୟକ ତଥା କୃଷି ଓ କୃଷକ ସଶକ୍ତି କରଣ, ମତ୍ସ୍ୟ ଓ ପ୍ରାଣୀ ସଂପଦ ଏବଂ ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ, ଜିଲ୍ଲା ପରିଷଦ ଅଧ୍ୟକ୍ଷା ବୈଜୟନ୍ତି ମାଳା ମହାନ୍ତି, ପ୍ରକଳ୍ପ ନିର୍ଦ୍ଦେଶକ ସୁବାସ ଚନ୍ଦ୍ର ରାୟ ପ୍ରମୂଖ ଯୋଗ ଦେଇଥିଲେ । ଜିଲ୍ଲାରେ ଶିକ୍ଷା, ସ୍ୱାସ୍ଥ୍ୟ ଓ କୃଷି କ୍ଷେତ୍ରରେ ଉନ୍ନତୀ ଘଟିଥିବା ବୈଠକରେ ଜିଲ୍ଲାପାଳ ଟୁଡୁ ପ୍ରକାଶ କରିଛନ୍ତି । ଏଥିସହିତ ଜିଲ୍ଲାବାସୀଙ୍କ ମଧ୍ୟରେ ଭାଇଚାରା ରହିଲେ, ଜିଲ୍ଲାର ଉନ୍ନତୀ ଘଟିବ ବୋଲି ଜିଲ୍ଲାପାଳ କହିଛନ୍ତି । ଏଥିସହିତ ନୟାଗଡ଼ କଲେଜଠାରୁ ଆରମ୍ଭ କରି ବିଦ୍ୟାଳୟ ପର୍ଯ୍ୟନ୍ତ ଶିକ୍ଷା କ୍ଷେତ୍ରରେ ସରକାରଙ୍କ ପକ୍ଷରୁ କରାଯାଇଥିବା ଉନ୍ନତୀ ସଂମ୍ପର୍କରେ ମନ୍ତ୍ରୀ ଡ. ସାହୁ ସୂଚନା ଦେଇଛନ୍ତି । ମହାନଦୀରୁ ଜିଲ୍ଲାବାସୀଙ୍କୁ ପାନୀୟ ଜଳ ଯୋଗାଣ ବ୍ୟବସ୍ଥା ହୋଇଥିବା ସୂଚନା ଦେଇଛନ୍ତି । ପର୍ଯ୍ୟଟନ କ୍ଷେତ୍ରଠାରୁ ଆରମ୍ଭ କରି କ୍ରୀଡ଼ା, କଳା, ସାହିତ୍ୟ ଓ ସଂସ୍କୃତି କ୍ଷେତ୍ରରେ ହୋଇଥିବା ଉନ୍ନତୀ ସଂମ୍ପର୍କରେ ମନ୍ତ୍ରୀ ବକ୍ତବ୍ୟରେ କହିଛନ୍ତି । ଏଥିସହିତ ଜନସାଧାରଣଙ୍କୁ ଆହ୍ୱାନ ଦେଇ ମନ୍ତ୍ରୀ ଆମ ଜିଲ୍ଲାର ଦାୟିତ୍ୱ ଆମେ ନେବା ବୋଲି କହିଛନ୍ତି । ଏହି ବୈଠକରେ ଜିଲ୍ଲାର ଜିଲ୍ଲା ପରିଷଦ, ସରପଞ୍ଚ, ସମିତି ସଭ୍ୟଙ୍କ ସମେତ ୩ ଶହ ବ୍ୟକ୍ତି ଯୋଗ ଦେଇଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!