Monday, August 31, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦିଶା ବୈଠକ ଅନୁଷ୍ଠିତ

by ସଞ୍ଜୟ ସ୍ୱାଇଁ
January 22, 2020
in Nayagarh, State
ଦିଶା ବୈଠକ ଅନୁଷ୍ଠିତ
33
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥ୍ୟା ଆନୁକୂଲ୍ୟରେ ଆଜି ଦିଶା ବୈଠକ ଗଣିଆ ବ୍ଲକ ଅନ୍ତର୍ଗତ ଛାମୁଣ୍ଡିଆ ବନବିଭାଗ ଡାକବଙ୍ଗଳାଠାରେ ଅନୁଷ୍ଠିତ ହୋଇଯାଇଛି । ନୟାଗଡ଼ ଜିଲ୍ଲା ଦିଶାର ଅଧ୍ୟକ୍ଷ ତଥା କଟକ ସାଂସଦ ଭର୍ତ୍ତୁହରୀ ମହତାବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଜିଲ୍ଲା ଯୋଜନା ବୋର୍ଡ଼ ଅଧ୍ୟକ୍ଷ ତଥା ରଣପୁର ବିଧାୟକ ସତ୍ୟନାରାୟଣ ପ୍ରଧାନ, ଖଣ୍ଡପଡ଼ା ବିଧାୟକ ସୈାମ୍ୟ ରଂଜନ ପଟ୍ଟନାୟକ, ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା, ଜିଲ୍ଲା ପରିଷଦ ଅଧ୍ୟକ୍ଷା ବୈଜୟନ୍ତି ମାଳା ମହାନ୍ତି, ଜିଲ୍ଲାପାଳ ଡ. ପୋମା ଟୁଡୁ, ପ୍ରକଳ୍ପ ନିର୍ଦ୍ଦେଶକ ସୁବାସ ଚନ୍ଦ୍ର ରାୟ, ଜିଲ୍ଲା ପରିଷଦ ଉପାଧ୍ୟକ୍ଷ ପ୍ରମୂଖ ଯୋଗ ଦେଇଥିଲେ । କେନ୍ଦ୍ର ସରକାରଙ୍କର ଉନ୍ନୟନ ମୂଳକ କାର୍ଯ୍ୟର ମୂଲ୍ୟାଙ୍କନ ଏବଂ ସାମାଜିକ ଅନଗ୍ରସର ଜାତି ବର୍ଗଙ୍କ ପାଇଁ ଅନୁସୃତ ହେଉଥିବା କାର୍ଯ୍ୟକ୍ରମର ସଠିକ ଋପାୟନ ପାଇଁ ଏହି ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା । କେନ୍ଦ୍ର ସରକାରଙ୍କ ଦ୍ୱାରା ଜନ ସାଧାରଣଙ୍କ ପାଇଁ ଉଦ୍ଦିଷ୍ଟ ବିଭିନ୍ନ ଯୋଜନା ଗୁଡ଼ିକ ତଳ ସ୍ତରରେ କିପରି କାର୍ଯ୍ୟକାରୀ ହେଉଛି, ଏହାର ଅଗ୍ରଗତି ଓ ସମସ୍ୟା ଉପରେ ସମୀକ୍ଷା କରାଯାଇଥିଲା । ଉକ୍ତ ବୈଠକରେ ସମସ୍ତ ବ୍ଲକର ବିଡିଓ, ପ୍ରତ୍ୟେକ ଏନଏସି ଏବଂ ମୁନିସପାଲିଟ କାର୍ଯ୍ୟ ନିର୍ବାହୀ ଅଧିକାରୀ, କେନ୍ଦ୍ର ସରକାରଙ୍କ ଦ୍ୱାରା ପରିଚାଳିତ ବିଭିନ୍ନ ଯୋଜନା ଅନ୍ତଭୁକ୍ତ ଅଧିକାରୀମାନେ ଯୋଗ ଦେଇଥିଲେ । ମୁଖ୍ୟତଃ ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ କର୍ମ ନିଯୁକ୍ତି ଯୋଜନା, ପ୍ରଧାନମନ୍ତ୍ରୀ ଆବାସ ଯୋଜନା ପରି ବିଭିନ୍ନ ଯୋଜନାର କାର୍ଯ୍ୟକାରିତା ଉପରେ ଆଲୋଚନା ହୋଇଥିଲା । ବୈଠକରେ ସମସ୍ତ ଜିଲ୍ଲା ପରିଷଦ ସଭ୍ୟସଭ୍ୟା ଏବଂ ଲୋକପ୍ରତିନିଧିମାନେ ଯୋଗ ଦେଇଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!