Friday, September 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୟାଗଡ଼ରେ ଜିଲ୍ଲାସ୍ତରୀୟ ଆମ୍ବେଦକର ଜୟନ୍ତୀ ପାଳିତ

by ସଞ୍ଜୟ ସ୍ୱାଇଁ
April 14, 2026
in Nayagarh
ନୟାଗଡ଼ରେ ଜିଲ୍ଲାସ୍ତରୀୟ ଆମ୍ବେଦକର ଜୟନ୍ତୀ ପାଳିତ
82
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲାପାଳଙ୍କ ସଦଭାବନା ଗୃହରେ ଆଜି ଜିଲ୍ଲାସ୍ତରୀୟ ଡଃ ଭିମରାଓ ଆମ୍ବେଦକରଙ୍କ ଜୟନ୍ତୀ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ନୟାଗଡ଼ ଜିଲ୍ଲା ପରିଷଦ ସଭାପତି ଇଂ ଦେବାଶିଷ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ସମ୍ମାନିତ ଅତିଥି ଭାବେ ପୌର ପରିଷଦ ଅଧ୍ୟକ୍ଷା ନିରୁପମା ଖଟେଇ, ଅତିରିକ୍ତ ଜିଲ୍ଲାପାଳ ରୋଜିନା ଦାସ୍, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ସୁବାଷ ଚନ୍ଦ୍ର ପଣ୍ଡା ଏବଂ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଜ୍ୟୋତ୍ସ୍ନାମୟୀ ଆଚାର୍ଯ୍ୟ ସମ୍ମାନିତ ଉପସ୍ଥିତ ଥିଲେ। ସଭା ପ୍ରାରମ୍ଭରେ ଅତିଥିମାନେ ସମ୍ବିଧାନ ପ୍ରଣେତା ବାବାସାହେବ ଆମ୍ବେଦକରଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ। ଉପସ୍ଥିତ ଅତିଥିମାନେ ଆମ୍ବେଦକରଙ୍କ ସ୍ମୃତି ଚାରଣ କରିବା ସହ ଉପସ୍ଥିତ ଛାତ୍ରଛାତ୍ରୀମାନଙ୍କୁ ତାଙ୍କର ସଂଘର୍ଷମୟ ଜୀବନୀ ଏବଂ ଭାରତୀୟ ସମ୍ବିଧାନ ଗଠନରେ ତାଙ୍କର ଅତୁଳନୀୟ ଅବଦାନ ସମ୍ପର୍କରେ ଆଲୋକପାତ କରିଥିଲେ। ଏହି ଅବସରରେ ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥ, ଅବସରପ୍ରାପ୍ତ ଅଧ୍ୟକ୍ଷ ମହମ୍ମଦ ଓମର ମଲ୍ଲିକ ପ୍ରମୁଖ ଭୀମ ରାଓ ଆମ୍ବେଦକରଙ୍କ ବିଷୟ ରେ ସାରଗର୍ଭକ ଆଲୋଚନା କରିଥିଲେ। କାର୍ଯ୍ୟକ୍ରମକୁ ସାମ୍ବାଦିକ ଜୟେନ୍ଦ୍ର ବେହେରା ସଂଯୋଜନା କରିଥିଲେ। ଏହି କାର୍ଯ୍ୟକ୍ରମରେ ନୟାଗଡ଼ ଜିଲ୍ଲା ଆମ୍ବେଦକର ସଂଘର ସଦସ୍ୟ ମାନଙ୍କ ସହ ଅନେକ ଛାତ୍ରଛାତ୍ରୀ ଉପସ୍ଥିତ ରହିଥିଲେ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!